Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମତ୍ସ୍ୟ ଓ ପ୍ରାଣୀପାଳନ ବିଭାଗର ସମୀକ୍ଷା କରି ଏହି ନିଷ୍ପତି ନେଲେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ
ବିଶେଷ ଖବର

ମତ୍ସ୍ୟ ଓ ପ୍ରାଣୀପାଳନ ବିଭାଗର ସମୀକ୍ଷା କରି ଏହି ନିଷ୍ପତି ନେଲେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

October 19, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମତ୍ସ୍ୟ ଓ ପ୍ରାଣୀପାଳନ ବିଭାଗର ସମୀକ୍ଷା କରି ଏହି ନିଷ୍ପତି ନେଲେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

ଭୁବନେଶ୍ୱର: ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ମତ୍ସ୍ୟ, ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା କ୍ଷେତ୍ରରେ ପ୍ରଶିକ୍ଷଣ, ଭିତ୍ତିଭୂମି ବିକାଶ ଓ ସଚେତନତା ପ୍ରସାର ଉପରେ ଗୁରୁତ୍ୱ ଦେଇଛନ୍ତି।

ଆଜି ପୂର୍ବାହ୍ନରେ ମତ୍ସ୍ୟ ନିର୍ଦ୍ଦେଶାଳୟ ଓ ଅପରାହ୍ନରେ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶାଳୟରେ ଅନୁଷ୍ଠିତ ପୃଥକ୍‌ ସମୀକ୍ଷା ବୈଠକରେ ଯୋଗଦେଇ ମନ୍ତ୍ରୀ ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ସମୀକ୍ଷା କରି ଉପରୋକ୍ତ ମର୍ମରେ ମତ ଦେଇଛନ୍ତି।

ମନ୍ତ୍ରୀ ଶ୍ରୀ ମଲ୍ଲିକ ମତ୍ସ୍ୟଚାଷ କ୍ଷେତ୍ରରେ ଚାଲିଥିବା ବିଭିନ୍ନ କାର୍ଯକ୍ରମ ଯଥା: ବାୟୋ ଫ୍ଲକ୍‌, କେଜ କଳଚର୍‌, ମଧୁର ଜଳ ମାଛଚାଷ, ଖାରି ଜଳ ଓ ଲୁଣି ଜଳ ମାଛଚାଷ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ। ମତ୍ସ୍ୟଚାଷୀ ଓ ମତ୍ସ୍ୟଜୀବୀମାନଙ୍କୂ ଉଚିତ ସମୟରେ ସହାୟତା ପ୍ରଦାନ ସାଙ୍ଗକୁ ସେମାନଙ୍କ ଉନ୍ନତି ସହିତ ରାଜ୍ୟର ବିକାଶକୁ ଗୁରୁତ୍ୱ ଦେବା ଉପରେ ମନ୍ତ୍ରୀ ପରାମର୍ଶ ଦେଇଥିଲେ।

ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ଓ କେନ୍ଦ୍ରୀୟ ସହଭାଗିତାରେ ଚାଲିଥିବା ପ୍ରଧାନମନ୍ତ୍ରୀ ମତ୍ସ୍ୟସଂପଦ ଯୋଜନା ଅନ୍ତର୍ଭୁକ୍ତ ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟଗୁଡ଼ିକ ଉପରେ ମନ୍ତ୍ରୀ ଅବଗତ ହୋଇଥିଲେ। ମତ୍ସ୍ୟ କ୍ଷେତ୍ର ସହ ଜଡ଼ିତ ରାଜ୍ୟର ସମସ୍ତ ହିତାଧିକାରୀମାନଙ୍କ ସାମାଜିକ-ଅର୍ଥନୈତିକ ଅଭିବୃଦ୍ଧି ନିମନ୍ତେ ସୁଚାରୁ ରୂପେ କାର୍ଯ୍ୟ କରିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଥିଲେ। ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ସମୀକ୍ଷା ବୈଠକରେ ବିଭିନ୍ନ ସୂଚନା ଦେଇ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।

ଅନୁରୂପ ଭାବରେ ମନ୍ତ୍ରୀ ଶ୍ରୀ ମଲ୍ଲିକ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶାଳୟର କାର୍ଯ୍ୟାବଳୀ ନେଇ ସମୀକ୍ଷା କରିଥିଲେ। ପ୍ରାଣୀ ପ୍ରଜନନ, ଟୀକାକରଣ, ଭ୍ରାମ୍ୟମାଣ ପ୍ରାଣୀଚିକିତ୍ସା ୟୁନିଟ, ପ୍ରାଣୀଚିକିତ୍ସାସେବାକୁ ସୁଦୃଢ଼ କରିବା ନିମନ୍ତେ ଉଲ୍ଲେଖ କରିବା ସହିତ ସେ ପ୍ରାଣୀକଲ୍ୟାଣ ପାଇଁ ଆନିମାଲ୍ସ ହେଲ୍‌ପ ଲାଇନର ନିରନ୍ତର କାର୍ଯ୍ୟକାରିତାକୁ ସୁନିଶ୍ଚିତ କରିବା ପାଇଁ କହିଥିଲେ।

ପ୍ରାଣୀପାଳନ ସମ୍ବନ୍ଧୀୟ ଯୋଜନାଗୁୁଡ଼ିକର ସଫଳ ରୂପାୟନପୂର୍ବକ ଗ୍ରାମାଞ୍ଚଳ ଲୋକଙ୍କ ଜୀବିକାର୍ଜନ ଓ ଆର୍ଥିକ ଉନ୍ନତିକୁ ଦୃଷ୍ଟିରେ ରଖି ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଉପରେ ମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକ ଶ୍ରୀ ରାମାଶିଷ ହାଜରା ଓ ମତ୍ସ୍ୟ ନିର୍ଦ୍ଦେଶକ ମହମ୍ମଦ ସାଦିକ୍‌ ଆଲମ୍‌ଙ୍କ ସମେତ ଉଭୟ ନିର୍ଦ୍ଦେଶାଳୟର ଅଧିକାରୀମାନେ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ।

ଗୋକୁଳାନନ୍ଦ ମଲ୍ଲିକ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026
Latest News

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବାଙ୍କିପୁର ସମେତ ଦୁଇ ଆସନରେ ପରାଜୟ ପରେ ଆସିଲା ବିଜେପିର ପ୍ରଥମ ପ୍ରତିକ୍ରିୟା

August 3, 2026

ପେଟ୍ରୋଲ ଓ ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ୍ ଟ୍ୟାକ୍ସ, ଘରୋଇ ଦର ଅପରିବର୍ତ୍ତିତ

August 3, 2026

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.