Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଅନଗ୍ରସର ବ୍ୟକ୍ତିଙ୍କୁ ମିଳିବ ମାସିକ ୧୦ ହଜାର ଟଙ୍କା, ମୁଖ୍ୟମନ୍ତ୍ରୀ କଲେ ଘୋଷଣା
ଆଜିର ଖବର

ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଅନଗ୍ରସର ବ୍ୟକ୍ତିଙ୍କୁ ମିଳିବ ମାସିକ ୧୦ ହଜାର ଟଙ୍କା, ମୁଖ୍ୟମନ୍ତ୍ରୀ କଲେ ଘୋଷଣା

July 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଅନଗ୍ରସର ବ୍ୟକ୍ତିଙ୍କୁ ମିଳିବ ମାସିକ 10 ହଜାର ଟଙ୍କା, ମୁଖ୍ୟମନ୍ତ୍ରୀ କଲେ ଘୋଷଣା
ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଅନଗ୍ରସର ବ୍ୟକ୍ତିଙ୍କୁ ମିଳିବ ମାସିକ 10 ହଜାର ଟଙ୍କା, ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ସମୀକ୍ଷା ବ୍ୟୁରୋ

ଏଣିକ ପଦ୍ମଶ୍ରୀ ପୁରସ୍କାର ପାଇଥିବା ଅବହେଳିତ ବ୍ୟକ୍ତିମାନଙ୍କୁ ମାସିକ ୧୦ ହଜାର ଟଙ୍କା ପ୍ରଦାନ କରାଯିବ। ସଂସ୍କୃତି ବିଭାଗ ତରଫରୁ ଆସିଥିବା ସୁପାରିଶକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ନିକଟରେ ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ବ୍ୟକ୍ତିମାନେ ଦୟନୀୟ ଜୀବନ ବିତାଉଛନ୍ତି ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହୋଇଥିଲା। ସେମାନଙ୍କ ମଧ୍ୟରେ ଜଳପୁରୁଷ ଦଇତାରି ନାୟକ,କମଳା ପୂଜାରୀ,ଜିତେନ୍ଦ୍ରୀୟ ହରିପାଲ ପ୍ରମୁଖ ଦେଶର ସର୍ବୋଚ୍ଚ ବେସାମରିକ ପୁରସ୍କାର ପାଇଥିଲେ ମଧ୍ୟ ସେମାନଙ୍କ ଅବସ୍ଥା ଭଲ ନାହିଁ ବୋଲି କୁହାଯାଇଥିଲା। ଏହିପରି ଅନେକ ବ୍ୟକ୍ତି ଅଛନ୍ତି ଯେଉଁମାନେ ଏପରି ସମ୍ମାନ ହାସଲ କରିଥିଲେ ମଧ୍ୟ ସେମାନଙ୍କ ନିକଟରେ ବଞ୍ଚିବାର ସାମର୍ଥ୍ୟ ନାହିଁ। ଏହିପରି ଅଭିଯୋଗ ଆସିବା ପରେ ସଂସ୍କୃତି ବିଭାଗ ସେମାନଙ୍କୁ ସରକାରୀ ସାହାଯ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଏକ ସୁପାରିଶ କରିଥିଲେ। ତାହାକୁ ଆଧାର କରି ମୁଖ୍ୟମନ୍ତ୍ରୀ ଏହାକୁ ଅନୁମୋଦନ କରିଛନ୍ତି। ତେବେ ଏହିପରି ବିଶେଷ ବ୍ୟକ୍ତିଙ୍କୁ ବାଛିବା ପାଇଁ ଏକ ନିୟମ କରିବା ପାଇଁ ମୁଖ୍ୟମନ୍ତ୍ରୀ ସଂସ୍କୃତି ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିୟମ ନିର୍ଦ୍ଧାରିତ ହେବା ପରେ ଏହି ଅବହେଳିତ ବ୍ୟକ୍ତି ବିଶେଷଙ୍କୁ ମାସିକ ସାହାଯ୍ୟ ପ୍ରଦାନ କରାଯିବ। ସରକାରଙ୍କ ରିପୋର୍ଟ ଅନୁସାରେ ବର୍ତ୍ତମାନ ରାଜ୍ୟରେ ୮୪ ଜଣଙ୍କୁ ପଦ୍ମଶ୍ରୀ ଉପାଧୀରେ ଭୂଷିତ କରାଯାଇଛି। ସେମାନଙ୍କ ମଧ୍ୟରୁ ୪୫ ଜଣଙ୍କ ପରଲୋକ ଘଟିଯାଇଛି। ଆଉ ଯେଉଁମାନେ ରହିଲେ ସେମାନଙ୍କ ଆର୍ଥିକ ଅବସ୍ଥା ଅନୁଧ୍ୟାନ କରି ଏହି ସହାୟତା ରାଶି ଯୋଗାଇ ଦିଆଯିବ ବୋଲି ନିଷ୍ପତି ନିଆଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଏହି ଦୁଇ ଆଫ୍ରିକୀୟ ଦେଶ ଗସ୍ତରେ ଗଲେ ରାଷ୍ଟ୍ରପତି

November 8, 2025

ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ କେତେ ଆସନ ଜିତିବ ମହାଗଠବନ୍ଧନ?, ବଡ ଦାବି କଲା କଂଗ୍ରେସ

November 8, 2025

ଆଇନଗତ ସହାୟତାକୁ ସୁଦୃଢ଼ ​​କରିବା ପାଇଁ ନୂତନ ତାଲିମ ମଡ୍ୟୁଲ୍ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

November 8, 2025

ସାଇବର ଠକେଇର ଶିକାର ହେଲେ ଟିଏମସି ସାଂସଦ: ଏସବିଆଇ ଆକାଉଣ୍ଟରୁ ୫୬ ଲକ୍ଷ ଲୁଟ

November 8, 2025
Latest News

ଏହି ଦୁଇ ଆଫ୍ରିକୀୟ ଦେଶ ଗସ୍ତରେ ଗଲେ ରାଷ୍ଟ୍ରପତି

November 8, 2025

ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ କେତେ ଆସନ ଜିତିବ ମହାଗଠବନ୍ଧନ?, ବଡ ଦାବି କଲା କଂଗ୍ରେସ

November 8, 2025

ଆଇନଗତ ସହାୟତାକୁ ସୁଦୃଢ଼ ​​କରିବା ପାଇଁ ନୂତନ ତାଲିମ ମଡ୍ୟୁଲ୍ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

November 8, 2025

ଲାଲକୃଷ୍ଣ ଆଡଭାନୀଙ୍କୁ ୯୮ ବର୍ଷ ପୂରଣ: ୧୯୨୭ ପରଠାରୁ ତାଙ୍କ ଯାତ୍ରା ବିଷୟରେ ଜାଣନ୍ତୁ….

November 8, 2025

ସାଇବର ଠକେଇର ଶିକାର ହେଲେ ଟିଏମସି ସାଂସଦ: ଏସବିଆଇ ଆକାଉଣ୍ଟରୁ ୫୬ ଲକ୍ଷ ଲୁଟ

November 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.