Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାବିଲଦାର, କନଷ୍ଟେବଳ ଓ ସିପାହୀ ମହାସଂଘର ବାର୍ଷିକ ଉତ୍ସବରେ ମୁଖ୍ୟମନ୍ତ୍ରୀ କଲେ ବଡ ଘୋଷଣା
ଆଜିର ଖବର

ହାବିଲଦାର, କନଷ୍ଟେବଳ ଓ ସିପାହୀ ମହାସଂଘର ବାର୍ଷିକ ଉତ୍ସବରେ ମୁଖ୍ୟମନ୍ତ୍ରୀ କଲେ ବଡ ଘୋଷଣା

December 17, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ହାବିଲଦାର, କନଷ୍ଟେବଳ ଓ ସିପାହୀମାନେ ଏଣିକି ପୂର୍ବରୁ ମିଳୁଥିବା ଏକ ମାସର ଅଧିକ ଦରମା ନୂତନ ବେତନ ହାରରେ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି।

ଏହା ସହ ହାବିଲଦାର ଓ କନଷ୍ଟେବଳମାନେ ପୂର୍ଵରୁ ସାଇକେଲ ଭତ୍ତା ବାବଦରେ ମାତ୍ର ୩ ଶହ ଟଙ୍କା ପାଉଥିଲେ ଏବେ ମୋଟର ସାଇକେଲ ଭତ୍ତା ବାବଦରେ ଏକ ହଜାର ଟଙ୍କା ପାଇବେ ବୋଲି ମୁଖ୍ୟମନ୍ତ୍ରୀ କଟକରେ ଆୟୋଜିତ ଓଡିଶା ପୋଲିସ,  ଓ. ଏସ. ଏ. ପି. ହାବିଲଦାର, କନଷ୍ଟେବଳ ଓ ସିପାହୀ ମହାସଂଘର ବାର୍ଷିକ ଉତ୍ସବ ଅବସରରେ ଘୋଷଣା କରିଛନ୍ତି।

ଏହା ସହ ପୂର୍ବରୁ ପୋଷାକ, ଜୋତା ଇତ୍ୟାଦି ବାବଦ ରେ ପାଉଥିବା ୫ ହଜାର ଟଙ୍କା ବଦଳରେ ଏଣିକି ୧୦ ହଜାର ଟଙ୍କା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ଚତୁର୍ଥ ଶ୍ରେଣୀ କର୍ମଚାରୀ ନିଯୁକ୍ତି ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଭୁବନେଶ୍ୱର ଠାରେ ମହାସଂଘର ନୂତନ ଗୃହ ନିର୍ମାଣ ପାଇଁ ଆବଶ୍ୟକ ଅର୍ଥ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।

ରାଜ୍ୟର ପ୍ରଗତି ପାଇଁ ସବୁଠାରୁ ମହତ୍ଵପୂର୍ଣ୍ଣ ଭୂମିକା ରାଜ୍ୟର ପୋଲିସ ବଳ ତୁଲାଇଥାନ୍ତି। ଏହି ପୋଲିସ ବିଭାଗରେ କନଷ୍ଟେବଳ ଏବଂ ସିପାହୀମାନେ ସବୁଠାରୁ ଗୁରୁ ଦାୟିତ୍ଵ ତୁଲାଉଛନ୍ତି। ତୃଣମୂଳ ସ୍ତରରେ ଆଇନ ଶୃଙ୍ଖଳାଠାରୁ ଆରମ୍ଭ କରି ଗୁଇନ୍ଦା ପାଇଁ ଖବର ସଂଗ୍ରହ କରିବା ପରି ଦାୟିତ୍ଵ ତୁଲାଉଛନ୍ତି। କନଷ୍ଟେବଳ ଏବଂ  ସିପାହୀମାନେ ପୋଲିସ ବିଭାଗର  ମେରୁଦଣ୍ଡ ସଦୃଶ ବୋଲି  ମହାସଂଘର  ବାର୍ଷିକ ଉତ୍ସବ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମତବ୍ୟକ୍ତ କରିଛନ୍ତି।

ଖରା, ବର୍ଷା, ଶୀତ କାକରକୁ ଭୃକ୍ଷେପ ନକରି କନଷ୍ଟେବଳ ଓ ସିପାହୀମାନେ ନିଜର ଦାୟିତ୍ଵ ସମ୍ପାଦନ କରୁଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଉଚ୍ଚ ପ୍ରଶଂସା କରିଥିଲେ। ସେମାନଙ୍କ ପ୍ରତି ଆମ ସରକାରଙ୍କର ଯଥେଷ୍ଟ ସଂବେଦନଶୀଳତା ଓ ଦାୟିତ୍ୱବୋଧ ରହିଛି ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ। ପୋଲିସ ସେବାକୁ ଆହୁରି ପ୍ରଭାବୀ କରିବା ପାଇଁ ଭିତ୍ତିଭୂମି ଏବଂ ମାନବ ସମ୍ବଳ ଯୋଗାଇ ଦେବାକୁ ଆମ ସରକାର ପ୍ରତିଶୃତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ପୋଲିସ ବଳ ହେଉଛି ଅତ୍ୟନ୍ତ ଶୃଙ୍ଖଳିତ। ବିଶୃଙ୍ଖଳାକୁ କୌଣସି ପ୍ରକାରେ ବରଦାସ୍ତ କରାଯିବ ନାହିଁ। କିନ୍ତୁ ବିଶୃଙ୍ଖଳିତ କିମ୍ବା ଦୁର୍ନୀତିଗ୍ରସ୍ତଙ୍କୁ କୌଣସି ପ୍ରକାରେ କ୍ଷମା କରାଯିବ ନାହିଁ ବୋଲି ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଛନ୍ତି।

ଓଡିଶା ପୋଲିସର ମୂଳ ମନ୍ତ୍ର ହେଉଛି, ‘ସେବା ଓ ସୁରକ୍ଷା। ପ୍ରତ୍ୟେକ କାର୍ଯ୍ୟରେ ଦାୟିତ୍ୱବୋଧ ଓ ସମ୍ବେଦନଶୀଳ ହୋଇ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ  ସଂଘର କର୍ମକର୍ତ୍ତା ଏବଂ ଅନ୍ୟ ସଦସ୍ୟ ମାନଙ୍କୁ ପରାମର୍ଶ ଦେଇଛନ୍ତି।

ଏହି ଅବସରରେ ଏକକାଳୀନ ଲୋକସଭା ଓ ବିଧାନସଭା ସାଧାରଣ ନିର୍ବାଚନ ସମୟରେ  ରାଜ୍ୟ ପୋଲିସର ଭୂମିକାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହ କନଷ୍ଟେବଳ ମାନଙ୍କ ସହଯୋଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା ବୋଲି କହିଥିଲେ।

ଏହାସହ ଖୁବଶୀଘ୍ର ରାଜ୍ୟର ପ୍ରତି ଥାନାକୁ ମୋଟର ସାଇକେଲ ଯୋଗାଇ ଦେବାସହ ଏହି ବାବଦରେ ଅତିରିକ୍ତ ବଜେଟରେ ୩୫ କୋଟି ଟଙ୍କାର ପ୍ରାବଧାନ କରାଯାଇଛି ବୋଲି ସେ କହିଥିଲେ।

ସେହିପରି ରାଜ୍ୟରେ ଅତିରିକ୍ତ CAPF ପ୍ରତିଷ୍ଠା ପାଇଁ ୨୯୯ କୋଟି ଟଙ୍କା ଏବଂ ପୋଲିସର ତ୍ଵରିତ ଗମନାଗମନ ପାଇଁ ୧୬ କୋଟି ଟଙ୍କା ପ୍ରବଧାନ କରାଯାଇଛି, ଯେଉଁଥିରେ ୬୪୯ ଗୋଟି ଉତ୍କୃଷ୍ଟ ଯାନ ପୋଲିସକୁ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କାର୍ଯ୍ୟକ୍ରମରେ ବିଧାୟକ ପ୍ରକାଶ ସେଠୀ ଯୋଗ ଦେଇ ପୋଲିସର ଉତ୍ସର୍ଗୀକୃତ ମନୋଭାବ, ଲୋକଙ୍କ ପ୍ରତି ନିଷ୍ଠା ଓ କର୍ତ୍ତବ୍ୟ ପରାୟଣତାକୁ ସାଲୁଟ କରୁଛି ବୋଲି ମତବ୍ୟକ୍ତ କରିଥିଲେ।

କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଯୋଗଦେଇ କନଷ୍ଟେବଳ ଏବଂ ସିପାହୀ  ମାନଙ୍କ ସହଯୋଗ ବିନା ପୋଲିସ କେବେ ସଶକ୍ତ କିମ୍ବା ସମୃଦ୍ଧ ହୋଇ ପାରିବ ନାହିଁ ବୋଲି କହିଥିଲେ। ପ୍ରତିକୂଳ ପରିସ୍ଥିତିରେ ଥାଇ ମଧ୍ୟ ଜନସାଧାରଣଙ୍କୁ ସୁରକ୍ଷା ଦେବା ସହ ଗୁଣାତ୍ମକ ପୋଲିସ ସେବା ଯୋଗାଇ ଦେବା ଆମର ପ୍ରାଥମିକ କର୍ତ୍ତବ୍ୟ ହେବା ଉଚିତ ବୋଲି ଡିଜିପି ଶ୍ରୀ ଖୁରାନିଆ ମତବ୍ୟକ୍ତ କରିଥିଲେ। “ସେବା ଓ ସୁରକ୍ଷା” ସ୍ଲୋଗାନ କୁ ପାଥେୟ କରି ସମସ୍ତେ  ମିଳିମିଶି , ଓଡିଶା  ପୋଲିସ କୁ ସଶକ୍ତ, ସମୃଦ୍ଧ ଏବଂ ଜନସାଧାରଣଙ୍କ  ପ୍ରତି ଉତ୍ସର୍ଗୀକୃତ ହେବା ନିମନ୍ତେ ଡିଜିପି ଶ୍ରୀ ଖୁରାନିଆ ଆହ୍ଵାନ ଦେଇଥିଲେ।

ଏହି ବାର୍ଷିକ ଉତ୍ସବରେ ଓଡ଼ିଶା ପୋଲିସ ହାବିଲଦାର, କନେଷ୍ଟବଳ ଏବଂ ସିପାହୀ ମହାସଂଘ ର ସଭାପତି, ଅନିଲ କୁମାର ଷଣ୍ଢ, ଉପସଭାପତି, ସନ୍ତୋଷ କୁମାର ମହାନ୍ତି, ସାଧାରଣ ସମ୍ପାଦକ, କିଶୋର କୁମାର ମହାନ୍ତି ସମେତ ଅନ୍ଯାନ୍ଯ ସଦସ୍ୟମାନେ ଉପସ୍ଥିତ ଉପସ୍ଥିତ ଥିଲେ।

କନଷ୍ଟେବଳ ମୋହନ ଚରଣ ମାଝୀ ହାବିଲଦାର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.