Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିଡି ଓଡ଼ିଆରେ ଆରମ୍ଭ ହେଲା ସାନ୍ତାଳୀ ଭାଷାରେ ସମାଚାର
ଆଜିର ଖବର

ଡିଡି ଓଡ଼ିଆରେ ଆରମ୍ଭ ହେଲା ସାନ୍ତାଳୀ ଭାଷାରେ ସମାଚାର

December 11, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଡିଡି ଓଡ଼ିଆ ଚାନେଲ ପକ୍ଷରୁ ସାନ୍ତାଳୀ ସମାଚାର ପ୍ରସାରଣ ଶୁଭାରମ୍ଭ ହୋଇଛି। ଆଜି (ବୁଧବାର) ପୂର୍ବାହ୍ନ ୧୧ ଟା ସମୟରେ ଏହା ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରରୁ ପ୍ରସାରଣ କରାଯାଇଛି। ସାନ୍ତାଳୀ ଭାଷାରେ ସମାଚାର ଆରମ୍ଭ ହେବା ଜାଣି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଖୁସି ବ୍ୟକ୍ତ କରିଛନ୍ତି ଏବଂ ଦୂରଦର୍ଶନ ଓ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟକୁ ଏଥିପାଇଁ ଧନ୍ୟବାଦ ଜଣାଇଛନ୍ତି।

ନିକଟରେ ବାଙ୍ଗିରିପୋଷିରେ ବିଭିନ୍ନ ରେଳ ପ୍ରକଳ୍ପ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଡିଡି ଓଡ଼ିଆରେ ସାନ୍ତାଳୀ ଭାଷାରେ ସମାଚାର ପ୍ରସାରଣ ସମ୍ପର୍କରେ ସୂଚନା ଦେଇଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆଗ୍ରହ କ୍ରମେ ଏହାକୁ ଖୁବ୍ ଶୀଘ୍ର ଆରମ୍ଭ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ।

ଆଜି ଭୁବନେଶ୍ଵର ଦୂରଦର୍ଶନ କେନ୍ଦ୍ର ଠାରେ ଆୟୋଜିତ ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପତ୍ର ସୂଚନା କାର୍ଯ୍ୟାଳୟ ଓ କେନ୍ଦ୍ରୀୟ ସଂଚାର ବ୍ୟୁରୋ ଓଡ଼ିଶା ଶାଖାର ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର ଯୋଗ ଦେଇଥିଲେ। ସେ କହିଥିଲେ, ଦୂରଦର୍ଶନରେ ସାନ୍ତାଳୀ ସମାଚାର ଆରମ୍ଭ ହେବା ଅତ୍ୟନ୍ତ ଆନନ୍ଦର ବିଷୟ। ସବୁ ଭାଷା ମହାନ। ସାନ୍ତାଳୀ ସମାଚାର ସାନ୍ତାଳୀ ସମୁଦାୟର ସ୍ୱପ୍ନ ଓ ଆକାଂକ୍ଷାର ପ୍ରତୀକ। ଦୂରଦର୍ଶନ, ଭୁବନେଶ୍ୱର ପକ୍ଷରୁ ସମାଚାର ପ୍ରସାରଣ ସାନ୍ତାଳୀ ସମୁଦାୟକୁ ନିଜ ଭାଷାରେ ଖବର ଜାଣିବାରେ ବେଶ୍ ସହାୟକ ହେବ ବୋଲି ଶ୍ରୀ ମିଶ୍ର କହିଛନ୍ତି ।ଦୂରଦର୍ଶନ କେନ୍ଦ୍ରର ମୁଖ୍ୟ ତଥା ଉପ ମହାନିର୍ଦ୍ଦେଶକ (ଯାନ୍ତ୍ରିକ) ନରସିଂହ ଜେଠୀ କହିଥିଲେ, ସାନ୍ତାଳୀ ଭାଷାରେ ସମାଚାର ପ୍ରସାରଣ କରି ଡିଡି ଓଡ଼ିଆ ଚାନେଲ ଏକ ନୂଆ ଅଧ୍ୟାୟ ଆରମ୍ଭ କରିଛି। ଏହା ସାନ୍ତାଳୀ ସମୁଦାୟଙ୍କ ମଧ୍ୟରେ ଅତ୍ୟନ୍ତ ଲୋକପ୍ରିୟ ହୋଇପାରିବ ବୋଲି ସେ ଆଶା ବ୍ୟକ୍ତ କରିଥିଲେ।

ସମ୍ମାନିତ ଅତିଥି ଭାବେ ଆଦିବାସୀ ସମାଜିକ-ଶିକ୍ଷା ଏବଂ ସାଂସ୍କୃତିକ ସଂଗଠନ, ଭୁବନେଶ୍ୱରର ସଭାପତି ହେମନ୍ତ କୁମାର ସୋରେନ ଓ ସାନ୍ତାଳୀ ଭାଷା ବିଶେଷଜ୍ଞ ଚୈତନ୍ୟ ମାଝୀ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ମୁଖ୍ୟ ପ୍ରଦୀପ କୁମାର ବେହେରା, ପିଆଇବି ଓ ସିବିସିର ଭାରତୀୟ ସୂଚନା ସେବାର ଅଧିକାରୀ, ଦୂରଦର୍ଶନ କେନ୍ଦ୍ରର ଅଧିକାରୀ, କର୍ମଚାରୀଙ୍କ ସହ ସାନ୍ତାଳୀ ସମୁଦାୟର ବହୁ ମାନ୍ୟଗଣ୍ୟ ବ୍ୟକ୍ତି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଆଞ୍ଚଳିକ ସମାଚାର ପ୍ରଭାଗର ମୁଖ୍ୟ ତଥା ଉପନିର୍ଦ୍ଦେଶକ ଡ. ଅଭିଷେକ ମିଶ୍ର ସାନ୍ତାଳୀ ସମାଚାର ଆରମ୍ଭର ପୃଷ୍ଠଭୂମି ସମ୍ପର୍କରେ ଆଲୋକପାତ କରିଥିଲେ। ବାର୍ତ୍ତା ସମ୍ପାଦକ ସୁଦର୍ଶନ ସାହୁ କାର୍ଯ୍ୟକ୍ରମକୁ ସଂଚାଳନ କରିଥିଲେ।

ଅଶ୍ୱିନୀ ବୈଷ୍ଣବ ଦୂରଦର୍ଶନ ଦ୍ରୌପଦୀ ମୁର୍ମୁ ବାଙ୍ଗିରିପୋଷି ରେଳ ପ୍ରକଳ୍ପ ସାନ୍ତାଳୀ ଭାଷା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.