Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରୋଜଗାର ମେଳା ଅଧିନରେ ୫୧,୦୦୦ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଆଜି ରୋଜଗାର ମେଳା ଅଧିନରେ ୫୧,୦୦୦ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ

October 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦିନ ୧୦:୩୦ ସମୟରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ୫୧,୦୦୦ରୁ ଅଧିକ ନବ ନିଯୁକ୍ତ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବିତରଣ କରିବେ। ଏହି ଅବସରରେ ମଧ୍ୟ ପ୍ରଧାନମନ୍ତ୍ରୀ ରୋଜଗାର ମେଳାକୁ ସମ୍ବୋଧିତ କରିବେ।

ରୋଜଗାର ମେଳା ରୋଜଗାର ସୃଷ୍ଟିକୁ ପ୍ରାଥମିକତା ଦେବା ପାଇଁ ପ୍ରଧାମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି। ଏହା ଯୁବପୀଢ଼ିଙ୍କୁ ରାଷ୍ଟ୍ର ନିର୍ମାଣରେ ଯୋଗଦାନ ଦେବା ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରିବା ସହ ସେମାନଙ୍କୁ ସଶକ୍ତ କରିବ।

ସମଗ୍ର ଦେଶରେ ୪୦ଟି ବିଭିନ୍ନ ସ୍ଥାନରେ ରୋଜଗାର ମେଳାର ଆୟୋଜନ କରାଯିବ, ଯେଉଁଥିରେ ନୂଆ କର୍ମଚାରୀ କେନ୍ଦ୍ର ସରକାରଙ୍କର ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗ, ଯେପରିକି ରାଜସ୍ୱ ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗୃହ ମନ୍ତ୍ରଣାଳୟ, ରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଇତ୍ୟାଦି ସହ ସାମିଲ ହେବେ।

ନବ ନିଯୁକ୍ତମାନେ ଆଇଜିଓଟି କର୍ମଯୋଗୀ ପୋର୍ଟାଲରେ ଉପଲବ୍ଧ ଅନଲାଇନ୍ ମଡ୍ୟୁଲ୍ ‘କର୍ମଯୋଗୀ ପ୍ରାରମ୍ଭ’ ମାଧ୍ୟମରେ ଭିତ୍ତିଭୂମି ତାଲିମ ଗ୍ରହଣ କରିବାର ସୁଯୋଗ ପାଇବେ। କର୍ମଯୋଗୀ ପୋର୍ଟାଲ୍‌ରେ ୧୪୦୦ରୁ ଅଧିକ ଇ-ଲର୍ନିଂ ପାଠ୍ୟକ୍ରମ ଉପଲବ୍ଧ ଯାହାକି ନୂଆ ନିଯୁକ୍ତମାନଙ୍କୁ ସେମାନଙ୍କ ଭୂମିକା ଅଧିକ ପ୍ରଭାବଶାଳୀ କରିବା ଏବଂ ବିକଶିତ ଭାରତ ନିର୍ମାଣ ଦିଗରେ କାର୍ଯ୍ୟ କରିବା ପାଇଁ ଅତ୍ୟାବଶ୍ୟକ କୌଶଳ ସହିତ ଅଧିକ ଦକ୍ଷ କରିବ।

ନରେନ୍ଦ୍ର ମୋଦୀ ନିଯୁକ୍ତି ପତ୍ର ଭିଡିଓ କନ୍‌ଫରେନ୍‌ସିଂ ରୋଜଗାର ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ମଇରେ ଓଡ଼ିଶାରେ ୧ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଉପଭୋକ୍ତା ଯୋଡ଼ିଲା ଜିଓ

June 27, 2026

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026
Latest News

ମଇରେ ଓଡ଼ିଶାରେ ୧ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଉପଭୋକ୍ତା ଯୋଡ଼ିଲା ଜିଓ

June 27, 2026

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.