ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୧୩୫ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୧୧୭ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୧୧ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା।
ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୦୪ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ୨ ଜଣ ହିତାଧିକାରୀଙ୍କୁ ଯଥା କ୍ରମେ ୧୦ ହଜାର ଟଙ୍କା ଏବଂ ୮୦୦୦/-
ଟଙ୍କା ମୂଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ରେଡକ୍ରସ ପାଣ୍ଠିରୁ ଜଣେ ହିତାଧିକାରୀ ୧୦,୦୦୦/-ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି।
ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ ଚଞ୍ଚଳ ରାଣା ଅଧ୍ୟକ୍ଷତା କରିଥିବାବେଳେ ଆରକ୍ଷୀ ଅଧିକ୍ଷକ ସାଗରିକା ନାଥ, ଡି ଏଫ୍ ଓ ପି ପୁର୍ଣିମା, ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ)
ପ୍ରତାପ ଚନ୍ଦ୍ର ବେଉରା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଖୋର୍ଦ୍ଧା ଉପ-ଜିଲ୍ଲାପାଳ ଦୀପ୍ତି ରଞ୍ଜନସେଠୀ, ସି ଡ଼ି ଏମ୍ଓ ଡଃ ରାଜଲକ୍ଷ୍ମୀ ପଟ୍ଟନାୟକ, ଡେପୁଟି କଲେକ୍ଟର ଶ୍ରୀତପା ମିଶ୍ର, ଖୋର୍ଦ୍ଧା ବିଡିଓ ଓ ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ ତରାଇ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।