Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିକ୍ଷା କ୍ଷେତ୍ରରେ ଉତ୍ସର୍ଗୀକୃତ କାର୍ଯ୍ୟ ନିମନ୍ତେ ସୋଆ ମହିଳା ଶକ୍ତିକୁ ‘ଫେମିନା ଆଚିଭର୍ସ ଇଷ୍ଟ-୨୦୨୪’ ସମ୍ମାନ
ଆଜିର ଖବର

ଶିକ୍ଷା କ୍ଷେତ୍ରରେ ଉତ୍ସର୍ଗୀକୃତ କାର୍ଯ୍ୟ ନିମନ୍ତେ ସୋଆ ମହିଳା ଶକ୍ତିକୁ ‘ଫେମିନା ଆଚିଭର୍ସ ଇଷ୍ଟ-୨୦୨୪’ ସମ୍ମାନ

November 27, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା କ୍ଷେତ୍ରରେ ଉତ୍ସର୍ଗୀକୃତ କାର୍ଯ୍ୟ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ମହିଳା ଶ୍ରମଶକ୍ତିକୁ ନିକଟରେ ‘ଫେମିନା ଆଚିଭର୍ସ ଇଷ୍ଟ -୨୦୨୪’ ସମ୍ମାନରେ ଭୂଷିତ କରାଯାଇଛି  ଦେଶର ଅଗ୍ରଣୀ ଇଂରାଜୀ ମହିଳା ପତ୍ରିକା ଫେମିନା ପକ୍ଷରୁ ‘ସୋଆ ୱିମେନ୍ ୱାର୍କଫୋର୍ସ’ କୁ ଏହି ସମ୍ମାନ ପ୍ରଦାନ କରାଯାଇଛି।

କୋଲକାତା ଠାରେ ଆୟୋଜିତ ଏକ ସମ୍ବର୍ଦ୍ଧନା ଉତ୍ସବରେ ସମାଜରେ ସକାରାତ୍ମକ ପରିବର୍ତନ ଆଣିବାରେ ଅଗ୍ରଣୀ ଭୂମିକା ନେଇଥିବା ମହିଳା ଓ ମହିଳା କାର୍ଯ୍ୟକାରୀ ମାନଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା। ବିଶେଷ କରି ପୂର୍ବ ଭାରତରେ ସମାଜର ବିଭିନ୍ନ ବର୍ଗରେ ଉନ୍ନତିମୂଳକ କାର୍ଯ୍ୟ କରୁଥିବା ମହିଳାମାନଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା।

ପୂର୍ବ ଏବଂ ଉତର-ପୂର୍ବ ଭାରତରେ ଅବସ୍ଥାପିତ ବ୍ରିଟିଶ ଡେପୁଟି ହାଇକମିଶନର ଡକ୍ଟର ଆଣ୍ଡ୍ରିୟୁ ଫ୍ଲେମିଂ ଏବଂ ଆଲାଏନ୍ସ ଫ୍ରାଂଚାଇଜି ଡୁ ବେଙ୍ଗାଲେ ର ନିର୍ଦ୍ଦେଶକ ନିକୋଲାସ ଫାସିନୋ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇ ଏହି ସମ୍ମାନ ପ୍ରଦାନ କରିଥିଲେ। ସୋଆ ପକ୍ଷରୁ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଓ ଲୋକସମ୍ପର୍କ ଅଧିକାରୀ ଶୁଭଦର୍ଶିନୀ ମିଶ୍ର ଏହି ସମ୍ମାନ ଗ୍ରହଣ କରିଥିଲେ।

ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଙ୍ଗ ଫ୍ରେମ୍ ୱାର୍କ (ଏନ୍‌ଆଇଆରଏଫ୍‌) ର‌୍ୟାଙ୍କିଙ୍ଗ ୨୦୨୪ ଅନୁଯାୟୀ ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟର ମାନ୍ୟତା ହାସଲ କରିଥିବା ସୋଆରେ ଶିକ୍ଷା ଗ୍ରହଣ କରୁଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ୫୪ ପ୍ରତିଶତ ହେଉଛନ୍ତି ଛାତ୍ରୀ।

ସେହିପରି ବିଶ୍ୱବିଦ୍ୟାଳୟରେ ଅଧ୍ୟାପନା ସହ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ମଧ୍ୟରେ ୪୨ ପ୍ରତିଶତ ମହିଳା ରହିଛନ୍ତି।

ବିଶ୍ୱବିଦ୍ୟାଳୟରେ ପ୍ରାୟ ୪୫ ଜଣ ମହିଳା ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ ଥିବା ବେଳେ ପ୍ରଫେସର ମଞ୍ଜୁଳା ଦାସ ବିଶ୍ୱବିଦ୍ୟାଳୟର କଂଟ୍ରୋଲର ଅଫ୍ ଏଗଜାମିନେସନ୍ ଭାବେ କାର୍ଯ୍ୟରତ ଅଛନ୍ତି। ସେହିପରି ସୋଆର ୧୧ଟି ଶିକ୍ଷାନୁଷ୍ଠାନ ମଧ୍ୟରୁ ପ୍ରଫେସର ପ୍ରଭାତୀ ତ୍ରିପାଠୀ ସମ୍ ନର୍ସିଂ କଲେଜ୍‌ର ଡିନ, ପ୍ରଫେସର (ଡାକ୍ତର) ସଂଘମିତ୍ରା ମିଶ୍ର ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍‌ର ଡିନ୍ ଏବଂ ପ୍ରଫେସର ନୀତା ମହାନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନ୍‌ସେସ୍‌ର ଡିନ୍ ଭାବେ ଦାୟିତ୍ୱ ତୁଲାଉଛନ୍ତି।

ସେହିପରି ବିଶ୍ୱବିଦ୍ୟାଳୟର ପ୍ରାୟ ୨୫ଟି ବିଭାଗରେ ମହିଳାମାନେ ବିଭାଗୀୟ ମୁଖ୍ୟ ଭାବେ ଦାୟିତ୍ୱରେ ଅଛନ୍ତି।

ଫେମିନା ଆଚିଭର୍ସ ଇଷ୍ଟ-୨୦୨୪ ଶିକ୍ଷା କ୍ଷେତ୍ର ସୋଆ ମହିଳା ଶକ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ବଲପୁର-ଟିଟଲାଗଡ଼-ଥେରୁବାଲି ସେକ୍ସନ ନିରୀକ୍ଷଣ

July 25, 2025

ଜଗଦୀପ ଧନଖଡ଼ଙ୍କୁ ବିଦାୟକାଳୀନ ରାତ୍ରୀଭୋଜନ ଦେବେ ବିରୋଧୀ ଦଳ, ପଠାଗଲା ନିମନ୍ତ୍ରଣ

July 25, 2025

ଖୋର୍ଦ୍ଧା ଜିଲ୍ଲାସ୍ତରୀୟ ୭୯ ତମ ସ୍ବାଧିନତା ଦିବସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

July 25, 2025

ନୂଆଦିଲ୍ଲୀରେ ନିର୍ବାଚନ ତାଲିମ: ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହେଲେ ନୟାଗଡ ଜିଲ୍ଲାର ଶକ୍ତି ପ୍ରସାଦ

July 25, 2025
Latest News

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ବଲପୁର-ଟିଟଲାଗଡ଼-ଥେରୁବାଲି ସେକ୍ସନ ନିରୀକ୍ଷଣ

July 25, 2025

ଜଗଦୀପ ଧନଖଡ଼ଙ୍କୁ ବିଦାୟକାଳୀନ ରାତ୍ରୀଭୋଜନ ଦେବେ ବିରୋଧୀ ଦଳ, ପଠାଗଲା ନିମନ୍ତ୍ରଣ

July 25, 2025

ଖୋର୍ଦ୍ଧା ଜିଲ୍ଲାସ୍ତରୀୟ ୭୯ ତମ ସ୍ବାଧିନତା ଦିବସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

July 25, 2025

ନୂଆଦିଲ୍ଲୀରେ ନିର୍ବାଚନ ତାଲିମ: ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହେଲେ ନୟାଗଡ ଜିଲ୍ଲାର ଶକ୍ତି ପ୍ରସାଦ

July 25, 2025

ନାଲକୋର କର୍ପୋରେଟ୍ କାର୍ଯ୍ୟାଳୟ ପରିଦର୍ଶନ କଲେ ରାଜ୍ୟପାଳ

July 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.