Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୨ ବର୍ଷରେ ଭାରତର ଗ୍ରାମୀଣ ଦାରିଦ୍ର୍ୟ ହାର ୨୫.୭%ରୁ ୪.୮୭%କୁ ହ୍ରାସ: ଏସବିଆଇ ରିସର୍ଚ୍ଚ ରିପୋର୍ଟ
ଆଜିର ଖବର

୧୨ ବର୍ଷରେ ଭାରତର ଗ୍ରାମୀଣ ଦାରିଦ୍ର୍ୟ ହାର ୨୫.୭%ରୁ ୪.୮୭%କୁ ହ୍ରାସ: ଏସବିଆଇ ରିସର୍ଚ୍ଚ ରିପୋର୍ଟ

January 4, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦେଶରେ ୨୦୨୪ ଆର୍ଥିକ ବର୍ଷରେ ଗ୍ରାମୀଣ ଦାରିଦ୍ର୍ୟ ହାର ଉଲ୍ଲେଖନୀୟ ଭାବେ ହ୍ରାସ ପାଇ ୪.୮୬%ରେ ପହଞ୍ଚିଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସବିଆଇ)ର ସଦ୍ୟତମ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏହି ହାର ୨୦୨୩ରେ ୭.୨% ଏବଂ ୨୦୧୨ରେ ୨୫.୭% ରହିଥିଲା। ସେହିପରି ସହରୀ ଦାରିଦ୍ର୍ୟ ହାର କମି ୪.୦୯%ରେ ପହଞ୍ଚିଥିବା ଏସବିଆଇର ଉପଭୋକ୍ତା ବ୍ୟୟ ସର୍ବେକ୍ଷଣରେ ଦର୍ଶାଯାଇଛି। ସାମଗ୍ରିକ ଭାବେ ଦାରିଦ୍ର୍ୟ ୪-୪.୫% ସ୍ତରକୁ ଖସି ଆସିଛି।

ସରକାରୀ ସହାୟତା, ଉପଭୋକ୍ତା ବ୍ୟୟ ବୃଦ୍ଧି, ଖାଦ୍ୟ ମୂଲ୍ୟ ପରିବର୍ତ୍ତନ କେବଳ ଖାଦ୍ୟଜନିତ ବ୍ୟୟ ନୁହେଁ ବରଂ ସାମଗ୍ରିକ ବ୍ୟୟ ଉପରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଛି। ସର୍ବନିମ୍ନ ଖୁଚୁରା ମୂଲ୍ୟକୁ ଆଧାର କରି ଗ୍ରାମାଞ୍ଚଳରେ ଦାରିଦ୍ର୍ୟ ସୀମା ୨୦୨୩-୨୪ ଆର୍ଥିକ ବର୍ଷରେ ୧୬୩୨ ଟଙ୍କା ରହିଥିବା ବେଳେ ସହରାଞ୍ଚଳରେ ୧୯୪୪ ଟଙ୍କା ରହିଥିବା ଏନଏସଏସଓ ରିପୋର୍ଟକୁ ଉଲ୍ଲେଖ କରି ଏସବିଆଇ ପକ୍ଷରୁ କୁହାଯାଇଛି। ୨୦୧୧-୧୨ରେ ଏହା ଯଥାକ୍ରମେ ୮୧୬ ଏବଂ ୧୦୦୦ ଟଙ୍କା ଥିଲା। ଉପଭୋକ୍ତା ଖର୍ଚ୍ଚ ବୃଦ୍ଧି କାରଣରୁ ଗ୍ରାମୀଣ ଦାରିଦ୍ର୍ୟ ଅନୁପାତ ୨୦୨୩-୨୪ରେ ପୂର୍ବବର୍ଷ ତୁଳନାରେ ୦-୫% ହ୍ରାସ ପାଇଛି।

ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳ ମଧ୍ୟରେ ମାସିକ ମୁଣ୍ଡପିଛା ଉପଭୋକ୍ତା ବ୍ୟୟ (ଏମପିସିଇ) ହାରରେ ରହିଥିବା ତାରତମ୍ୟ ହ୍ରାସ ପାଇଛି। ୨୦୦୯-୧୦ରେ ଏହା ୮୮.୨ ପ୍ରତିଶତ ଥିବା ବେଳେ ୨୦୨୩-୨୪ରେ ୬୯.୭ ପ୍ରତିଶତକୁ ହ୍ରାସ ପାଇଛି। ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର(ଡିବିଟି) ଭଳି ସରକାରୀ ଯୋଜନା, ଗ୍ରାମାଞ୍ଚଳ ଭିତ୍ତିଭୂମିରେ ଉନ୍ନତି, ଚାଷୀଙ୍କ ଆୟ ବୃଦ୍ଧି ଏବଂ ଗ୍ରାମୀଣ ଜୀବିକାରେ ସାମଗ୍ରିକ ସୁଧାର କାରଣରୁ ଏହି ତାରତମ୍ୟ କମିଛି।

ଭୌତିକ ଭିତ୍ତିଭୂମିରେ ଉନ୍ନତି କାରଣରୁ ଗ୍ରାମୀଣ ପରିବହନ ସୁଧାର ଆସିଛି ଫଳରେ ଏହା ଗ୍ରାମାଞ୍ଚଳର ସମୃଦ୍ଧି ପାଇଁ ମାର୍ଗପ୍ରଶସ୍ତ କରିଛି। ୨୦୧୪-୧୫ ଠାରୁ ୨୦୨୨-୨୩ ମଧ୍ୟରେ ଦେଶରେ ଦେଢ଼ ଲକ୍ଷ କିଲୋମିଟର ଜାତୀୟ ରାଜପଥ ନିର୍ମାଣ ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ୭ ଲକ୍ଷ କିଲୋମିଟରରୁ ଅଧିକ ଲମ୍ବା ସଡ଼କ ନିର୍ମାଣ କରାଯାଇଛି। ମାସିକ ମୁଣ୍ଡ ପିଛା ଉପଭୋକ୍ତା ବ୍ୟୟକୁ ଅନୁଧ୍ୟାନ କଲେ ୨୦୦୪-୦୫ ତୁଳନାରେ ୨୦୨୩-୨୪ରେ ସହରାଞ୍ଚଳ ଓ ଗ୍ରାମାଞ୍ଚଳ ମଧ୍ୟରେ ବ୍ୟବଧାନ ୮୮.୨%ରୁ ୬୯.୭%କୁ ହ୍ରାସ ପାଇଛି। ଏ କ୍ଷେତ୍ରରେ ବିହାର, ରାଜସ୍ଥାନ ଭଳି ରାଜ୍ୟ ଉନ୍ନତ ପ୍ରଦର୍ଶନ କରିଛନ୍ତି।

ପାରିବାରିକ ବଜେଟ୍‌ରେ ଅଣ-ଖାଦ୍ୟ ସାମଗ୍ରୀ ବାବଦ ବ୍ୟୟ ବୃଦ୍ଧି ପାଇଥିବା ଏସବିଆଇ ରିପୋର୍ଟରେ କୁହାଯାଇଛି। ଏହା ୨୦୧୧-୧୨ରେ ୪୭.୪ ପ୍ରତିଶତ ଥିବା ବେଳେ ୨୦୨୩-୨୪ରେ ଏହା ୫୨.୯୬ ପ୍ରତିଶତକୁ ବୃଦ୍ଧି ପାଇଛି। ସେହିପରି ସହରାଞ୍ଚଳରେ ଏହା ୫୭.୩୮ ପ୍ରତିଶତରୁ ୬୦.୩୨ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ଉପଭୋକ୍ତାଙ୍କ ମଧ୍ୟରେ ଆର୍ଥିକ ଦୃଢ଼ତାକୁ ଦର୍ଶାଉଛି କାରଣ ସେମାନେ ମୌଳିକ ଆବଶ୍ୟକତା ବାଦ୍‌ ଅନ୍ୟାନ୍ୟ ଖର୍ଚ୍ଚ ପାଇଁ ସମ୍ବଳ ପାଇପାରୁଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୭ ରେ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୁକ୍ତଙ୍କ ସମୀକ୍ଷା ବୈଠକ

January 18, 2026

ମହାନଦୀ ଜଳ ବିବାଦ ଉପରେ ଆନ୍ତଃମନ୍ତ୍ରାଳୟ କମିଟି ବୈଠକ

January 18, 2026

ଆଜି ସାନ୍ତ୍ରାଗାଛି-ତାମ୍ବରମ୍ ଅମୃତ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ 

January 18, 2026

ଭୁବନେଶ୍ବରରେ ଆୟୋଜିତ ହେଲା ଆଇକନିକ୍ କର୍ପୋରେଟ୍ କ୍ରିକେଟ୍ ଲିଗ୍ ୨୦୨୬ର କ୍ୟାପ୍ଟେନ୍ସ ମିଟ୍‌

January 18, 2026
Latest News

୨୦୨୭ ରେ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୁକ୍ତଙ୍କ ସମୀକ୍ଷା ବୈଠକ

January 18, 2026

ମହାନଦୀ ଜଳ ବିବାଦ ଉପରେ ଆନ୍ତଃମନ୍ତ୍ରାଳୟ କମିଟି ବୈଠକ

January 18, 2026

ଆଜି ସାନ୍ତ୍ରାଗାଛି-ତାମ୍ବରମ୍ ଅମୃତ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ 

January 18, 2026

ଭୁବନେଶ୍ବରରେ ଆୟୋଜିତ ହେଲା ଆଇକନିକ୍ କର୍ପୋରେଟ୍ କ୍ରିକେଟ୍ ଲିଗ୍ ୨୦୨୬ର କ୍ୟାପ୍ଟେନ୍ସ ମିଟ୍‌

January 18, 2026

ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି ପ୍ରସଙ୍ଗ: ଜାଣନ୍ତୁ କ’ଣ କହିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ?

January 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.