Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଉତ୍କର୍ଷ ଓଡିଶା ପାଇଁ ପ୍ରସ୍ତୁତି, ଯୋଗଦେବେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ପୁରା କାର୍ଯ୍ୟକ୍ରମ
ରାଜ୍ୟ ଖବର

ଉତ୍କର୍ଷ ଓଡିଶା ପାଇଁ ପ୍ରସ୍ତୁତି, ଯୋଗଦେବେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ପୁରା କାର୍ଯ୍ୟକ୍ରମ

January 4, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଉତ୍କର୍ଷ ଓଡିଶା ପାଇଁ ପ୍ରସ୍ତୁତି ଚୂଡାନ୍ତରେ, ଯୋଗଦେବେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ପୁରା କାର୍ଯ୍ୟକ୍ରମ

ଭୁବନେଶ୍ବର: ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଏ ସମ୍ପର୍କରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ପ୍ରସ୍ତୁତି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନ କରି ଜଣାଇଛନ୍ତି।

ସମସ୍ତ କାର୍ଯ୍ୟକ୍ରମକୁ ତୃଟିଶୂନ୍ୟ ଭାବରେ ଓ ଆକର୍ଷଣୀୟ ଭାବରେ ପରିଚାଳନା କରି ଜାତୀୟ ଓ ଅନ୍ତର୍ଜାତୀୟ ନିବେଶକ ମାନଙ୍କ ପାଖରେ ଓଡିଶାର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପରାମର୍ଶ ଦେଇଛନ୍ତି। ଏହା ଦ୍ୱାରା ଦୀର୍ଘ ସମୟ ପାଇଁ ଓଡିଶା ପୁଞ୍ଜିନିବେଶକ ମାନଙ୍କ ପାଇଁ ପସନ୍ଦର ସ୍ଥାନ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଉପସ୍ଥାପନାରୁ ଜଣାଯାଇଛି ଯେ, ଜାନୁଆରୀ ୨୭ ତାରିଖରେ Confederation of Indian Industries ପକ୍ଷରୁ ଏହାର ନ୍ୟାସନାଲ ଏକଜିକ୍ୟୁଟିଭ୍ କାଉନସିଲ୍ ର ବୈଠକ ଅନୁଷ୍ଠିତ ହେବ। ଜାନୁଆରୀ ୨୮-୨୯ ଦୁଇ ଦିନ ଧରି ୪ଟି ପ୍ଲେନାରୀ ସେସନ (Plenary Session), ୧୬ଟି ସେକ୍ଟରାଲ୍ ସେସନ୍ ଓ ୪ଟି ରାଉଣ୍ଡ ଟେବୁଲ୍ କନଫରେନସ୍ ଅନୁଷ୍ଠିତ ହେବ। ଏହି ଦୁଇ ଦିନରେ ପ୍ରାୟ ୩୦୦୦ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଶିଳ୍ପପତି, ପୁଞ୍ଜିନିବେଶକାରୀ, ଷ୍ଟାର୍ଟଅପ ଉଦ୍ୟୋଗୀ ଓ ଶିଳ୍ପସଂସ୍ଥା ସହିତ ଜଡିତ ବ୍ୟକ୍ତିମାନେ ଯୋଗଦେବେ।

୨୮ ତାରିଖ ଦିନ ପ୍ରଧାନମନ୍ତ୍ରୀ ଆସି ଉପସ୍ଥିତ ଶିଳ୍ପପତି ଓ ପୁଞ୍ଜିନିବେଶକାରୀ ମାନଙ୍କୁ ଉଦବୋଧନ ଦେବେ। ଏହି ଦୁଇ ଦିନ ମଧ୍ୟରେ ଶିଳ୍ପର ବିଭିନ୍ନ କ୍ଷେତ୍ର ସମ୍ବନ୍ଧିତ ସ୍ୱତନ୍ତ୍ର ସେସନ୍ ଅନୁଷ୍ଠିତ ହେବା ସହିତ ବିଶିଷ୍ଟ ଶିଳ୍ପପତି ମାନଙ୍କ ଅଭିଭାଷଣ, ମୁଖ୍ୟମନ୍ତ୍ରୀଙ୍କ ସହିତ ବଡ ବଡ ଶିଳ୍ପସଂସ୍ଥାର ସି.ଇ.ଓ ମାନଙ୍କ ରାଉଣ୍ଡ ଟେବୁଲ, ଓଡିଆ ଉଦ୍ୟୋଗୀ ମାନଙ୍କ ସ୍ୱତନ୍ତ୍ର ସେସନ୍ ଏବଂ ମହିଳା ବିଜନେସ୍ ଲିଡର୍ସ ମାନଙ୍କ ପାଇଁ ମଧ୍ୟ ସ୍ୱତନ୍ତ୍ର ସେସନ ଅନୁଷ୍ଠିତ ହେବ। ଏହା ସହିତ ‘ସୁଭଦ୍ରାରୁ ମୁଦ୍ରା’ ନାମରେ ଓଡିଆ ମହିଳା ଉଦ୍ୟୋଗୀ ମାନଙ୍କ ପାଇଁ ମଧ୍ୟ ଏକ ସ୍ୱତନ୍ତ୍ର ସେସନ ଅନୁଷ୍ଠିତ ହେବ। ଜାନୁଆରୀ ୨୮ ରୁ ୩୦ ତାରିଖ ପର୍ଯ୍ୟନ୍ତ ଇଣ୍ଡଷ୍ଟ୍ରିଆଲ୍ ଏକଜିବିସନ୍ ଅନୁଷ୍ଠିତ ହେବ।

ଏହି ବୈଠକରେ ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ।

ଉତ୍କର୍ଷ ଓଡିଶା
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026

ପୁରୁଣାଗଡ଼ରେ ପ୍ରତ୍ନତାତ୍ୱିକ ଗବେଷଣା କାର୍ଯ୍ୟ ଆରମ୍ଭ

May 14, 2026

ସ୍ତ୍ରୀର ଅଶ୍ଳୀଳ ଫଟୋ ଭାଇରାଲ କରି ସ୍ଵାମୀ ଗିରଫ

May 14, 2026

ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

May 14, 2026
Latest News

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.