Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାନୁୟାରୀ ୩ ରୁ ୧୩ ପର୍ଯ୍ୟନ୍ତ ଚାଲିବ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା, ପ୍ରସ୍ତୁତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ
ଆଜିର ଖବର

ଜାନୁୟାରୀ ୩ ରୁ ୧୩ ପର୍ଯ୍ୟନ୍ତ ଚାଲିବ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା, ପ୍ରସ୍ତୁତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

December 24, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
Dhanu Yatra
ଜାନୁୟାରୀ ୩ ରୁ ୧୩ ପର୍ଯ୍ୟନ୍ତ ଚାଲିବ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା, ପ୍ରସ୍ତୁତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ପର୍ଯ୍ୟଟନ ବିଭାଗର ସମ୍ମିଳନୀ କକ୍ଷରେ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ଆୟୋଜନ ସମ୍ପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଅଧ୍ୟକ୍ଷତା କରି କହିଥିଲେ ଯେ ବରଗଡ଼ ଧନୁଯାତ୍ରା ଆମର ଗର୍ବ ଓ ଗୌରବ।

ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ଭାବେ ସ୍ୱୀକୃତିପ୍ରାପ୍ତ ବରଗଡ଼ ଧନୁଯାତ୍ରା ଭଗବାନ କୃଷ୍ଣ, ତାଙ୍କ ବାଲ୍ୟଲୀଳା ଓ ତାଙ୍କ ରାକ୍ଷସ ମାମୁଁ କଂସଙ୍କ କାହାଣୀ ଉପରେ ଆଧାରିତ। ଏହି ଉତ୍ସବ ସମୟରେ ସମଗ୍ର ବରଗଡ଼ ଜିଲ୍ଲାରେ ମଥୁରା ରାଜ୍ୟରେ ପରିଣିତ ହୋଇଯାଏ। ଏହାର ଆୟୋଜନ କେବଳ ବରଗଡ଼ ଜିଲ୍ଲା ପ୍ରଶାସନଙ୍କ ଦାୟିତ୍ୱ ନୁହେଁ ଏହା ଆମ ସମସ୍ତଙ୍କର ସାମୂହିକ ଦାୟିତ୍ୱ ବୋଲି ଶ୍ରୀମତୀ ପରିଡା ମତ ପ୍ରକାଶ କରିଛନ୍ତି।

ଏହି ବୈଠକରେ ଅତିରିକ୍ତ ଶାସନ ସଚିବ ତଥା ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ଆଭାସି ମାଧ୍ୟମରେ ଯୋଗଦେବା ସହ ପର୍ଯ୍ୟଟନ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ବଲବନ୍ତ ସିଂ, ପର୍ଯ୍ୟଟନ ନିର୍ଦ୍ଦେଶକ ଶ୍ରୀ ସମର୍ଥ ବର୍ମା ଓ ଅନ୍ୟ ପର୍ଯ୍ୟଟନ ବିଭାଗ ଅଧିକାରୀ ଯୋଗ ଦେଇଥିଲେ। ଏହା ସହ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଶ୍ରୀ ବିଜୟ ଉପାଧ୍ୟାୟ, ବରଗଡ଼ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋଏଲ, ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ୱର ବାଳୀରାମ ବୋଣ୍ଡର, ବରଗଡ଼ ଜିଲ୍ଲା ଏସପି ଶ୍ରୀ ପ୍ରହଲାଦ ସାହାଇ ମୀନା ଏବଂ ନ୍ୟାସନାଲ ସ୍କୁଲ ଅଫ ଡ୍ରାମାର ନିର୍ଦ୍ଦେଶକ ଶ୍ରୀ ଚିତ୍ତରଞ୍ଜନ ତ୍ରିପାଠୀ ଓ ଅନ୍ୟ ବରିଷ୍ଠ ଅଧିକାରୀବୃନ୍ଦ ଆଭାସି ମାଧ୍ୟମରେ ଯୋଗ ଦେଇଥିଲେ।

ବରଗଡ଼ ଧନୁଯାତ୍ରାକୁ ବିଶ୍ୱସ୍ତରରେ ପହଞ୍ଚାଇବ ପାଇଁ ଏହି ବୈଠକରେ ବିଶେଷ ଗୁରୁତ୍ୱାରୋପ କରାଯାଇଥିଲା । ଧନୁଯାତ୍ରାର ବିଶେଷ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଏଲଇଡ଼ି ଡିସପ୍ଲେ ମାଧ୍ୟମରେ ସିଧା ପ୍ରସାରଣ କରି ଡିଜିଟାଲ ପ୍ରସାରକୁ ବୃଦ୍ଧି କରିବା ସହ ଅତିଥି ଓ ପର୍ଯ୍ୟଟକମାନଙ୍କୁ ଏକ ସୁନ୍ଦର ଅନୁଭୂତି ପ୍ରଦାନ କରିବା ଉପରେ ଏହି ବୈଠକରେ ଆଲୋଚନା କରାଯାଇଥିଲା। ଦେବ୍ରିଗଡ ବନ୍ୟପ୍ରାଣୀ ଅଭୟାରଣ୍ୟ, ହୀରାକୁଦ ଡ୍ୟାମ ଏବଂ ସ୍ଥାନୀୟ ହସ୍ତଶିଳ୍ପ କ୍ଲଷ୍ଟର ଓ ରାତ୍ରି ବଜାରକୁ ଆକର୍ଷଣୀୟ କରି ଏହି ଉତ୍ସବରେ ସାମିଲ କରିବା ଉପରେ ବିଶେଷ ଆଲୋକପାତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସାଂସ୍କୃତିକ ଉତ୍ସାହ ଭରିବା ପାଇଁ ନ୍ୟାସନାଲ ସ୍କୁଲ ଅଫ ଡ୍ରାମା ଏବଂ ଲଳିତ କଳା ଏକାଡେମୀ ଭଳି ପ୍ରତିଷ୍ଠିତ ଅନୁଷ୍ଠାନଗୁଡିକର ଯୋଗଦାନ ଉପରେ ମଧ୍ୟ ଚର୍ଚ୍ଚା କରାଯାଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026
Latest News

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.