![](https://thesamikhsya.com/odia/wp-content/uploads/2025/02/abhijoga.jpg)
ଭୁବନେଶ୍ୱର: ଆଗାମୀ ଫେବୃଆରୀ ୧୦ ତାରିଖ ( ସୋମବାର) ରେ ଭୁବନେଶ୍ୱର, ୟୁନିଟ -୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ପ୍ରକାଶ ପାଇଛି।