ଭୁବନେଶ୍ବର: ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ୨୮ ଦିନ ଧରି ଚାଲିବ । ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୩ ରୁ ୨୧ତାରିଖ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୭ ରୁ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିବେ।
ପ୍ରଥମ ଦିନରେ ରାଜ୍ୟପାଳ ଡଃ ହରିବାବୁ କମ୍ଭମପତିଙ୍କ ଅଭିଭାଷଣ ଦେବେ। ଫେବୃୟାରୀ ୧୪ ଓ ୧୫ତାରିଖ ଦୁଇଦିନ ଧରି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ । ୧୬ ତାରିଖ ରବିବାର ଛୁଟି ଥିବା ବେଳେ ୧୭ରେ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ ହେବ ।
୧୮ରେ ସରକାରୀ କାର୍ଯ୍ୟଦିବସ ଥିବାବେଳେ ୧୯ରେ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ଏବଂ ୨୦ ଓ ୨୧ରେ ବଜେଟ୍ ଉପରେ ସାଧାରଣ ଆଲୋଚନା ଆରମ୍ଭ ହେବ । ୨୨ରୁ ମାର୍ଚ୍ଚ ୬ତାରିଖ ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ବନ୍ଦ ରହିବ।