Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିସେମ୍ବର ୮ରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ହେବ ଚାଷୀ ସମାବେଶ, ଚାଷୀମାନେ ପାଇବେ ଅତିରିକ୍ତ ୮୦୦ ଟଙ୍କା
ଆଜିର ଖବର

ଡିସେମ୍ବର ୮ରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ହେବ ଚାଷୀ ସମାବେଶ, ଚାଷୀମାନେ ପାଇବେ ଅତିରିକ୍ତ ୮୦୦ ଟଙ୍କା

November 14, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଲୋକସେବା ଭବନ ଠାରେ ଆଗାମୀ ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ପାଇଁ ଆଭାସୀ ଜରିଆରେ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନାରୁ ଜଣାଯାଇଛି ଯେ, ତ୍ରୁଟିଶୁନ୍ୟ ଧାନ ସଂଗ୍ରହ ପାଇଁ ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ଓ ଜିଲ୍ଲାପାଳ ମାନେ ସମସ୍ତ ପ୍ରସ୍ତୁତି କରିଛନ୍ତି।

ବୈଠକରୁ ଜଣାଯାଇଛି ଯେ, ଆସନ୍ତା ୨୦ ତାରିଖରେ ବରଗଡ ଜିଲ୍ଲାରୁ ଏହି ଧାନ ସଂଗ୍ରହ କାର୍ଯ୍ୟ  ଆରମ୍ଭ ହେବ।  ୨୨ ତାରିଖରେ ସମ୍ବଲପୁର ଏବଂ  ପରେ ରାଜ୍ୟର ସବୁ ଜିଲ୍ଲାରେ ଏହି ଧାନ ସଂଗ୍ରହ ବ୍ୟବସ୍ଥା ଆରମ୍ଭ ହେବ।  ନଭେମ୍ବର ୨୦ ତାରିଖରୁ  ଡିସେମ୍ବର ୭ ତାରିଖ ମଧ୍ୟରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପିଛା ୨୩୦୦ ଟଙ୍କା ପ୍ରଦାନ କରାଯିବ।

ଡିସେମ୍ବର ମାସ ୮ ତାରିଖରେ ବରଗଡ ଜିଲ୍ଲା ସୋହେଲା ଠାରେ ଏକ ରାଜ୍ୟ ସ୍ତରୀୟ କୃଷକ ସମାବେଶ ଆୟୋଜନ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କୃଷକ ମାନଙ୍କୁ ଧାନର କୁଇଣ୍ଟାଲ ପିଛା ଅତିରିକ୍ତ ୮୦୦ ଟଙ୍କା ପ୍ରଦାନ କରିବେ। ଡିସେମ୍ବର ୮ ତାରିଖ ଠାରୁ ୨୩୦୦ ଟଙ୍କା ସହିତ ଅତିରିକ୍ତ ୮୦୦ ଟଙ୍କା ଚାଷୀଙ୍କ ବ୍ୟାଙ୍କ ଖାତାକୁ ୪୮ ଘଣ୍ଟା ମଧ୍ୟରେ DBT ଜରିଆରେ ପ୍ରଦାନ କରାଯିବ।

କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ସୁବିଧା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଚାଷୀମାନଙ୍କୁ ଧାନ ସଂଗ୍ରହ ବ୍ୟବସ୍ଥା ପାଇଁ ନିଆଯାଇଥିବା ସରକାରୀ ପଦକ୍ଷେପ ସମ୍ପର୍କରେ ବିଭିନ୍ନ ସୂଚନା, ଶିକ୍ଷା ଓ ସଂଚାର କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନ କରାଯାଉଛି।

ମୁଖ୍ୟମନ୍ତ୍ରୀ ଏଥିପାଇଁ ଜିଲ୍ଲାପାଳମାନେ ନେଇଥିବା ପଦକ୍ଷେପ ସମ୍ପର୍କରେ ଅବଗତ ହୋଇ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବାକୁ ପରାମର୍ଶ ଦେଇଥିଲେ। ବିଭିନ୍ନ ଧାନ ମଣ୍ଡିରେ ଗ୍ରେନ ଆନାଲାଇଜର, Quality Analyst, ମଣ୍ଡି ସୁପରଭାଇଜର ଆଦି ମୁତୟନ ସମ୍ପର୍କରେ ସୂଚନା ଦିଆଯାଇଥିଲା। ଚାଷୀମାନଙ୍କୁ ଟୋକେନ ପ୍ରଦାନ ୧୫ ତାରିଖରୁ ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଥିଲା। ଜିଲ୍ଲାପାଳମାନେ ଚାହିଁଲେ ଟୋକେନର ସମୟସୀମାକୁ ୭ ଦିନ ପର୍ଯ୍ୟନ୍ତ ବୃଦ୍ଧି କରିପାରିବେ।

ପଡୋଶୀ ରାଜ୍ୟ ସହିତ ଲାଗି ରହିଥିବା ଜିଲ୍ଲା ଗୁଡିକରେ ଯେପରି ବାହାର ରାଜ୍ୟର ଧାନ ନ ପଶିବ, ସେଥିପ୍ରତି ଜିଲ୍ଲାପାଳମାନେ ପ୍ରତ୍ୟକ୍ଷ ଭାବେ ନଜର ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସୀମାବର୍ତ୍ତୀ ଅଞ୍ଚଳରେ କ୍ୟାମେରା ସଂଯୁକ୍ତ ଥିବା ଯାନ ମାଧ୍ୟମରେ ପେଟ୍ରୋଲିଂ ବ୍ୟବସ୍ଥାକୁ କଡାକଡି କରିବା ପାଇଁ ଏବଂ  ମଣ୍ଡିମାନଙ୍କରେ ସିସିଟିଭି ଲଗାଇବା ଓ କଟନି-ଛଟନି କୁ ରୋକିବା ପାଇଁ ପଦକ୍ଷେପ ନେବାକୁ ମଧ୍ୟ ଗୁରୁତ୍ୱ ଦେଇଥିଲେ।

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ଏବଂ ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ ନିଜ ନିଜ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଜିଲ୍ଲାପାଳମାନେ ମଧ୍ୟ ଜିଲ୍ଲା ସ୍ତରରେ ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।

ଆଲୋଚନାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢୀ, ପ୍ରମୁଖ ଯୋଗଦେଇଥିଲେ।

ଧାନ ସଂଗ୍ରହ ବ୍ୟବସ୍ଥା ମୋହନ ଚରଣ ମାଝୀ ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026
Latest News

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ଆଜି ଜୁନ୍ ୨୭ ତାରିଖ ଶନିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 27, 2026

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.