ବିଧାନସଭା ପରିସରରେ ବାଗ୍ନୀ ବିଶ୍ବନାଥ କରଙ୍କ ପ୍ରତିମୂର୍ତ୍ତି ଉନମୋଚିତ

Published: Dec 24, 2024, 5:02 pm IST
BiswanathKar

ଭୁବନେଶ୍ବର: ଓଡ଼ିଶା ବିଧାନସଭା ପରିସର ରେ ବାଗ୍ମୀ ବିଶ୍ୱନାଥ କର ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି। ଏହାକୁ ଉନମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ନିକଟରେ ବାଚସ୍ପତି ଶ୍ରୀମତୀ ସୁରମା ପାଢୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଆଇନ ଓ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଏବଂ ବିଧାୟକ ବୃନ୍ଦ ଉପସ୍ଥିତ ଥିଲେ।

ବାଗ୍ନୀ ବିଶ୍ବନାଥ ୧୮୬୪ ମସିହା ଆଜିର ଦିନରେ କଟକ ଜିଲ୍ଲାର ମାହାଙ୍ଗା ନିକଟସ୍ଥ ମୂଳବସନ୍ତ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ଓଡ଼ିଆ ଭାଷା ସାହିତ୍ୟର ସୁରକ୍ଷା ଓ ବିକାଶ ଲାଗି ପ୍ରତିଷ୍ଠା ହୋଇଥିବା ସର୍ବପ୍ରାଚୀନ ସାରସ୍ୱତ ଅନୁଷ୍ଠାନ “ଉତ୍କଳ ସାହିତ୍ୟ ସମାଜର ସେ ଥିଲେ ପ୍ରଥମ ପ୍ରତିଷ୍ଠାତା ସଂପାଦକ। ଜଣେ ସ୍ୱାଧୀନତା ସଂଗ୍ରାମୀ ଭାବେ ସେ ଭାରତୀୟ ଜାତୀୟ କଂଗ୍ରେସରେ ସେ ଯୋଗଦାନ କରିଥିଲେ । ବିହାର ଓ ଓଡ଼ିଶା ବ୍ୟବସ୍ଥାପକ ସଭାକୁ ସେ ପ୍ରତିନିଧି ଭାବରେ ଯାଇଥିଲେ । ଓଡ଼ିଶା-ବିହାର କାଉନ୍‍ସିଲର ସଭ୍ୟ ଥିବା ସମୟରେ ବ୍ୟବସ୍ଥାପକ ସଭାରେ ସେ ନିଜ ମାତୃଭାଷା ଓଡ଼ିଆରେ ଭାଷଣ ଦେଇଥିଲେ ।

ତାଙ୍କର ଜନ୍ମ ଦିବସରେ ଏହି ପ୍ରତିମୂର୍ତ୍ତି ଉନମୋଚିତ କରାଯାଇଛି।

Related posts