Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସମ୍ଭାବ୍ୟ ବାତ୍ୟାକୁ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ସମୀକ୍ଷା
ବିଶେଷ ଖବର

ସମ୍ଭାବ୍ୟ ବାତ୍ୟାକୁ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ସମୀକ୍ଷା

October 23, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ଼ା. କୃଷ୍ଣଚନ୍ଦ୍ର ମହାପାତ୍ର ବିଭାଗୀୟ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଖାରବେଳ ଭବନସ୍ଥିତ ବିଭାଗୀୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିବାବେଳେ ବାତ୍ୟାଦ୍ୱାରା ପ୍ରଭାବିତ ହେବା ଆଶଙ୍କା ଥିବା ବିଭିନ୍ନ ଜିଲ୍ଲା ତଥା ମହାନଗର ନିଗମ, ପୌରପାଳିକା ଏବଂ ବିଜ୍ଞାପିତ ଅଂଚଳର ଉଚ୍ଚପଦସ୍ତ ଅଧିକାରୀ ମାନେ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ।

ବାତ୍ୟା ସମୟରେ ଏବଂ ପରବର୍ତ୍ତୀ ଅବସ୍ଥାରେ ତ୍ୱରିତ ସେବା ପ୍ରଦାନ ଉପରେ ମନ୍ତ୍ରୀ ଡ଼ା.ମହାପାତ୍ର ଗୁରୁତ୍ୱ ଦେଇଥିଲେ। ତଳିଆ ଅଞ୍ଚଳ ଓ କଚ୍ଚାଘରେ ରହୁଥିବା ଲୋକମାନଙ୍କୁ ବାତ୍ୟା ଆଶ୍ରୟସ୍ଥଳୀ ଓ ପକ୍କାଘର ଭଳି ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରିବା ପ୍ରକ୍ରିୟା ଆଜି ସନ୍ଧ୍ୟା ସୁଦ୍ଧା ଶେଷ କରିବାକୁ ଅଧିକାରୀ ମାନଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସେହିଭଳି ଆସନ୍ନ ପ୍ରସବା, ପ୍ରସୂତି ମା ଓ ଶିଶୁ, ଭିନ୍ନକ୍ଷମ ଏବଂ ନିରାଶ୍ରୟ ବ୍ୟକ୍ତିଙ୍କୁ ବାତ୍ୟା ସମୟରେ ସୁରକ୍ଷିତ ଆଶ୍ରୟ ପ୍ରଦାନ କରିବା ଉପରେ ମନ୍ତ୍ରୀ ଡ଼ା. ମହାପାତ୍ର ଗୁରୁତ୍ୱାରୋପ କରିଥିଲେ।

ବୈଠକ ପ୍ରାରମ୍ଭରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ସେହିଭଳି ଆଶ୍ରୟସ୍ଥଳୀ ଗୁଡିକରେ ଚୁଡା, ଗୁଡ଼ ଭଳି ଶୁଖିଲା ଖାଦ୍ୟ ମହଜୁଦ ରଖିବା, ଦୁଇବେଳା ରନ୍ଧା ଖାଦ୍ୟ ପ୍ରଦାନ, ପଶୁଖାଦ୍ୟ, ଔଷଧ, ପାନୀୟଜଳ ଓ ଆଲୋକୀକରଣ ପାଇଁ ଡିଜି ବ୍ୟବସ୍ଥା କରାଯାଇଥିବା ନେଇ ମନ୍ତ୍ରୀଙ୍କୁ ସେ ସୂଚନା ଦେଇଥିଲେ। ବାତ୍ୟାଜନିତ ବର୍ଷା ଜଳ ନିଷ୍କାସନ ଓ ନିରବଚ୍ଛିନ୍ନ ଜଳଯୋଗାଣ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ମଧ୍ୟ ଅଧିକାରୀ ମାନଙ୍କୁ ଶ୍ରୀମତୀ ପାଢ଼ୀ କହିଥିଲେ। ବାତ୍ୟା ପରବର୍ତ୍ତୀ ଯୋଗାଯୋଗ, ପରିମଳ ବ୍ୟବସ୍ଥା ଭଳି ଆବଶ୍ୟକୀୟ ସେବା ତ୍ୱରାନ୍ୱିତ କରିବାକୁ ସେ କହିଥିଲେ।

ଉକ୍ତ ବୈଠକରେ ବିଭାଗୀୟ ସ୍ୱତନ୍ତ୍ର ସଚିବ ରାଜେଶ ପ୍ରଭାକର ପାଟିଲ, ପୌର ନିର୍ଦ୍ଦେଶକ ଦେବାଶିଷ ସିଂ, ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଖାରବେଳ ଭବନ ଗୃହ ନିର୍ମାଣ ଓ ନଗର ଉନ୍ନୟନ ସମ୍ଭାବ୍ୟ ବାତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ୩୮ ନବ ଦମ୍ପତିଙ୍କୁ ଆଶୀର୍ବାଦ କଲେ ଉପମୁଖ୍ୟମନ୍ତ୍ରୀ

May 13, 2026

ଖୁବ୍ ଶୀଘ୍ର ଚାଲିବ ନୂଆ ପୁରୀ-କୋରାପୁଟ ଏକ୍ସପ୍ରେସ, ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

May 13, 2026

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନେଲେ ବଡ ନିଷ୍ପତି, କାରକେଡ୍ ଗାଡି ସଂଖ୍ୟା କଲେ ହ୍ରାସ

May 13, 2026
Latest News

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026

ପୁଣି ମଣିପୁର ଅଶାନ୍ତ : ଗଡିଲା ମୁଣ୍ଡ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.