ମୌସୁମୀ ବାୟୁ ସକ୍ରିୟ ଥିବାରୁ ରାଜ୍ୟରେ ଏବେ ବର୍ଷା ଜାରି ରହିଛି । ଏହା ସହିତ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ଦୁଇ ଦିନ ଧରି ବର୍ଷା ଲାଗି ରହିଛି । ଆଜି ବର୍ଷାର ପରିମାଣ ହ୍ରାସ ପାଇବ ବୋଲକି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ପୁଣି 9 ଓ 10 ତାରିଖରେ ବର୍ଷାର ପରିମାଣ ବଢ଼ିପାରେ । ଲଘୁଚାପ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ସୂଚନା ଅନୁଯାୟୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବିହାର ଓ ଝାରଖଣ୍ଡ ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଓଡ଼ିଶା ଉପରେ ସିଧାସଳଖ ପ୍ରଭାବ ନଥିଲେ ମଧ୍ୟ ମୌସୁମି ଟ୍ରଫ୍ ଲାଇନ୍ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ନିର୍ଦେଶକ ଏଚଆର୍ ବିଶ୍ୱାସ ସୂଚନା ଦେଇଛନ୍ତି।