ନୂଆଦିଲ୍ଲୀ: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ରସୂଚନା କାର୍ଯ୍ୟାଳୟ (ପିଆଇବି) ଏବଂ କେନ୍ଦ୍ରୀୟ ସଂଚାର ବ୍ୟୁରୋ (ସିବିସି) ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହାର ଅଂଶବିଶେଷ ସ୍ୱରୂପ, ଦୁର୍ନୀତି ନିବାରଣ ଉପରେ ଏକ ସ୍ବତନ୍ତ୍ର ଜ୍ଞାନ ବିନିମୟ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ଏଥିରେ ଦୁର୍ନୀତି ନିବାରଣ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। କାର୍ଯ୍ୟସ୍ଥଳୀରେ ଅସତ୍ ଆଚରଣକୁ ରୋକିବା ଏବଂ ସ୍ବଚ୍ଛତା ଓ ନୈତିକ ଅଭ୍ୟାସ ଆଚରଣ କରିବା ଉପରେ ବରିଷ୍ଠ ଅଧିକାରୀମାନେ ଗୁରୁତ୍ବାରୋପ କରିଥିଲେ।
କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଆଇଏଏସ ପ୍ରଦୀପ କୁମାର ବିଶ୍ବାଳ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ପିଆଇବିର ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର ଏବଂ କେନ୍ଦ୍ରୀୟ ସଂଚାର ବ୍ୟୁରୋର ନିର୍ଦ୍ଦେଶକ ଡକ୍ଚର ଗିରିଶ ଚନ୍ଦ୍ର ଦାସ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ। ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଦୁର୍ନୀତି ନିବାରଣ ପାଇଁ ଶପଥ ପାଠ କରିଥିଲେ।