Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: କଳିଙ୍ଗ କନ୍ୟା କଳା ପରିଷଦର ଶିଳ୍ପୀ ସମ୍ବର୍ଦ୍ଧନା ଉତ୍ସବ -୨୦୨୪
ଆଞ୍ଚଳିକ

ବାଣପୁର: କଳିଙ୍ଗ କନ୍ୟା କଳା ପରିଷଦର ଶିଳ୍ପୀ ସମ୍ବର୍ଦ୍ଧନା ଉତ୍ସବ -୨୦୨୪

October 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ବାଣପୁରର ପ୍ରଗତି ଶୀଳ ସାଂସ୍କୃତିକ ଅନୁଷ୍ଠାନ କଳିଙ୍ଗ କନ୍ୟା କଳା ପରିଷଦ ପକ୍ଷରୁ ଚଳିତ ବର୍ଷର ଶିଳ୍ପୀ ସମ୍ବର୍ଦ୍ଧନା ଉତ୍ସବ -୨୦୨୪ ଭେଟେଶ୍ଵର ସ୍ଥିତ ଶ୍ରୀ ଶ୍ରୀ ଭେଟି ନାଥ ଦେବ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଟ ମଞ୍ଚ ନାଟ୍ୟ ନିର୍ଦେଶକ ପ୍ରମୋଦ କୁମାର ସ୍ଵାଇଁ, ନାଟ୍ୟକାର ଭିକାରୀ ଚରଣ ପ୍ରଧାନ, ନାଟ୍ୟ ସଙ୍ଗଠିକା ରଞ୍ଜୁଵାଳା ଚମ୍ପତିରାୟଙ୍କ ସାମଗ୍ରିକ ପରିଚାଳନାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସମାଜସେବୀ ସୁକାନ୍ତ କୁମାର ବିଶ୍ବାଳ ଯୋଗଦେଇ ଶିଳ୍ପୀ ମାନଙ୍କୁ ପ୍ରମାଣପତ୍ର ଓ ଟ୍ରଫି ପ୍ରଦାନ ପୂର୍ଵକ କଳାକାର ମାନଙ୍କୁ ପ୍ରୋତ୍ସାହିତ କରିଥିଲେ।

ଏହି ଅବସରରେ ଅନୁଷ୍ଠାନ ପକ୍ଷରୁ ନିରବଚ୍ଛିନ୍ନ ସମାଜସେବା ପାଇଁ ସୁକାନ୍ତ କୁମାର ବିଶ୍ବାଳଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଗତ ବିଶ୍ଵ ନାଟ୍ୟ ମେଳା ୨୦୨୪ରେ ଜାତୀୟ ସ୍ତରରେ ପୁରସ୍କାର ଲାଭ କରିଥିବା କଳାକାର ଲକ୍ଷ୍ମୀ ସ୍ବାଇଁ, ଅନିତା ପ୍ରଧାନ, ପାପାଲି ସାଶମଲ, ରାଜଶ୍ରୀ ପଲେଇ ପ୍ରମୁଖଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ଵାରା ସ୍ଵତନ୍ତ୍ର ଭାବରେ ପୁରସ୍କୃତ କରାଯିବା ସହ ଶ୍ରେଷ୍ଠ ନାଟ୍ୟକାର ଭାବେ ଭିକାରୀ ଚରଣ ପ୍ରଧାନ, ଶ୍ରେଷ୍ଠ ନିର୍ଦ୍ଦେଷ୍କ ଭାବେ ପ୍ରମୋଦ କୁମାର ସ୍ଵାଇଁ, ଶ୍ରେଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ଭାବେ ସରୋଜକାନ୍ତ ସାଶମଲଙ୍କୁ ଟ୍ରଫି ଓ ମାନପତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା।

ପରିଶେଷରେ ଆଗାମୀ ବିଶ୍ଵ ନାଟ୍ୟ ମେଳା ୨୦୨୫ ପାଇଁ ଭିକାରୀ ଚରଣ ପ୍ରଧାନଙ୍କ ରଚିତ ଏବଂ ପ୍ରମୋଦ କୁମାର ସ୍ଵାଇଁଙ୍କ ନିର୍ଦ୍ଦେଶିତ ନାଟକ ଅହି ନନ୍ଦିନୀ ବାବା ଭେଟି ନାଥଙ୍କ ପାଖରେ ସମର୍ପିତ କରାଯିବା ସହ ପାଣ୍ଡୁଲିପି ପୂଜନ ଅନୁଷ୍ଠିତ ହୋଇ ପୂର୍ଵାଭ୍ୟାସ ଅନୁଷ୍ଠିତ ହୋଇଥିଲା।

କଳିଙ୍ଗ କନ୍ୟା କଳା ପରିଷଦ ବାଣପୁର ସମ୍ବର୍ଦ୍ଧନା ଉତ୍ସବ -୨୦୨୪ ସାଂସ୍କୃତିକ ଅନୁଷ୍ଠାନ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତିଶୃତି ପୂରଣ କଲେ ଆଇନ ମନ୍ତ୍ରୀ, ବାଣପୁରରେ ଏଡିଜେ କୋର୍ଟ ପ୍ରତିଷ୍ଠା ହେବା ନେଇ ବିଜ୍ଞପ୍ତି ଜାରି

August 5, 2025

ବାଣପୁର ବ୍ଲକରେ ଯୋଗଦେଲେ ନୂତନ ବିଡ଼ିଓ

August 4, 2025

ନରସିଂହପୁର କ୍ଲଷ୍ଟରରେ ଦ୍ଵିତୀୟ ମାସିକ କ୍ଲଷ୍ଟର ବୈଠକ

August 2, 2025

ବାଣପୁର: କର୍ମକ୍ଷେତ୍ରରେ ମହିଳାମାନଙ୍କ ଉପରେ ଯୌନ ନିର୍ଯ୍ୟାତନା ଅଧିନିୟମ ସମ୍ବନ୍ଧୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

July 31, 2025
Latest News

ଘୋଷଣା ହେଲା ଓଡିଶା ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଏବଂ ସଦସ୍ୟାଙ୍କ ନାମ

August 5, 2025

ଇତିହାସ ରଚିଲେ ଦୀପିକା ପାଦୁକୋଣ: ପଛରେ ପଡ଼ିଲେ ଏହି ହଲିଉଡ୍ ଷ୍ଟାର

August 5, 2025

ଘୋଷଣା ହେଲା ଓଡିଶା ମହିଳା ଆୟୋଗ ଅଧ୍ୟକ୍ଷା ଓ ସଦସ୍ୟାଙ୍କ ନାମ, ଜାଣନ୍ତୁ କାହାକୁ ଦିଆଗଲା ନିଯୁକ୍ତି

August 5, 2025

ଚାରଟି ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କଲା ବିଜେଡି, ଜାଣନ୍ତୁ କେଉଁଠି କାହାକୁ ମିଳିଲା ଦାୟିତ୍ବ

August 5, 2025

ଜୀ ସାର୍ଥକର ‘ଦେଖିବା ଟିଭି ଜିତିବା ଇଭି’ ପ୍ରତିଯୋଗିତାର ୫ ବିଜୟୀଙ୍କୁ ମିଳିଲା ଇଭି ଗାଡି

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.