Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ: ଜନସାଧାରଣଙ୍କୁ ତ୍ୱରିତ ସେବା ପ୍ରଦାନ ଉପରେ ଗୁରୁତ୍ୱ
ରାଜ୍ୟ ଖବର

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ: ଜନସାଧାରଣଙ୍କୁ ତ୍ୱରିତ ସେବା ପ୍ରଦାନ ଉପରେ ଗୁରୁତ୍ୱ

November 5, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଗୃହ, ଜଙ୍ଗଲ ଓ ପରିବେଶ ବିଭାଗ  ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ  ସାହୁ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ  ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଂଜନ କୁମାର ସିଂଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଏବଂ  କମିଶନର ତଥା ଶାସନ ସଚିବମାନେ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। କାର୍ଯ୍ୟକାରୀ ହେଉଥିବା ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ  ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସଫଳ କାର୍ଯ୍ୟକାରିତା ନିମନ୍ତେ ସଚିବମାନେ ନିୟମିତ ସମୀକ୍ଷା ଓ ତଦାରଖ କରିବା ସହିତ ଜନସାଧାରଣଙ୍କୁ ସେବା ପ୍ରଦାନରେ ତ୍ୱରିତ ପଦକ୍ଷେପ ନିଆଯିବାକୁ ବୈଠକରେ ଆଲୋକପାତ କରାଯାଇ ଆବଶ୍ୟକ  ପରାମର୍ଶ  ଦିଆଯାଇଥିଲା।

ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା  ବିଭିନ୍ନ ଯୋଜନାର କାର୍ଯ୍ୟାନ୍ୱୟନ  ଅଗ୍ରଗତି ସଂପର୍କରେ ଗୁରୁତ୍ୱ ଦେବା ସହ  ୨୦୨୪-୨୫ ଆର୍ଥିକ ବର୍ଷରେ ବଜେଟ ଅନୁମୋଦନ ଅନୁସାରେ ଧାର୍ଯ୍ୟ ଲକ୍ଷ୍ୟ ମୁତାବକ  କାର୍ଯ୍ୟ କରି କାର୍ଯ୍ୟକ୍ରମ ବ୍ୟୟ ତ୍ୱରାନ୍ୱିତ କରିବାକୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ। ସେହିଭଳି କେନ୍ଦ୍ରୀୟ ଅନୁଦାନ ଅର୍ଥର  କାର୍ଯ୍ୟକାରିତା ଏବଂ  ଖର୍ଚ୍ଚ ସଂକ୍ରାନ୍ତରେ ମଧ୍ୟ ଆଲୋଚନା କରାଯାଇଥିଲା।

ବିଭିନ୍ନ ବିଭାଗରେ  ଖାଲି ପଡ଼ିଥିବା ପଦବୀ ପୂରଣ ନିମନ୍ତେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ନିଆଯାଇଥିବା ପଦକ୍ଷେପ, ‘ଭିଜନ ଡକ୍ୟୁମେଣ୍ଟ’: ବିକଶିତ ଓଡ଼ିଶା-୨୦୩୬ ଏବଂ ବିକଶିତ ଭାରତ-୨୦୪୭ ସଂପର୍କିତ ପ୍ରସ୍ତାବ ଗ୍ରହଣ, ଓଡ଼ିଶା ଲୋକସେବା ଅଧିକାର ଅଧିନିୟମ ଅଧିନରେ ପ୍ରଦାନ କରାଯାଉଥିବା ବିଭିନ୍ନ ସେବାକୁ  ଗୁରୁତ୍ୱ ଦେଇ ତ୍ୱରିତ କାର୍ଯ୍ୟାନୁଷ୍ଠାନ ନିଆଯିବା ଏବଂ ଅବସରଗ୍ରହଣ ଦିନ ଯେପରି ସରକାରୀ କର୍ମଚାରୀ ଚୂଡ଼ାନ୍ତ  ପେନସନ ପାଇପାରିବେ, ସେଥି  ନିମନ୍ତେ ଆବଶ୍ୟକ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ପ୍ରକ୍ରିୟା ଉପଯୋଗରେ ସୁବ୍ୟବସ୍ଥା କରାଯିବା  ସଂପର୍କରେ ବିଶଦ୍ ଭାବେ ଆଲୋଚନା କରାଯାଇଥିଲା।

ସେହିପରି ସମବାୟ କ୍ଷେତ୍ରରେ ମାର୍କେଟିଂ ସୁବିଧା ପାଇଁ ଆବଶ୍ୟକ ବ୍ୟବସ୍ଥା, ବିଭିନ୍ନ ସରକାରୀ ପ୍ରକଳ୍ପ କାର୍ଯ୍ୟନ୍ୱୟନରେ ସବୁ ସ୍ତରରେ ସ୍ୱଚ୍ଛତା ରକ୍ଷା ସହ କାର୍ଯ୍ୟ ସଂପାଦନ କରିବାକୁ ଗୁରୁତ୍ୱ , ବିଭିନ୍ନ ଯୋଜନାରେ  ହିତାଧିକାରୀଙ୍କୁ ଅର୍ଥ ବା ସବସିଡି ଅର୍ଥ ସିଧାସଳଖ ଅନ୍-ଲାଇନ୍ ଜରିଆରେ ପ୍ରେରଣ କରାଯିବା, ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ  ହିତାଧିକାରୀଙ୍କୁ ଅର୍ଥ ପ୍ରେରଣ ସଂପର୍କରେ ଆଲୋଚନା କରାଯାଇ ଆବଶ୍ୟକ ପରାମର୍ଶ ଦିଆଯାଇଥିଲା। ଆହୁରି ମଧ୍ୟ ଗ୍ରାମୀଣ ଓ ରାଜ୍ୟ ରାଜପଥ ରାସ୍ତା ନିର୍ମାଣ, ସହରାଂଚଳ ବିକାଶ ସମେତ ବୟନ ଶିଳ୍ପ, ଶିଳ୍ପ ଓ ଆନୁଷଙ୍ଗିକ ଶିଳ୍ପ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ପର୍ଯ୍ୟଟନ ଆଦି  ବିଭିନ୍ନ କ୍ଷେତ୍ରରେ ନିଯୁକ୍ତ ସୁଯୋଗ ସଂପର୍କରେ ଆଲୋଚନା କରାଯାଇଥିଲା।

ମନୋଜ ଆହୁଜା ମୁଖ୍ୟ ଶାସନ ସଚିବ ସଚିବସ୍ତରୀୟ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା କମିଟି ବୈଠକ: ଭୁବନେଶ୍ଵର ସାଂସଦ ଦେଲେ ଏହି ନିର୍ଦ୍ଦେଶ

October 10, 2025

Travel Health Clinic: ଏମ୍ସ ଭୁବନେଶ୍ୱରରେ ଟ୍ରାଭେଲ୍ ହେଲ୍ଥ କ୍ଲିନିକ୍ ଜାତୀୟ ସମ୍ମିଳନୀ, ବିଶେଷଜ୍ଞମାନେ କହିଲେ… 

October 10, 2025

Odisha IAS Reshuffle: ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, କେନ୍ଦ୍ରକୁ ଗଲେ ତିନି

October 10, 2025

ମଦ ବିକ୍ରି ବନ୍ଦ ଦାବିରେ ଉପଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ

October 10, 2025
Latest News

ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା କମିଟି ବୈଠକ: ଭୁବନେଶ୍ଵର ସାଂସଦ ଦେଲେ ଏହି ନିର୍ଦ୍ଦେଶ

October 10, 2025

Viksit Odisha 2036: ଭୁବନେଶ୍ୱର ଠାରେ ବିକଶିତ ଭାରତ ଓ ବିକଶିତ ଓଡିଶା ସମ୍ମିଳନୀ ଆୟୋଜିତ

October 10, 2025

Travel Health Clinic: ଏମ୍ସ ଭୁବନେଶ୍ୱରରେ ଟ୍ରାଭେଲ୍ ହେଲ୍ଥ କ୍ଲିନିକ୍ ଜାତୀୟ ସମ୍ମିଳନୀ, ବିଶେଷଜ୍ଞମାନେ କହିଲେ… 

October 10, 2025

Odisha IAS Reshuffle: ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, କେନ୍ଦ୍ରକୁ ଗଲେ ତିନି

October 10, 2025

ମଦ ବିକ୍ରି ବନ୍ଦ ଦାବିରେ ଉପଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ

October 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.