Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବରଙ୍ଗପୁର ଜିଲ୍ଲା ଗସ୍ତରେ ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି 
ଆଜିର ଖବର

ନବରଙ୍ଗପୁର ଜିଲ୍ଲା ଗସ୍ତରେ ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି 

February 9, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ନବରଙ୍ଗପୁର ଜିଲ୍ଲା ଗସ୍ତ କରିଛନ୍ତି। ବିଧାୟକ ମନୋହର ରନ୍ଧାରୀଙ୍କ ଅଧ୍ୟକ୍ଷତାରେ ଅନ୍ୟ ୫ ଜଣ କମିଟି ସଦସ୍ୟ ବିଧାୟକ ଗୌରୀ ଶଙ୍କର ମାଝୀ, ବିଧାୟକ ରୁପୁ ଭତରା, ବିଧାୟକ ଦାଶରଥୀ ଗମାଙ୍ଗ, ବିଧାୟକ ନରସିଂହ ମାଡ଼କାମୀ, ବିଧାୟକ ରଘୁରାମ ମାଛ ପ୍ରମୁଖ କମିଟି ସଦସ୍ୟ ଜିଲ୍ଲା ଗସ୍ତ କରି ବିଭିନ୍ନ ସ୍ଥାନ ପରିଦର୍ଶନ କରିବା ସହ ସମୀକ୍ଷା ବୈଠକ ରେ ଯୋଗ ଦେଇଛନ୍ତି। କମିଟି ସଦସ୍ୟ ମାନେ ଆଜି ଜିଲ୍ଲାର କୋଷାଗୁମଡା ବ୍ଳକ ଗସ୍ତ କରିଥିଲେ।

ଅନୁସୂଚିତ ଜାତି ଜନଜାତି ବିଭାଗ ଦ୍ଵାରା ପରିଚାଳିତ ବଡ଼ ଆମ୍ବଡ଼ା ଆଶ୍ରମ ବିଦ୍ୟାଳୟ ଓ କେରାଣ୍ଡି ମାଳ ଆଶ୍ରମ ବିଦ୍ୟାଳୟ ପରିଦର୍ଶନ କରିଥିଲେ। ସେଠାରେ ବିଦ୍ୟାଳୟ ଓ ହଷ୍ଟେଲ ବୁଲି ଦେଖିବା ସହ ପରିଚାଳନା ବ୍ୟବସ୍ଥା ତଦାରଖ କରିଥିଲେ। ଏଥି ସହ ଛାତ୍ର ଛାତ୍ରୀ ଙ୍କ ସହ ଆଲୋଚନା କରି ତଥ୍ୟ ସଂଗ୍ରହ କରିଥିଲେ। ନବରଙ୍ଗପୁର ମିଶନ ଶକ୍ତି ହଲ ଠାରେ ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ସମୀକ୍ଷା ବୈଠକ ରେ ଯୋଗ ଦେଇଥିଲେ। ଜିଲ୍ଲାରେ ଅନୁସୂଚିତ ଜାତି ଜନଜାତି ବିଭାଗ, ଏମ ଏସ ଏମ ଇ, ସହ ବିଭିନ୍ନ ବିଭାଗ ର ସମୀକ୍ଷା କରିଥିଲେ।

ଜିଲ୍ଲାରେ ବିଭିନ୍ନ ଯୋଜନା ରେ ପ୍ରକଳ୍ପ ଗୁଡିକ କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥି ସହ ଅନୁସୂଚିତ ଜାତି ଜନଜାତି ବିଭାଗ ଦ୍ୱାରା ପରିଚାଳିତ ବିଦ୍ୟାଳୟ ଗୁଡିକ ରେ ଶିକ୍ଷା ବ୍ୟବସ୍ଥା ଓ ଆନୁଷଙ୍ଗିକ ଭିତିଭୂମି ଉନ୍ନତ କରିବା ପାଇଁ କମିଟି ସଦସ୍ୟ ମାନେ ଗୁରୁତ୍ୱାରୋପ କରିଥିଲେ। ଆର୍ଥିକ ବର୍ଷ ମଧ୍ୟରେ ବାକି ରହିଥିବା ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ କରି ବକେୟା ଅନୁଦାନ ଖର୍ଚ୍ଚ ପାଇଁ କମିଟି ନିର୍ଦ୍ଦେଶ ଦେଇଛନ୍ତି।

ଏହି ସମୀକ୍ଷା ବୈଠକରେ ବିଧାନସଭାର ଦୁଇ ଅଧିକାରୀଙ୍କ ସହ ଜିଲ୍ଲପାଳ ଡ଼ା ଶୁଭଙ୍କର ମହାପାତ୍ର, ଅତିରିକ୍ତ ଜିଲ୍ଲପାଳ ବିଶ୍ୱଜିତ ବର୍ମନ, ଜିଲ୍ଲା ପରିଷଦ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ଆଇଟିଦିଏ ର ପ୍ରକଳ୍ପ ପ୍ରଶାସକ ରାଜୀବ ରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ରବୀନ୍ଦ୍ର ପାଲାକାଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

ନବରଙ୍ଗପୁର ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026

ଆଜି ହୋଇପାରେ ସ୍କୁଲ ଛୁଟି ଘୋଷଣା

April 23, 2026

ଆଉ ଦରମାରୁ କଟିବନି ପ୍ରଫେସନାଲ ଟିକସ

April 23, 2026

ମୁର୍ଶିଦାବାଦରେ ନିର୍ବାଚନୀ ହିଂସା

April 23, 2026
Latest News

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026

ଆଜି ହୋଇପାରେ ସ୍କୁଲ ଛୁଟି ଘୋଷଣା

April 23, 2026

ଆଉ ଦରମାରୁ କଟିବନି ପ୍ରଫେସନାଲ ଟିକସ

April 23, 2026

ମୁର୍ଶିଦାବାଦରେ ନିର୍ବାଚନୀ ହିଂସା

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡର ପର୍ଦ୍ଦାଫାସ

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.