Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଢେଙ୍କାନାଳ ଜିଲ୍ଲାରେ ଟିବି ମୁକ୍ତ ଅଭିଯାନ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା
ଆଜିର ଖବର

ଢେଙ୍କାନାଳ ଜିଲ୍ଲାରେ ଟିବି ମୁକ୍ତ ଅଭିଯାନ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା

February 10, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଢେଙ୍କାନାଳ: ଯକ୍ଷ୍ମା ଏକ ଜଟିଳ ରୋଗ ନୁହେଁ, ଆଧୁନିକ ଚିକିତ୍ସା ବଳରେ ଟିବିର ସଂପୂର୍ଣ୍ଣ ବିଲୋପ କରାଯାଇପାରିବ। ଏଥିପାଇଁ ରୋଗୀଙ୍କୁ ଧୈର୍ଯ୍ୟ ଧରି ସାହସର ସହ ଏହି ରୋଗର ମୁକାବିଲା କରିବାକୁ ପଡିବ। ଏହି ମନ୍ତ୍ରକୁ ଆଧାର କରି ଜନସଚେତନତା ମାଧ୍ୟମରେ ଢେଙ୍କାନାଳ ଜିଲ୍ଲାରେ ଟିବି ମୁକ୍ତ କାର୍ଯ୍ୟକ୍ରମକୁ ଜନ ଅଭିଯାନରେ ପରିଣତ କରିବା ପାଇଁ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଢେଙ୍କାନାଳ ଜିଲ୍ଲାକୁ ଯକ୍ଷ୍ମା ମୁକ୍ତ କରିବା ପାଇଁ  ଟିବି ମୁକ୍ତ – ନିକ୍ଷୟ ମିତ୍ର” ଅଭିଯାନରେ ସାମିଲ ହେବାକୁ ଜିଲ୍ଲାର ଗୁରୁଜନ, ଯୁବ ସଂଗଠନ, ସାମାଜିକ ସଂଗଠନ ଓ ନାଗରିକମାନଙ୍କୁ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ସ୍ୱାସ୍ଥ୍ୟ ଆମ ଜୀବନର  ମୂଳ ଆଧାର। ସାମାଜିକ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହାକୁ ଦୃଷ୍ଟିରେ ରଖି ଭାରତକୁ ୨୦୨୫ ଡିସେମ୍ବର ସୁଦ୍ଧା ସଂପୂର୍ଣ୍ଣ ଭାବରେ ଟିବି ମୁକ୍ତ କରିବା ପାଇଁ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ “ଟିବି ମୁକ୍ତ ଭାରତ ଅଭିଯାନ – ନିକ୍ଷୟ ମିତ୍ର”ରେ ସାମିଲ ହେବା ପାଇଁ ଦେଶବାସୀଙ୍କୁ ଆହ୍ୱାନ କରିଛନ୍ତି। ଜିଲ୍ଲା, ବ୍ଲକ, ପଞ୍ଚାୟତ ସ୍ତରରେ ଟିବି ଅଭିଯାନକୁ ବ୍ୟାପକ କରିବା ପାଇଁ ଆମ ସରକାର ନିରନ୍ତର କାମ କରୁଛନ୍ତି। ପଞ୍ଚାୟତଗୁଡ଼ିକ ମଧ୍ୟରେ ସୁସ୍ଥ ପ୍ରତିଯୋଗିତା ସୃଷ୍ଟି କରିବା ପାଇଁ ମୋଦୀ ସରକାର ପ୍ରାଥମିକତା ଦେଉଛନ୍ତି। ବୈଠକ ମାଧ୍ୟମରେ ଯକ୍ଷ୍ମା ରୋଗୀଙ୍କୁ ଚିହ୍ନଟ କରିବା ସହ ରୋଗ ନିରାକରଣ ପାଇଁ ପଦକ୍ଷେପ ନେବା ଉପରେ ଗୁରୁତ୍ୱ ଦିଆଯାଉଛି। ଏହି ଅଭିଯାନରେ ଟିବି ପୀଡ଼ିତ ଭାଇ ଓ ଭଉଣୀଙ୍କୁ ସାହାଯ୍ୟ କରିବା ପାଇଁ ନିକ୍ଷୟ ପୋର୍ଟାଲ ନିରନ୍ତର କାମ କରୁଛି।

ନିକ୍ଷୟ ମିତ୍ର ଏବଂ କମ୍ ସମୟରେ ପ୍ରଭାବୀ ଉପଚାର ଭଳି ପଦକ୍ଷେପ ଯୋଗୁ ଓଡ଼ିଶା ଓ ଦେଶରେ ଯକ୍ଷ୍ମା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ଯକ୍ଷ୍ମା ବିରୋଧରେ ଲଢ଼େଇ ପାଇଁ ଭାରତର ବୈଶ୍ୱିକ ନେତୃତ୍ୱ କ୍ଷମତା ମଜବୁତ୍ ହୋଇପାରିଛି। ଭାରତ ବହୁମୁଖୀ ଢ଼ଙ୍ଗ ଯଥା ରୋଗୀଙ୍କୁ ଦୁଇ ଗୁଣ ସମର୍ଥନ, ଜନ ଭାଗିଦାରୀ, ନୂତନ ଔଷଧ ଓ ଟେକ୍ନୋଲୋଜି ଓ ଉତ୍ତମ ନିଦାନ ଉପକରଣର ବ୍ୟବହାର ମାଧ୍ୟମରେ ଯକ୍ଷ୍ମା ସହ ଲଢ଼େଇ କରୁଛି। ଏହି ପରିପ୍ରେକ୍ଷୀରେ ଆମେ ସମସ୍ତେ ଏକାଠି ହେବା ଏବଂ ଯକ୍ଷ୍ମା ଦୂର କରିବା ପାଇଁ ଏହି ସଚେତନତା ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ କେନ୍ଦ୍ରମନ୍ତ୍ରୀ ଟିବି ପୀଡିତଙ୍କ ଆଶୁ ଆରୋଗ୍ୟ ଓ ମଙ୍ଗଳ ପାଇଁ ପ୍ରାର୍ଥନା କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି, ପରଜଙ୍ଗ ବିଧାୟକ ବିଭୁତି ଭୁଷଣ ପ୍ରଧାନ, କାମାକ୍ଷାନଗର ବିଧାୟକ ଶତ୍ରୁଘ୍ନ ସେନା, ହିନ୍ଦୋଳ ବିଧାୟିକା ସୀମାରାଣୀ ନାଏକ, ଢେଙ୍କାନାଳ ମ୍ୟୁନିସିପାଲ ଚେୟାରମ୍ୟାନ ଜୟନ୍ତୀ ପାତ୍ର, ଏସପି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟୟ ଓ ଏସପି ଅଭିନବ ସୋନକର ଉପସ୍ଥିତ ଥିଲେ।

କେନ୍ଦ୍ରମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା ଢେଙ୍କାନାଳ ଜିଲ୍ଲା ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ ଚଳିତ ବଜେଟ: ଧର୍ମେନ୍ଦ୍ର ପ୍ରଧାନ

February 1, 2026

ଆଇଟି ସେବା ନିମନ୍ତେ ନିରାପଦ ସ୍ଥାନ ପାଇବାର ସୀମା ୩୦୦ କୋଟିରୁ ୨୦୦୦ କୋଟିକୁ ବୃଦ୍ଧି

February 1, 2026

“କେରଳର ନାମ ଉଲ୍ଲେଖ ନାହିଁ”: ବଜେଟ୍ ଉପରେ ଶଶି ଥରୁରଙ୍କ ପ୍ରଥମ ପ୍ରତିକ୍ରିୟା

February 1, 2026

ଇସଲାମ ଛାଡି ହିନ୍ଦୁ ନାମ ରଖିଛନ୍ତି କି ଉର୍ଫି ଜାଭେଦ?: ସ୍ପଷ୍ଟ କଲେ ଅଭିନେତ୍ରୀ

February 1, 2026
Latest News

ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ ଚଳିତ ବଜେଟ: ଧର୍ମେନ୍ଦ୍ର ପ୍ରଧାନ

February 1, 2026

ଆଇଟି ସେବା ନିମନ୍ତେ ନିରାପଦ ସ୍ଥାନ ପାଇବାର ସୀମା ୩୦୦ କୋଟିରୁ ୨୦୦୦ କୋଟିକୁ ବୃଦ୍ଧି

February 1, 2026

ଷୋଡ଼ଶ ଆର୍ଥିକ କମିଶନଙ୍କ ସୁପାରିଶକୁ ସରକାରଙ୍କ ସ୍ୱୀକୃତି: ରାଜ୍ୟଗୁଡ଼ିକୁ ମିଳିବ ୪୧% କେନ୍ଦ୍ରୀୟ ଟିକସ

February 1, 2026

“କେରଳର ନାମ ଉଲ୍ଲେଖ ନାହିଁ”: ବଜେଟ୍ ଉପରେ ଶଶି ଥରୁରଙ୍କ ପ୍ରଥମ ପ୍ରତିକ୍ରିୟା

February 1, 2026

ଇସଲାମ ଛାଡି ହିନ୍ଦୁ ନାମ ରଖିଛନ୍ତି କି ଉର୍ଫି ଜାଭେଦ?: ସ୍ପଷ୍ଟ କଲେ ଅଭିନେତ୍ରୀ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.