Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଜିର ଖବର

ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ

December 21, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଆଜି ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଉଦ୍ଦେଶ୍ୟରେ ଜିଲ୍ଲାରେ ଶିଶୁମାନଙ୍କର ସୁରକ୍ଷା ଓ ବିକାଶ ଦିଗରେ କାର୍ଯ୍ୟ କରୁ ଥିବା ଚାରିଟି କମିଟି ଯଥା ଜିଲ୍ଲା ସ୍ତରୀୟ ଶିଶୁ ସୁରକ୍ଷା କମିଟି, କିଶୋରୀ ସଶକ୍ତିକରଣ ଓ ବାଲ୍ୟବିବାହ ପ୍ରତିରୋଧ ଟାସ୍କ ଫୋର୍ସ, ଶିଶୁ ଶ୍ରମିକ ନିରାକରଣ ଏବଂ ଚାଇଲ୍ଡ ଲାଇନ ପରାମର୍ଶଦାତା କମିଟିର ମିଳିତ ବୈଠକ ଆଜି ଜିଲ୍ଲାପାଳ ଡଃ ଶୁଭଙ୍କର ମହାପାତ୍ରଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି।

ଏହି ମିଳିତ ବୈଠକ ରେ ଜିଲ୍ଲାପାଳ ଡଃ ମହାପାତ୍ର ଅଧ୍ୟକ୍ଷତା କରି ଜିଲ୍ଲାରେ ଥିବା ସମସ୍ତ ଅନାଥ ଶିଶୁ ଓ ଏକକ ମାତା ପିତା ଥିବା ଶିଶୁ ମାନଙ୍କ ଥଇଥାନ ପାଇଁ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଛନ୍ତି। ଆସନ୍ତା ୩ ମାସ ମଧ୍ୟରେ ଜିଲ୍ଲାର ୧୦ଗୋଟି ବ୍ଲକ ରେ ଶିଶୁ ମଙ୍ଗଳ କମିଟି ର କ୍ୟାମ୍ପ କୋର୍ଟ କରାଯାଇ ସମସ୍ତ ଅନାଥ ଶିଶୁ ଓ ଏକକ ମାତା ପିତା ଥିବା ଶିଶୁ ମାନଙ୍କୁ ବିଧିବଦ୍ଧ ଭାବରେ ଉପସ୍ଥିତ କରାଇବା ଓ ଜିଲ୍ଲାରେ ସମସ୍ତ ଅଙ୍ଗନବାଡି ସ୍ତରରେ ଦାଦନ ଶ୍ରମିକ ମାନଙ୍କର ତଥ୍ୟ ରଖିବା ପାଇଁ ନିସ୍ପତି ନିଆ ଯାଇଛି।

ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ ବୈଠକ ପ୍ରାରମ୍ଭରେ ଜିଲ୍ଲା ର ସମସ୍ତ ବ୍ଲକ ଓ ୧୯୮ ଟି ଗ୍ରାମ ପଞ୍ଚାୟତ ଗୁଡିକରେ ଶିଶୁ ସୁରକ୍ଷା କମିଟି ଓ ବାଲ୍ୟ ବିବାହ ଟାସ୍କ ଫୋର୍ସ ଗଠନ ହୋଇଥିବାର ସୂଚନା ଦେଇ ଥିଲେ। ପରେ ଜିଲ୍ଲା ସମାଜ କଲ୍ଯାଣ ଅଧିକାରୀ ଦ୍ରୌପଦୀ କହଁର ନିଜର ବକ୍ତବ୍ୟ ରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟି, ଜିଲ୍ଲା ସମାଜ କଲ୍ଯାଣ ବିଭାଗ , ୟୁନିସେଫ ଓ ଆକ୍ସନଏଡ ସଂସ୍ଥାର ମିଳିତ ପ୍ରୟାସ ରେ ଏକ ଯୋଜନା ବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତି କରାଯାଇ ଗ୍ରାମ ଓ ବିଦ୍ୟାଳୟ ଗୁଡିକରେ ସଚେତନତା କାର୍ଯ୍ୟ କ୍ରମ ଚାଲୁଥିବାର ସୂଚନା ଦେଇଥିଲେ। ପରେ ପରେ ଆକ୍ସନଏଡ ସଂସ୍ଥା ର ଜିଲ୍ଲା ପରାମର୍ଶ ଦାତା ଫକିର ଚରଣ ରାଉତ ଶିଶୁ ମାନଙ୍କର ସୁରକ୍ଷା ଓ ବାଲ୍ୟ ବିବାହ ର ସମ୍ପୂର୍ଣ ସମାପ୍ତ ଉଦ୍ଦେଶ୍ୟରେ ଜିଲ୍ଲାରେ ନିଆଯାଇ ଥିବା ବିଭିନ୍ନ ପଦକ୍ଷପ ଓ ଆଗାମୀ ଦିନର କାର୍ଯ୍ୟକ୍ରମ ଉପରେ ବୈଠକରେ ଉପସ୍ଥାପନା କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ୍ନ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ , ଉପଜିଲ୍ଲାପାଳ ପ୍ରକାଶ ପ୍ରକାଶ ଚନ୍ଦ୍ର ମିଶ୍ର ,ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡା ସନ୍ତୋଷ କୁମାର ପଣ୍ଡା , ଜିଲ୍ଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁ , ଅତିରିକ୍ତ ଆରକ୍ଷୀ ଅଧିକାରୀ ଉଲ୍ଲାସ ମାଝୀ,ଜିଲ୍ଲା ଶ୍ରମ ଅଧିକାରୀ ଛୋଟରାୟ ଟୁଡୁ, ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଆନନ୍ଦ ଚନ୍ଦ୍ର ପଲାଇ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ କୁମାର ବେହେରା, ଜିଲ୍ଲା ଶିଶୁମଙ୍ଗଳ ସମିତିର ଅଧକ୍ଷା ଅଜନ୍ତା ଶୁଭଦର୍ଶନି, ଜିଲ୍ଲାର ସମସ୍ତ ବିଡିଓ ଏବଂ ସିଡିପିଓ ତଥା ବାଲ୍ୟ ବିବାହ ଅଧିକାରୀ, ଚାଇଲ୍ଡ ଲାଇନ ଜିଲ୍ଲା କର୍ମକର୍ତ୍ତା ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ଜିଲ୍ଲାରେ ଅନାଥ ଶିଶୁ ଓ ଏକକ ମାତା ପିତା ଥିବା ଶିଶୁ ମାନଙ୍କୁ ଥଇଥାନ ଏବଂ ବାଲ୍ୟ ବିବାହ ର ସମାପ୍ତ ଦିଗରେ ନିଜର ମତାମତ ପ୍ରଦାନ କରିଥିଲେ।

ଶେଷରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ହର୍ଷିତ ରାଣାଙ୍କ ବଦଳ ଖେଳାଳି ଘୋଷଣା କଲା ବିସିସିଆଇ 

September 10, 2026

ମହିଳା ଜୁନିୟର ଏସିଆ କପ୍: ପାକିସ୍ତାନକୁ ୧୯-୦ ଗୋଲରେ ହରାଇ ସେମିଫାଇନାଲରେ ଭାରତ

September 10, 2026

ନୂଆଖାଇ ପାଇଁ ସମଲେଇ ମନ୍ଦିରରେ ପହଞ୍ଚିଲା ସରିଆ ଧାନ

September 10, 2026

ଅଭିଷେକ ବାନାର୍ଜୀଙ୍କ ଘରୁ ବ୍ୟକ୍ତିଗତ ସଚିବଙ୍କୁ ଗିରଫ କଲା CID 

September 10, 2026
Latest News

ହର୍ଷିତ ରାଣାଙ୍କ ବଦଳ ଖେଳାଳି ଘୋଷଣା କଲା ବିସିସିଆଇ 

September 10, 2026

ମହିଳା ଜୁନିୟର ଏସିଆ କପ୍: ପାକିସ୍ତାନକୁ ୧୯-୦ ଗୋଲରେ ହରାଇ ସେମିଫାଇନାଲରେ ଭାରତ

September 10, 2026

IDBI Bank Privatization: ଘରୋଇକରଣ ଦୌଡ଼ରେ Fairfax ଆଗରେ!, କ’ଣ ପଡ଼ିବ ପ୍ରଭାବ?

September 10, 2026

ବ୍ରିକ୍ସ ସମ୍ମିଳନୀ ପାଇଁ ରାଜଧାନୀ ଦିଲ୍ଲୀରେ କଡ଼ା ସୁରକ୍ଷା ବ୍ୟବସ୍ଥା

September 10, 2026

ନୂଆଖାଇ ପାଇଁ ସମଲେଇ ମନ୍ଦିରରେ ପହଞ୍ଚିଲା ସରିଆ ଧାନ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.