Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ଗଣତାନ୍ତ୍ରିକ ବ୍ୟବସ୍ଥାକୁ ସୁସଂହତ କରିବ ସୂଚନା ଅଧିକାର ଆଇନ’: ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଆଜିର ଖବର

‘ଗଣତାନ୍ତ୍ରିକ ବ୍ୟବସ୍ଥାକୁ ସୁସଂହତ କରିବ ସୂଚନା ଅଧିକାର ଆଇନ’: ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

October 16, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଭିନ୍ନ ଶାସନ ବ୍ୟବସ୍ଥା ମଧ୍ୟରେ ଗଣତନ୍ତ୍ର ଶାସନକୁ ଆଜି ସର୍ବଶ୍ରେଷ୍ଠ ବୋଲି ଗଣାଯାଉଛି। ତେବେ ଦୁର୍ନୀତି ଏହି ଶାସନ ବ୍ୟବସ୍ଥାକୁ କଳୁସିତ କରିଛି। ତେଣୁ ଦୁର୍ନୀତି ରୂପକ ରାକ୍ଷାସକୁ ମୂଳୋତ୍ପାଟନ କରିପାରିଲେ ଗଣତାନ୍ତ୍ରିକ ବ୍ୟବସ୍ଥାରେ ସୁଧାର ଆସିପାରିବ। ଏହି ପରିପ୍ରେକ୍ଷୀରେ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ସୁସଂହତ କରିବାରେ ସୂଚନା ଅଧିକାର ଆଇନ ଏକ ବରଦାନ ସଦୃଶ ସାବ୍ୟସ୍ତ ହୋଇଛି ବୋଲି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମତବ୍ୟକ୍ତ କରିଛନ୍ତି।

ଓଡ଼ିଶା ସୂଚନା ଅଧିକାର ଅଭିଯାନ ପକ୍ଷରୁ ସ୍ଥାନୀୟ ଗୀତଗୋବିନ୍ଦ ସଦନଠାରେ ସୂଚନା ଅଧିକାର ଆଇନର ୧୯ ବର୍ଷ ପୂର୍ତ୍ତି ପାଳନ ଅବସରରେ ‘ଗଣତାନ୍ତ୍ରିକ ବ୍ୟବସ୍ଥାକୁ ସୁସଂହତ କରିବା କ୍ଷେତ୍ରରେ ସୂଚନା ଅଧିକାର ଆଇନର ଭୂମିକା’ ଶୀର୍ଷକ ରାଜ୍ୟସ୍ତରୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଲେ ଯେ ସୂଚନା ଅଧିକାର ଆଇନ ସତ୍ୟକୁ ଉଜାଗର କରିବା ସହିତ ଦୁର୍ନୀତିକୁ ନିରୁତ୍ସାହିତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛି। ଆଜି ଆମେ ଏହି ଆଇନର ୧୯ ବର୍ଷ ପୂର୍ତ୍ତି ପାଳନ କରୁଥିବାବେଳେ ପ୍ରଚଳିତ ଆଇନରେ ଥିବା ବିଭିନ୍ନ ଅଦରକାରୀ ନିୟମକୁ ସଂଶୋଧିତ କରି ଜନସାଧାରଣଙ୍କୁ କିଭଳି ସୁବିଧାରେ ସହଜରେ ଓ କମ୍‌ ମୂଲ୍ୟରେ ସୂଚନା ମିଳିପାରିବ ସେଥି ନେଇ ରାଜ୍ୟ ସରକାର ଯୋଜନା କରୁଛନ୍ତି। ଏହି ଆଇନକୁ ଅଧିକ ଲୋକାଭିମୁଖୀ କରିବା ସହିତ ଆଇନରେ ଥିବା ପ୍ରାବଧାନ ଅନୁଯାୟୀ ଦୋଷୀଙ୍କ ବିରୋଧରେ ଦଣ୍ଡବିଧାନ ଉପରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଗୁରୁତ୍ୱ ଦେଇଥିଲେ।

ଓଡ଼ିଶା ସୂଚନା ଅଧିକାର ଅଭିଯାନର ରାଜ୍ୟ ଆବାହକ ପ୍ରଦୀପ ପ୍ରଧାନଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କର୍ମଶାଳାରେ ଏନସିପିଆରଆଇ ସଦସ୍ୟ ଅମ୍ରିତା ଜୋହରି, ପୂର୍ବତନ ରାଜ୍ୟ ସୂଚନା କମିଶନର ଦିଲ୍ଲୀପ ବିଷୋଇ, ଅବସରପ୍ରାପ୍ତ ପ୍ରଶାସକ ଆଜାଦ୍‌ ହିନ୍ଦ୍‌ ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ରବି ଦାସ, ଶ୍ରୀନବୀନ ଦାସ, ରାଜନେତା ଶ୍ରୀସଜ୍ଜନ ଶର୍ମା, ଦୁର୍ନୀତି ବିରୋଧୀ ସଂଘର ସହ ଆବାହକ ଜଗନ୍ନାଥ ଷଡ଼ଙ୍ଗୀ ଓ ସୁଧୀର ମହାନ୍ତି ପ୍ରମୁଖ ଯୋଗଦେଇ ନିଜ ନିଜର ବକ୍ତବ୍ୟ ରଖିଥିଲେ।

ଦୁର୍ନୀତି ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଅଧିକାର ଆଇନ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.