ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ରତ୍ନବେଦୀ ଛାଡ଼ି ଜନ୍ମବେଦୀକୁ ଯିବେ ତିନି ଠାକୁର। ଏଥିପାଇଁ ଉଛୁଳି ପଡ଼ୁଛି ଶ୍ରୀକ୍ଷେତ୍ର। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭକାମନା ଜଣାଇଛନ୍ତି। ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆସୁ, ଏହାହିଁ ମୋର କାମନା। ରାଷ୍ଟ୍ରପତି ଓଡ଼ିଆ ଭାଷାରେ ଟ୍ୱିଟ୍ କରି ସମସ୍ତ ଦେଶବାସୀଙ୍କୁ ଘୋଷ ଯାତ୍ରାର ଅଭିନନ୍ଦନ ଓ ଶୁଭେଚ୍ଛ ଜଣାଇଛନ୍ତି। ଏହା ସହିତ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆସୁ, ଏହାହିଁ କାମନା କରିଛନ୍ତି ଶ୍ରୀ କୋବିନ୍ଦ। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ସୁସ୍ଥ ସ୍ୱାସ୍ଥ୍ୟ, ସୁଖ ଓ ସମୃଦ୍ଧି କାମନା କରିଛନ୍ତି ମୋଦି। ଅନ୍ୟପକ୍ଷରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ପବିତ୍ର ରଥଯାତ୍ରା ଅବସରରେ ଓଡିଶାର ସମସ୍ତ ଭାଇ ଭଉଣୀମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ୧୩୦ କୋଟି ଭାରତୀୟ ତଥା ସାଢେ ୪ କୋଟି ଓଡିଆଙ୍କ ଉପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଆଶୀର୍ବାଦ ଅଛି ଓ ଆଗକୁ ମଧ୍ୟ ରହିବ,ଏହା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ କାମନା। ମହାପ୍ରଭୁଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ କୁସୁମିତ ହେଉ ବୋଲି ସେ ଟ୍ୱିଟ୍ରରେ ଉଲ୍ଲେଖ କରିଛନ୍ତି।
ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରପତିଙ୍କ ରଥଯାତ୍ରା ଶୁଭେଚ୍ଛା
Published:
Jul 4, 2019, 9:33 am IST
Tags: