ଭୁବନେଶ୍ୱର: ବିରୋଧୀ ବିଜେଡି ପାଖରେ କୈାଣସି ପ୍ରସଙ୍ଗ ନାହିଁ । ଶାସନରୁ ବିତାଡିତ ହେବା ପରେ ଅଯଥା ପ୍ରସଙ୍ଗକୁ ଦୋହରାଇ ଓ ପାଳି କରି ବିଜେଡିର ନେତାମାନେ ମିଛ ସତ ଲଗାଇ ମନଗଢା କାହାଣି ଶୁଣାଉଛନ୍ତି। ବିଜେଡି ନେତା ତଥା ପୂର୍ବତନ ବିଧାୟକ ସଂଜୟ ଦାସବର୍ମା ବଡ ବଡ କଥା ଶୁଣାଉଛନ୍ତି।
ଯଦି ନବୀନ ପଟ୍ଟନାୟକଙ୍କ ନେତୃତ୍ୱ ବିଜେଡି ସରକାରରେ ଓଡିଶାର ବାସ୍ତବରେ ବିକାଶ ହୋଇଥିଲା, ତେବେ ଲୋକଙ୍କୁ କାହିଁକି ଆମ୍ବ ଟାକୁଆ ଖାଇବାକୁ ପଡୁଛି ବୋଲି ରାଜ୍ୟ ମୁଖପାତ୍ର ଶ୍ରୀ ଦିଲୀପ ମଲ୍ଲିକ ଓଲଟା ପ୍ରଶ୍ନ କରିଛନ୍ତି।
ବାସ୍ତବରେ ବିଜେଡି ସରକାରରେ ଓଡିଶାର ସଠିକ ବିକାଶ ହୋଇନଥିଲା। ନବୀନ ସରକାର ଅମଳରେ ରାୟଗଡା ଜିଲ୍ଲା କାଶୀପୁରଠାରେ ଦୁଇ ଦୁଇ ଥର ଅନାହାରଜନିତ ଓ ଖାଦ୍ୟାଭାବ କାରଣରୁ ୨୦ରୁ ଉର୍ଦ୍ଧ୍ୱ ମୃତ୍ୟୁବରଣ କରିଥିଲେ। ଏହାକୁ ଶ୍ରୀ ଦାସବର୍ମା ଭୁଲିବା ଉଚିତ ନୁହେଁ।
ସରକାରରେ ଥିବାବେଳେ ବିଜେଡି ନେତା ଓ ମନ୍ତ୍ରୀମାନେ ଯେଉଁ ଭଳି ଭାବେ ମିଛ କହି ବିଭ୍ରାନ୍ତ କରୁଥିଲେ, ବର୍ତମାନ ମଧ୍ୟ ନିଜ ସ୍ଥିତି ବଂଚାଇବା ପାଇଁ ମିଛର ଆଶ୍ରୟ ନେଉଛନ୍ତି ଏବଂ ମନଗଢା କାହାଣୀ କହୁଛନ୍ତି ବୋଲି ଶ୍ରୀ ମଲ୍ଲିକ କହିଛନ୍ତି। ଏଭଳି ମିଛ ପ୍ରଚାରରୁ ନିବୃତ ରହିବାକୁ ଶ୍ରୀ ମଲ୍ଲିକ ବିଜେଡି ନେତାମାନଙ୍କୁ ପରାମର୍ଶ ଦେଇଛନ୍ତି।