Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୫ ହଜାର ଗୃହରକ୍ଷୀ ପଦବୀ ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଦୈନିକ ଭତ୍ତା ବୃଦ୍ଧି ନିଷ୍ପତ୍ତି
ଆଜିର ଖବର

୫ ହଜାର ଗୃହରକ୍ଷୀ ପଦବୀ ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଦୈନିକ ଭତ୍ତା ବୃଦ୍ଧି ନିଷ୍ପତ୍ତି

December 12, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପାଇଁ ‘Emergency Response Support System(ERSS)’ ଯୋଜନାରେ ୩୦ଟି ଜରୁରୀକାଳୀନ ପ୍ରଶମନ ସହାୟତା ଯାନର ଲୋକାର୍ପଣ କରିଛନ୍ତି।

ERSS ଯୋଜନା ହେଉଛି ଏକ କେନ୍ଦ୍ର ସରକାରଙ୍କ ଯୋଜନା। ଦିଲ୍ଲୀର ନିର୍ଭୟା କାଣ୍ଡ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୯ ମସିହାରେ ଜରୁରୀକାଳୀନ ପରିସ୍ଥିତିରେ ପୋଲିସର ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଏହି ଯୋଜନା ଆରମ୍ଭ କରିଥିଲେ।

ପୋଲିସ କମିଶନରେଟ କାର୍ଯ୍ୟାଳୟ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ୩୦ଟି ନୂଆ ଯାନ ପୋଲିସଙ୍କ କାର୍ଯ୍ୟ ଦକ୍ଷତାକୁ ସୁଦୃଢ କରିବ। ଏଗୁଡିକ ସାଧାରଣ ଗାଡି ନୁହେଁ। ଏଗୁଡିକ ହେଉଛି ଗୋଟିଏ ଗୋଟିଏ ସୁରକ୍ଷା ରଥ। ଏଗୁଡିକ ହେଉଛି ନ୍ୟାୟର, ଶୃଙ୍ଖଳାର, ଭୟମୁକ୍ତ ବାତାବରଣର ଓ ଅପରାଧମୁକ୍ତ ସମାଜର ପ୍ରତୀକ। ଏହି ଗାଡିଗୁଡିକ ଯେତିକି ଗଡିବ ଲୋକମାନେ ସେତିକ ନ୍ୟାୟ ପାଇବେ ଓ ସେମାନଙ୍କ ଆତ୍ମବିଶ୍ୱାସ ବଢିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପୋଲିସ ବାହିନୀକୁ ଆହୁରି ସଶକ୍ତ କରିବା ପାଇଁ ଗୃହ ବିଭାଗରେ ପ୍ରାୟ ୧୦ ହଜାର ପଦବୀ ଖୁବ୍‌ ଶୀଘ୍ର ପୂରଣ କରାଯିବ। ଗୃହରକ୍ଷୀମାନେ ହେଉଛନ୍ତି ପୋଲିସର ଏକ ଅଭିନ୍ନ ଅଙ୍ଗ। ଆମ ରାଜ୍ୟରେ ଗୃହରକ୍ଷୀମାନେ ବହୁତ ଭଲ କାମ କରୁଛନ୍ତି। ୨୦୨୦ ଠାରୁ ଗୃହରକ୍ଷୀ ନିଯୁକ୍ତି ଉପରେ ଯେଉଁ କଟକଣା ଲଗା ଯାଇଥିଲା ତାହାକୁ ଉଠାଇ ଦିଆଯାଇଛି। ଖୁବଶୀଘ୍ର ଖାଲିଥିବା ୨୪୧୬ଟି ପଦବୀ ସହିତ ୨୫୮୪ଟି ନୂତନ ପଦବୀ ସୃଷ୍ଟି କରାଯିବ। ସମୁଦାୟ ୫ ହଜାର ଗୃହରକ୍ଷୀ ପଦବୀ ପୂରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏଥି ସହିତ ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି ପାଇଁ ସରକାରୀ ସ୍ତରରେ ନିଷ୍ପତ୍ତି ନିଆଯାଇଛି ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ERSS ଯୋଜନାରେ ଆଜି ପୋଲିସ କମିଶନରେଟରେ ଲୋକାର୍ପିତ ହୋଇଥିବା ୩୦ଟି ଯାନ ମଧ୍ୟରୁ ଭୁବନେଶ୍ୱର ସହରରେ ପାଇଁ ୨୨ଟି ଏବଂ କଟକରେ ୮ଟି ଗାଡି କାର୍ଯ୍ୟ କରିବ। ପୂର୍ବରୁ ଅଚଳ ହୋଇଥିବା PCR ଗାଡି ଗୁଡିକ ବଦଳରେ ଏହି ନୂତନ ଯାନ ମଧ୍ୟ କାର୍ଯ୍ୟ କରିବ। ଏହି ERSS ଯୋଜନା ଦ୍ୱାରା ପୋଲିସ ବ୍ୟବସ୍ଥାର ସୁଦୃଢିକରଣ ହେବା ସହ ସୁରକ୍ଷା ବାତାବରଣ ସୃଷ୍ଟି ହେବ। ଏଥି ସହିତ ଆଗାମୀ ଦିନରେ ପେଟ୍ରୋଲିଂ, ଅପରାଧୀ ଏବଂ ପୀଡିତଙ୍କ ପାଖରେ ତୁରନ୍ତ ପହଞ୍ଚିବା ପାଇଁ ପୋଲିସକୁ ହାଇ ସ୍ପିଡ ଗାଡି ଯୋଗାଇ ଦିଆଯିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ରାଜ୍ୟ ସରକାର ପୋଲିସର ସାମର୍ଥ୍ୟ ଓ ଶକ୍ତି ବୃଦ୍ଧି ପାଇଁ ସମସ୍ତ ପ୍ରକାର ପ୍ରୟାସ ଜାରି ରଖିଛନ୍ତି। ସମାଜରେ ଲୋକମାନଙ୍କ ପାଇଁ ଆପଣମାନେ ଜଣେ ଜଣେ ସାହାଯ୍ୟକାରୀ ବନ୍ଧୁ ଭାବେ କାମ କରି ପୋଲିସର ଭାବମୂର୍ତ୍ତୀ ଆହୁରି ଉଚ୍ଚ ସ୍ତରକୁ ନିଅନ୍ତୁ।

କାର୍ଯ୍ୟକ୍ରମରେ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି. ଖୁରାନିଆ ସ୍ୱାଗତ ଭାଷଣ ଦେଇ କହିଥିଲେ ଯେ, ବାତ୍ୟା ଦାନା ସମୟରେ ଆମର ଏହି ERSS ଯାନ ଗୁଡିକ ଲୋକମାନଙ୍କୁ ପ୍ରଶଂସନୀୟ ସେବା ଯୋଗାଇ ଦେଇଛି। ଏହି ନୂତନ ଯାନ ଗୁଡିକ ଭୁବନେଶ୍ୱର-କଟକ ଜନସାଧାରଣଙ୍କୁ ଉପଯୁକ୍ତ ଓ ତ୍ୱରିତ ସେବା ଯୋଗାଇଦେବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଦୟାଲ ଗଙ୍ଗୱାର ଉପସ୍ଥିତ ଥିଲେ। ପୋଲିସ କମିଶନର ଏସ୍. ଦେବଦତ୍ତ ସିଂ ଧନ୍ୟବାଦ ଦେଇଥିଲେ।

କମିଶନରେଟ ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026
Latest News

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026

କେରଳ ଏବେ ‘କେରଳମ’ ଭାବରେ ପରିଚିତ ହେବ: ନୂତନ ନାମକୁ ମୋଦି କ୍ୟାବିନେଟ୍ ର ମଞ୍ଜୁରୀ

February 24, 2026

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.