Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କଣ ରହିଛି କାର୍ଯ୍ୟକ୍ରମ
ଜାତୀୟ ଖବର

ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କଣ ରହିଛି କାର୍ଯ୍ୟକ୍ରମ

January 5, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
ପ୍ରବାସୀ ଭାରତୀୟ ଦିବସ
ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କଣ ରହିଛି କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମୈଦାନଠାରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ  ଭାରତର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଜାନୁଆରୀ ୯ ତାରିଖରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ଉଦଘାଟନୀ ସମାରୋହରେ ଯୋଗଦେବାକୁ ଥିବା ବେଳେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଜାନୁଆରୀ ୧୦ ତାରିଖରେ ଏହାର ଉଦଯାପନୀ ଅଧିବେଶନରେ ଯୋଗଦାନ କରିବେ।

ଏହି  ଉପଲକ୍ଷେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଆଜି ସଂଧ୍ୟାରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ରାଷ୍ଟ୍ରପତି ଓ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଓ ଭଲ ଭାବେ ଆୟୋଜନ କରାଯିବା ନେଇ ମୁଖ୍ୟ ଶାସନ ସଚିବ  ସମସ୍ତ ପ୍ରସ୍ତୁତି କରିବାକୁ ଗୁରୁତ୍ୱାରୋପ କରିଛନ୍ତି।

ପ୍ରଧାନମନ୍ତ୍ରୀ ଏଥିପାଇଁ ଜାନୁଆରୀ ୮ ତାରିଖ ସଂଧ୍ୟା ୭ ଟାରେ ବିଶାଖାପାଟଣା ବିମାନବନ୍ଦରରୁ ବାହାରି ଭୁବନେଶ୍ୱରର ବିମାନ ବନ୍ଦରରେ ଅବତରଣ କରି ରାତ୍ର  ୮.୧୫ ଟା ରେ ରାଜଭବନରେ ପହଁଚି ସେଠାରେ ରାତ୍ରିଯାପନ କରିବେ ଏବଂ ତହିଁ ପରଦିନ ୯ ତାରିଖ ୧୦  ଟା ସମୟରେ ୧୮ ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ-୨୦୨୫  ର ଶୁଭ ଉଦଘାଟନ କରିବେ। ଏହାପରେ ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମରେ  ଯୋଗଦାନ ପରେ ପୂର୍ବାହ୍ନ ୧୧ .୫୫  ରେ ନୂଆ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।

ସେହିପରି ରାଷ୍ଟ୍ରପତି ପ୍ରବାସୀ ଭାରତୀୟ ଦିବସରେ ଯୋଗଦାନ ପାଇଁ ଜାନୁଆରୀ ୯  ତାରିଖ ଅପରାହ୍ଣ ୩.୦୦  ଟା ସମୟରେ ଗୌହାଟୀ ବିମାନ ବନ୍ଦରରୁ  ବାୟୁସେନା ବିମାନ ଯୋଗେ ଅପରାହ୍ଣ ୪  ଟା ୩୫ ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚି ସେଦିନ ରାଜ ଭବନରେ ରହଣି କରିବେ। ରାଷ୍ଟ୍ରପତି ୧୦ ତାରିଖରେ ପ୍ରବାସୀ ଭାରତୀୟ ଦିବସରେ ଯୋଗଦାନ ଅବସରରେ ପୂର୍ବାହ୍ଣ ୧୧ .୪୦ ରେ ଜନତା ମଇଦାନରେ ପହଁଚିବେ।

ସେଦିନ ସେଠାରେ ଏହି ଦିବସ ଉପଲକ୍ଷେ  ଆୟୋଜିତ ଅନ୍ୟ କାର୍ଯ୍ୟକ୍ରମ ସହିତ ତ୍ରିନିଦାନ ଓ ଟୋବାଗୋର ରାଷ୍ଟ୍ରପତିଙ୍କ ସହିତ ସାକ୍ଷାତ ଆଲୋଚନା କରିବେ। ରାଷ୍ଟ୍ରପତି ମହୋଦୟା ସେଦିନ ଅପରାହ୍ଣ ୩.୦୦ ଟାରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗଦେଇ ପ୍ରବାସୀ ଭାରତୀୟ ସମ୍ମାନ ପୁରସ୍କାର ପ୍ରଦାନ ସମ୍ମିଳନୀରେ ଯୋଗଦାନ କରିବେ ଏବଂ କାର୍ଯ୍ୟକ୍ରମ ପରେ ଅପରାହ୍ଣ ୫.୨୫  ମିନିଟ୍ ସମୟରେ ଭୁବନେଶ୍ୱର ବିମାନ ବନ୍ଦରରୁ ପ୍ରତ୍ୟାବର୍ତ୍ତନ କରିବେ।

ରାଷ୍ଟ୍ରପତିଙ୍କ  ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ମୁଖ୍ୟ ଶାସନ ସଚିବ ପ୍ରସ୍ତୁତି ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ। ପ୍ରବାସୀ ଭାରତୀୟ ଦିବସ ଆୟୋଜନ ରାଜ୍ୟ ପାଇଁ ଗୁରୁତ୍ୱପୂର୍ଣ୍ଣ ଏବଂ ଏହାକୁ ଭଲ ଭାବେ ଆୟୋଜନ ପାଇଁ ସବୁ ସ୍ତରରେ ସମସ୍ତେ ସହଯୋଗ ଜାରି ରଖିଥିବା ବେଳେ ପ୍ରଶାସନିକ ସ୍ତରରେ ଯେପରି ସହଯୋଗ ରହିଛି, ତାହା ଜାରି ରଖିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଥିଲେ। ପ୍ରବାସୀ ଭାରତୀୟ ଦିବସରେ ଅନ୍ୟ ଦେଶରୁ ଆସୁଥିବା ପ୍ରବାସୀ ଭାରତୀୟମାନେ ଯେପରି ଓଡ଼ିଶାର ସୁଖଦ ଅନୁଭୂତି ନେଇ ଯିବେ, ଓଡ଼ିଶାର ସମ୍ମାନ ରହିବ,ଏଥିପାଇଁ  ସଂପୃକ୍ତ ସମସ୍ତ ବିଭାଗୀୟ  ସଚିବ ଓ ପଦାଧିକାରୀମାନଙ୍କୁ ମୁଖ୍ୟ ଶାସନ ସଚିବ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି।

ବୈଠକରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରିପ୍ରେକ୍ଷୀରେ ରାଜ ଭବନରେ  ସାମୟିକ ରହଣି ବ୍ୟବସ୍ଥା, ସୁରକ୍ଷା, କାରକେଡ୍ ବ୍ୟବସ୍ଥା, କାର୍ଯ୍ୟକ୍ରମ ସ୍ଥଳକୁ ଯିବା ଆସିବା ବ୍ୟବସ୍ଥା, ଚିକିତ୍ସା ଓ ସ୍ୱାସ୍ଥ୍ୟ ସହାୟତା, ରାସ୍ତାର ପରିସ୍କାର ପରିଚ୍ଛନ୍ନତା, କାର୍ଯ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ସହିତ ଯଥେଷ୍ଟ ସଂଖ୍ୟକ ଅତିରିକ୍ତ ଜେନେରେଟର ସୁବିଧା, ଉତ୍ସବ ସ୍ଥଳରେ ନିରବଚ୍ଛିନ୍ନ ପାନୀୟ ଜଳ ଯୋଗାଣ, ମଞ୍ଚ ପ୍ରସ୍ତୁତି, ଇଣ୍ଟରନେଟ୍ ସୁବିଧା, ବେରିକେଡିଂ ବ୍ୟବସ୍ଥା, ଗଣମାଧ୍ୟମରେ ପ୍ରଚାର ପ୍ରସାର, ଆବଶ୍ୟକ ପାସ୍ ବ୍ୟବସ୍ଥା,  ଅଗ୍ନି ନିର୍ବାପକ ବ୍ୟବସ୍ଥା, ଦର୍ଶକ ଓ ଅତିଥିଙ୍କ ପାଇଁ ସାମିଆନା ସହ ବସିବା ବ୍ୟବସ୍ଥା ଆଦି ସଂପର୍କରେ  ବିସ୍ତୃତ ଆଲୋଚନା କରାଯାଇଥିଲା। କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଓ ସମନ୍ୱୟ ପାଇଁ ପ୍ରତି ଥର ଭଳି ଏଥର ମଧ୍ୟ ଗୃହ ବିଭାଗ ତରଫରୁ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରିବ।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଗୃହ(ସ୍ୱରାଷ୍ଟ୍ର) ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୁଲିସ ମହା ନିର୍ଦ୍ଦେଶକ ଶ୍ରୀ ଓ୍ୱାଇ.ବି.ଖୁରାନିଆ, ଅଗ୍ନିଶମ ବିଭାଗ ଡିଜି ଡଃ. ସୁଧାଂଶୁ ଷଡ଼ଙ୍ଗୀଙ୍କ ସମେତ ରାଜ୍ୟ ପ୍ରଶାସନର ସଂପୃକ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଏବଂ  ଅନ୍ୟ ବରିଷ୍ଠ ପଦାଧିକାରୀ  ଉପସ୍ଥିତ ଥିଲେ।

ପ୍ରଧାନମନ୍ତ୍ରୀଙ୍କ ଓଡିଶା ଗସ୍ତ ପ୍ରବାସୀ ଭାରତୀୟ ଦିବସ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥର ବିପର୍ଯ୍ୟୟ ପ୍ରସ୍ତୁତି ଉପରେ ନାଗରିକ ପ୍ରତିରକ୍ଷା ପ୍ରଦର୍ଶନ

December 24, 2025

Breaking News: ନୂଆ ବର୍ଷରେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ଵ ନେବେ ଅନୁ ଗର୍ଗ

December 24, 2025

ଦିଲ୍ଲୀ ମେଟ୍ରୋର ପଞ୍ଚମ ପର୍ଯ୍ୟାୟ (କ) ପ୍ରକଳ୍ପ ଅଧୀନରେ ତିନୋଟି ନୂଆ କରିଡରକୁ କ୍ୟାବିନେଟ୍‌ ମଞ୍ଜୁରି

December 24, 2025

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଭୀମଭୋଇ କଲେଜର ୨ ଛାତ୍ର ମୃତ, ୧ ଆହତ

December 24, 2025
Latest News

ପୂର୍ବତଟ ରେଳପଥର ବିପର୍ଯ୍ୟୟ ପ୍ରସ୍ତୁତି ଉପରେ ନାଗରିକ ପ୍ରତିରକ୍ଷା ପ୍ରଦର୍ଶନ

December 24, 2025

Breaking News: ନୂଆ ବର୍ଷରେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ଵ ନେବେ ଅନୁ ଗର୍ଗ

December 24, 2025

ଦିଲ୍ଲୀ ମେଟ୍ରୋର ପଞ୍ଚମ ପର୍ଯ୍ୟାୟ (କ) ପ୍ରକଳ୍ପ ଅଧୀନରେ ତିନୋଟି ନୂଆ କରିଡରକୁ କ୍ୟାବିନେଟ୍‌ ମଞ୍ଜୁରି

December 24, 2025

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଭୀମଭୋଇ କଲେଜର ୨ ଛାତ୍ର ମୃତ, ୧ ଆହତ

December 24, 2025

ନୀତା ମୁକେଶ ଅମ୍ବାନୀ ସାଂସ୍କୃତିକ କେନ୍ଦ୍ର ଏବଂ କାତାର ସଂଗ୍ରହାଳୟ ମଧ୍ୟରେ ସହଭାଗୀତା

December 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.