Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆସନ୍ତାକାଲିଠୁ ରାଜ୍ୟସ୍ତରୀୟ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଛାତ୍ରଛାତ୍ରୀଙ୍କ ସର୍ଗି ଫୁଲ ଉତ୍ସବ
ବିଶେଷ ଖବର

ଆସନ୍ତାକାଲିଠୁ ରାଜ୍ୟସ୍ତରୀୟ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଛାତ୍ରଛାତ୍ରୀଙ୍କ ସର୍ଗି ଫୁଲ ଉତ୍ସବ

December 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲିଠୁ ରାଜ୍ୟସ୍ତରୀୟ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଛାତ୍ରଛାତ୍ରୀଙ୍କ ସର୍ଗିଫୁଲ ଉତ୍ସବ

ଭୁବନେଶ୍ୱର: ଆରମ୍ଭ ହେବାକୁ ଯାଉଛି ରାଜ୍ୟସ୍ତରୀୟ ସର୍ଗିଫୁଲ ଉତ୍ସବ ୨୦୨୪। ଭୁବନେଶ୍ୱର ୟୁନିଟ୍-୧ ସ୍ଥିତ ଆଦିବାସୀ ପଡ଼ିଆଠାରେ ଡିସେମ୍ବର ୧୮ ରୁ ୨୦ ତାରିଖ ଯାଏଁ ତିନି ଦିନ ବ୍ୟାପୀ ଏହି ଉତ୍ସବର ଆୟୋଜନ କରାଯାଉଛି। ଚଳିତ ବର୍ଷ ୩୦ ଟି ଜିଲ୍ଲାରୁ ୩୫୧ ଜଣ ଛାତ୍ର, ୭୩୧ ଜଣ ଛାତ୍ରୀ ଯୋଗଦେବାକୁ ଥିବା ବେଳେ ୧୩୯ ଜଣ କ୍ରୀଡ଼ା ଶିକ୍ଷକ ଏବଂ ମାର୍ଗଦର୍ଶୀ ଶିକ୍ଷକ ଭାଗ ନେବାର କାର୍ଯ୍ୟକ୍ରମ ରହିଛି।

ଏଥିସହିତ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ଅନ୍ତର୍ଗତ ୧୦୦ ଜଣ ଛାତ୍ରଛାତ୍ରୀଙ୍କୁ ଦଶମ ବୋର୍ଡ଼ ପରୀକ୍ଷାରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ନିମନ୍ତେ ସମ୍ବର୍ଦ୍ଧିତ କରାଯିବାକୁ ଥିବା ବେଳେ ବୋର୍ଡ଼ ପରୀକ୍ଷାରେ ଶ୍ରେଷ୍ଠ ପ୍ରଦର୍ଶନ ଦେଖାଇଥିବା ୫୦ ଟି ଉଚ୍ଚ ବିଦ୍ୟାଳୟକୁ ସମ୍ମାନିତ କରାଯିବ। ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ପତ୍ରିକା “ସର୍ଗିଫୁଲ- ୨୦୨୪” ଲୋକାର୍ପିତ କରାଯିବାର କାର୍ଯ୍ୟକ୍ରମ ରହିଛି।

ଉଦଘାଟନୀ ସମାରୋହରେ ମନ୍ତ୍ରୀ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ଶ୍ରୀଯୁକ୍ତ ରବି ନାରାୟଣ ନାଏକ ଯୋଗଦେବାକୁ ଥିବା ବେଳେ ଉଦଯାପନୀ ସମାରୋହରରେ ମନ୍ତ୍ରୀ, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ ଏବଂ ମାନ୍ୟବର ମନ୍ତ୍ରୀ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଏବଂ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ଶ୍ରୀଯୁକ୍ତ ଗଣେଶ ରାମ ସିଂ ଖୁଣ୍ଟିଆ ଯୋଗ ଦେବାକୁ କାର୍ଯ୍ୟକ୍ରମ ରହିଛି।

ଚଳିତ ବର୍ଷ ରାଜ୍ୟସ୍ତରୀୟ ଉତ୍ସବରେ କନିଷ୍ଠ ଓ ବରିଷ୍ଠ ବର୍ଗରେ ପୃଥକ ଭାବେ ପ୍ରାୟ ୨୪ ପ୍ରକାର ପ୍ରତିଯୋଗିତାର ଆୟୋଜନ କରାଯିବ। ସାଧାରଣଜ୍ଞାନ, ସଙ୍ଗୀତ, ନୃତ୍ୟ, ବାଦ୍ୟଯନ୍ତ୍ର ବାଦନ, ବିଜ୍ଞାନ ପ୍ରଦର୍ଶନୀ, ଶିଶୁ ସାମ୍ବାଦିକ, ବକ୍ତୃତା, ଅଭିନୟ, ସୃଜନଶୀଳ ଲେଖନ, ଚିତ୍ରାଙ୍କନ, ନାଟ୍ୟଶାଳା ଆଦି ବିଭିନ୍ନ ପ୍ରତିଯୋଗିତା ଏବଂ କର୍ମଶାଳାର ଆୟୋଜନ କରାଯିବ।ଏଥିସହ ପ୍ରତିଦିନ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ।

Share. Facebook Twitter LinkedIn Email WhatsApp Copy Link

Related Posts

‘ଭାରତକୁ ଧମକ ଦେବା ଓଲଟା ପଡ଼ିପାରେ’: ଆମେରିକା ଏବଂ ୟୁରୋପକୁ ସ୍ପଷ୍ଟ ବାର୍ତ୍ତା ଦେଲେ ପୁଟିନ

June 6, 2026

ଏବେ ସଞ୍ଚୟ ହେବ!: ଦେଶରେ ଶୁଭାରମ୍ଭ ହେଲା ପେଟ୍ରୋଲ ଅପେକ୍ଷା ୨୦ ଟଙ୍କା ଶସ୍ତା ଇନ୍ଧନ 

June 6, 2026

ବେଆଇନ ନିଶା କାରାବାର ବିରୋଧରେ ବାରମ୍ବାର ଚଢାଉ କରିବାକୁ ଅବକାରୀ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ

June 6, 2026

ପରିବାରକୁ ବନ୍ଧକ ରଖି ୨୫ ଲକ୍ଷରୁ ଅଧିକ ଟଙ୍କାର ସୁନା-ରୁପା ଲୁଟ୍

June 6, 2026
Latest News

ଘୋଷଣା ହେଲା ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଟି-୨୦ ଦଳ: ନେତୃତ୍ଵ ନେବେ ଶ୍ରେୟସ ଆୟର

June 6, 2026

ପିଓକେ ପାଇଁ ନିର୍ବାଚନ ଘୋଷଣା କଲା ପାକିସ୍ତାନ: ଜାତିସଂଘରେ କଡ଼ା ପ୍ରତିକ୍ରିୟା ଦେଲା ଭାରତ

June 6, 2026

IND vs AFG ଟେଷ୍ଟ ମ୍ୟାଚରେ ଡେବ୍ୟୁ କଲେ ମାନବ ସୁଥାର: ଜାଣନ୍ତୁ ତାଙ୍କର ଘରୋଇ ପ୍ରଦର୍ଶନ

June 6, 2026

‘ଭାରତକୁ ଧମକ ଦେବା ଓଲଟା ପଡ଼ିପାରେ’: ଆମେରିକା ଏବଂ ୟୁରୋପକୁ ସ୍ପଷ୍ଟ ବାର୍ତ୍ତା ଦେଲେ ପୁଟିନ

June 6, 2026

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.