ନଭେମ୍ବର ୪ ଓ ୧୧ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

Published: Nov 1, 2024, 6:35 pm IST

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୪ ତାରିଖ (ସୋମବାର) ଏବଂ ନଭେମ୍ବର ୧୧ତାରିଖ (ସୋମବାର) ଦିନ ୟୁନିଟ-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।

Related posts