Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳାହାଣ୍ଡି: ଜିଲ୍ଲାପାଳଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ
ଆଜିର ଖବର

କଳାହାଣ୍ଡି: ଜିଲ୍ଲାପାଳଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

December 2, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

କଳାହାଣ୍ଡି (ଦୁଷ୍ମନ୍ତ କୁମାର ପଣ୍ଡା): ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହଠାରେ ଆଜି ଜିଲ୍ଲାପାଳଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଓ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ।

ଏହି ଶିବିରରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ୧୧୭ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥିରୁ ବ୍ୟକ୍ତିଗତ ୯୧ ଗୋଟି ଓ ସାମୂହିତ ୨୪ ଗୋଟି ରହିଥିବା ବେଳେ ୧୦ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ୨ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ଏହି ଶିବିରରେ ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ପୂର୍ତ୍ତ, ବିଦ୍ୟୁତ, ଶିଶୁ ସୁରକ୍ଷା, ଗ୍ରାମ୍ୟ ଉନ୍ନୟନ, ଅବକାରୀ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।

ଏହି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଦୟାମୟ ପାଢି, ପିଡିଡୁଡା ମୁନୀନ୍ଦ୍ର ହୋନନାଗା, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ. ନିହାରେନ୍ଦ୍ର ପଣ୍ଡା, ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାର, ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା, ଜିଲ୍ଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାୟ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବିରେନ୍ଦ୍ର କୁମାର କହଁର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧିକାରୀ, ସ୍ଥାନୀୟ ତହସିଲଦାର, ବିଡିଓ, ପୌରପାଳିକା ନିର୍ବାହୀ ଅଧିକାରୀ ପ୍ରମୁଖ ଯୋଗଦେଇ ଥିଲେ।

ଏହି ଜନଶୁଣାଣି ଶିବିର ର ପରିଚାଳନା ରେ ସହକାରୀ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଡେପୁଟି ଜିଲ୍ଲାପାଳ ଚନ୍ଦ୍ରଦାଶ ମହାନନ୍ଦିଆ ସହଯୋଗ କରିଥିଲେ। ଆସନ୍ତା ଡିସେମ୍ବର ୯ ତାରିଖରେ ଗୋଲାମୁଣ୍ଡା ବ୍ଲକରେ ଜିଲ୍ଲାପାଳ,ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହେବ।

ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଏହି ଶିବିରରେ ନିଜର ନାମ ପଞ୍ଜୀକରଣ କରି ରହିଥିବା ବ୍ୟକ୍ତିଗତ, ସାମୂହିକ ଆପତ୍ତି ଅଭିଯୋଗ ସିଧାସଳଖ ଭାବେ ଜିଲ୍ଲାପାଳ, କଳାହାଣ୍ଡି ଙ୍କୁ ଭେଟି ଜଣାଇ ପାରିବେ।

କଳାହାଣ୍ଡି ଯୁଗ୍ମ ଜନଶୁଣାଣୀ ଶିବିର ସଦଭାବନା ସଭାଗୃହ
Share. Facebook Twitter LinkedIn Email WhatsApp Copy Link

Related Posts

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026

ବାଣପୁର: ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନରେ ଯୋଗଦେଲେ ଆଇନ ମନ୍ତ୍ରୀ

January 21, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଓଡିଶାର ମୁଖ୍ୟ ଶାସନ ସଚିବଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍

January 21, 2026

ବାଣପୁରରେ ଚର୍ଚ୍ଚିତ ଯୌତୁକ ଜନିତ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ

January 21, 2026
Latest News

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026

ଏଆଇ କ୍ଷମତା ସମ୍ପନ୍ନ ରାଷ୍ଟ୍ରଗୁଡ଼ିକର ପ୍ରଥମ ସମୂହରେ ଭାରତ ସାମିଲ ରହିଛି: ଅଶ୍ୱିନୀ ବୈଷ୍ଣବ

January 21, 2026

ବାଣପୁର: ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନରେ ଯୋଗଦେଲେ ଆଇନ ମନ୍ତ୍ରୀ

January 21, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଓଡିଶାର ମୁଖ୍ୟ ଶାସନ ସଚିବଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍

January 21, 2026

ବାଣପୁରରେ ଚର୍ଚ୍ଚିତ ଯୌତୁକ ଜନିତ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ

January 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.