Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରବାସୀ ଭାରତୀୟ ଦିବସ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ପ୍ରବାସୀ ଭାରତୀୟ ଦିବସ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

December 9, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୮ରୁ ୧୦ ତାରିଖ ତିନି ଦିନ ଧରି ଅନୁଷ୍ଠିତ ହେବ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ଏହାକୁ ଅତ୍ୟନ୍ତ ଆକର୍ଷଣୀୟ ଓ ସଫଳ ଭାବେ ପାଳନ କରିବା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ।

ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ପ୍ରସ୍ତୁତି ସମୀକ୍ଷା କରିଥିଲେ। ସମୀକ୍ଷାରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୦୩ ମସିହାରୁ ଆରମ୍ଭ ହୋଇଥିବା ଏହି ପ୍ରବାସୀ ଭାରତୀୟ ଦିବସ ପ୍ରଥମ ଥର ପାଇଁ ଓଡିଶାରେ ଅନୁଷ୍ଠିତ ହେଉଛି। ବିଶ୍ବ ଦରବାରରେ ଓଡିଶାକୁ ପ୍ରତିଷ୍ଠିତ କରିବା ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ପ୍ରଧାନମନ୍ତ୍ରୀ ମଧ୍ୟ ଏହି କାର୍ଯ୍ୟକ୍ରମ ଉପରେ ଅତ୍ୟନ୍ତ ଗୁରୁତ୍ବ ଆରୋପ କରୁଛନ୍ତି। ତେଣୁ ଏହାକୁ ଅତ୍ୟନ୍ତ ଆକର୍ଷଣୀୟ ଓ ତ୍ରୁଟିଶୂନ୍ୟ ଭାବେ ଆୟୋଜିତ କରି ସମଗ୍ର ବିଶ୍ବ ଦରବାରରେ ଓଡିଶାର ଭାବମୂର୍ତ୍ତୀକୁ ଉଜ୍ଜଳ କରିବା ପାଇଁ ସେ ପରାମର୍ଶ ଦେଇଥିଲେ।

ବିଶେଷକରି ସହରର ସ୍ବଚ୍ଛତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ଭୁବନେଶ୍ବରର ସ୍ବଚ୍ଛତା ଅନ୍ତର୍ଜାତୀୟ ସ୍ତରର ହେବା ଆବଶ୍ୟକ ବୋଲି ସେ କହିଥିଲେ। ଏଥିପାଇଁ ଭୁବନେଶ୍ବରରେ ସ୍ବତନ୍ତ୍ର ସ୍ବଚ୍ଛତା ଅଭିଯାନ କରିବାକୁ ସେ ପରାମର୍ଶ ଦେଇଥିଲେ । ଏହା ସହିତ ଏହି ଉତ୍ସବ ସହିତ ସ୍ଥାନୀୟ ଲୋକଙ୍କୁ ସଂଶ୍ଲିଷ୍ଟ କରିବା ପାଇଁ ମଧ୍ୟ ସେ କହିଥିଲେ।

ସମୀକ୍ଷାରୁ ଜଣାଯାଇଛି ଯେ ପ୍ରଥମ ଦିନ ଜାନୁଆରୀ ୮ ତାରିଖରେ ବୈଦେଶିକ ବ୍ୟାପାର ମନ୍ତ୍ରୀ, ଦ୍ବିତୀୟ ଦିନ ଜାନୁଆରୀ ୯ ତାରିଖରେ ପ୍ରଧାନମନ୍ତ୍ରୀ ଓ ଶେଷ ଦିନ ଜାନୁଆରୀ ୧୦ ତାରିଖରେ ରାଷ୍ଟ୍ରପତି ଏଥିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

କାର୍ଯ୍ୟକ୍ରମରେ ‘Unraveling India’s Best Kept Secret’ ଏବଂ ‘Odisha – the Land of Opportunities’ ଆଦି ବିଷୟ ଉପରେ Plenary Session ଅନୁଷ୍ଠିତ ହେବ। ଏହା ସହିତ ଓଡିଶାର ଐତିହାସିକ ଗୌରବ, କଳା, ଭାସ୍କର୍ଯ୍ୟ, ସଂଗୀତ, ନୃତ୍ୟ, ଆଦିବାସୀ ସଂସ୍କୃତି, ଭାଷା, ସାହିତ୍ୟ, ପର୍ଯ୍ୟଟନ ସ୍ଥାନ ଆଦି ବିଭିନ୍ନ ବିଷୟ ଉପରେ ଡିଜିଟାଲ ଓ ଅନ୍ୟାନ୍ୟ ମାଧ୍ୟମରେ ଉପସ୍ଥାପନ କରାଯିବ। ୨୦୩୬ ଓ ୨୦୪୭କୁ ଦୃଷ୍ଟିରେ ରଖି ଓଡିଶାର ଭିଜନକୁ ମଧ୍ୟ ପ୍ରଦର୍ଶନ କରାଯିବ।

ଏହି ସମୟରେ ଭୁବନେଶ୍ବରରେ ପ୍ରାୟ ୧୦ଟି ମହୋତ୍ସବ ଆୟୋଜିତ ହେବ। ଏହିସବୁ ଉତ୍ସବ ଗୁଡିକ ହେଉଛି – ରାଜାରାଣୀ ମ୍ୟୁଜିକ ଫେଷ୍ଟିଭାଲ ( ଜାନୁଆରୀ ୭-୧୧), ମୁକ୍ତେଶ୍ବର ଡ୍ୟାନ୍‌ସ ଫେଷ୍ଟିଭାଲ (ଜାନୁଆରୀ ୭-୧୧), ଇଣ୍ଟରନ୍ୟାସନାଲ ଓଡିଶୀ ଡ୍ୟାନ୍‌ସ ଫେଷ୍ଟିଭାଲ (ଜାନୁଆରୀ ୭-୧୧), ଆଦିବାସୀ ନୃତ୍ୟ ଓ ଲୋକକଳା ଫେଷ୍ଟିଭାଲ (ଜାନୁଆରୀ ୭-୧୧), ଆଦିବାସୀ ମେଳା (ଜାନୁଆରୀ ୫-୧୫), ଚିଲିକା ବାର୍ଡ ଫେଷ୍ଟିଭାଲ (ଜାନୁଆରୀ ୬-୧୨), ଫ୍ଲାୱାର ସୋ (ଜାନୁଆରୀ ୭-୧୧), ଫୁଡ୍‌ ଫେଷ୍ଟ (ଜାନୁଆରୀ ୮-୧୦) ଓ ନାଇଟ୍‌ ଫ୍ଲି ମାର୍କେଟ (ଜାନୁଆରୀ ୮-୧୦)।

ଏହି କାର୍ଯ୍ୟକ୍ରମ ପାଇଁ ଭୁବନେଶ୍ବରର ସମସ୍ତ ରାସ୍ତାଘାଟର ନବୀକରଣ, ଆଲୋକୀକରଣ, ଆକର୍ଷଣୀୟ ସାଜସଜ୍ଜା ସହିତ ଅତିଥି ମାନଙ୍କ ପାଇଁ ହୋଟେଲ ବୁକିଂ ଆଦି ଜାରି ରହିଛି । ପର୍ଯ୍ୟଟନ ସ୍ଥାନ ଗୁଡିକର ସୌନ୍ଦର୍ଯ୍ୟକରଣ କରାଯାଉଛି। ଭୁବନେଶ୍ବର, ପୁରୀ, କୋଣାର୍କ, ଯାଜପୁର ଆଦି ବିଭିନ୍ନ ସହରରେ ୨୮ଟି ପର୍ଯ୍ୟଟନ ସ୍ଥଳୀକୁ ଅତିଥି ମାନଙ୍କୁ ନେବା ପାଇଁ ବ୍ୟବସ୍ଥା କରାଯାଉଛି। ପ୍ରାୟ ୭୫୦୦ ଡେଲିଗେଟ୍‌ ଯୋଗ ଦେବାର ସମ୍ଭାବନା ରହିଛି। ଅତିଥି ମାନଙ୍କ ପାଇଁ ୩୭୦୦ରୁ ଅଧିକ ରୁମ୍‌ ବୁକିଂ କରାଯାଇଥିବା ବେଳେ, କେତେକ ସ୍ଥାନରେ ହୋମ୍‌ ଷ୍ଟେ ର ବ୍ୟବସ୍ଥା ମଧ୍ୟ କରାଯାଇଛି।

କାର୍ଯ୍ୟକ୍ରମର ସୁପରିଚାଳନା ପାଇଁ ଗଠିତ ହେଇଥିବା ବିଭିନ୍ନ କମିଟି ନିୟମିତ ବୈଠକ କରି ପ୍ରସ୍ତୁତିକୁ ତ୍ବରାନ୍ବିତ କରୁଛନ୍ତି।

ଏହି ବୈଠକରେ ଦୁଇ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡା, ନଗର ଉନ୍ନୟନ ଓ ଗୃହ ନିର୍ମାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ. ବି. ଖୁରାନିଆ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

ପ୍ରବାସୀ ଭାରତୀୟ ଦିବସ ପ୍ରସ୍ତୁତି ସମୀକ୍ଷା ଭୁବନେଶ୍ବର ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025

ଆରପାରିରେ ପୂର୍ବତନ ମୁଖ୍ୟ ଶାସନ ସଚିବ, ଜଗନ୍ନାଥ ଗବେଷକ ସୁବାଷ ପାଣି

August 4, 2025

NRC ଭୟ!: ବାଂଲାଦେଶ ପଠାଇଦେବା ଚିନ୍ତାରେ ଆତ୍ମହତ୍ୟା କଲେ କୋଲକାତାରେ ରହୁଥିବା ବ୍ୟକ୍ତି

August 4, 2025

ଅଗଷ୍ଟ ୭ ରେ ଦିଲ୍ଲୀରେ ଇଣ୍ଡିଆ ବ୍ଲକ ବୈଠକ: କେଉଁ ପ୍ରସଙ୍ଗ ଉପରେ ହେବ ଆଲୋଚନା?

August 4, 2025
Latest News

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025

ଆରପାରିରେ ପୂର୍ବତନ ମୁଖ୍ୟ ଶାସନ ସଚିବ, ଜଗନ୍ନାଥ ଗବେଷକ ସୁବାଷ ପାଣି

August 4, 2025

NRC ଭୟ!: ବାଂଲାଦେଶ ପଠାଇଦେବା ଚିନ୍ତାରେ ଆତ୍ମହତ୍ୟା କଲେ କୋଲକାତାରେ ରହୁଥିବା ବ୍ୟକ୍ତି

August 4, 2025

ଅଗଷ୍ଟ ୭ ରେ ଦିଲ୍ଲୀରେ ଇଣ୍ଡିଆ ବ୍ଲକ ବୈଠକ: କେଉଁ ପ୍ରସଙ୍ଗ ଉପରେ ହେବ ଆଲୋଚନା?

August 4, 2025

ଅନନ୍ତନାଗରେ ମିଳିଲା ପ୍ରାଚୀନ ଶିବଲିଙ୍ଗ ଏବଂ ମୂର୍ତ୍ତି!: କାଶ୍ମୀରୀ ପଣ୍ଡିତଙ୍କ ସହ ରହିଛି ସମ୍ପର୍କ

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.