Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଏନସିସି କାଡେଟଙ୍କୁ ଦିଆଯିବ ବିମାନ ଉଡାଣ ପ୍ରଶିକ୍ଷଣ, ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲେ ମହାନିର୍ଦ୍ଦେଶକ
ଜାତୀୟ ଖବର

ଏନସିସି କାଡେଟଙ୍କୁ ଦିଆଯିବ ବିମାନ ଉଡାଣ ପ୍ରଶିକ୍ଷଣ, ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲେ ମହାନିର୍ଦ୍ଦେଶକ

February 10, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
NCC
ଏନସିସି କାଡେଟଙ୍କୁ ଦିଆଯିବ ବିମାନ ଉଡାଣ ପ୍ରଶିକ୍ଷଣ, ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲେ ମହାନିର୍ଦ୍ଦେଶକ

ଭୁବନେଶ୍ବର: ଏନ୍‍.ସି.ସି. ମହାନିର୍ଦ୍ଦେଶକ ଲେଫ୍‍ଟନାଣ୍ଟ ଜେନେରାଲ ଗୁରୁବୀର ପାଲ୍‍ ସିଂହ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡ଼ିଶାରେ ଏନ୍‍.ସି.ସି.ର ସମ୍ପ୍ରସାରଣ ସମ୍ପର୍କରେ ଆଲୋଚନା କରିଛନ୍ତି ।

ଆଲୋଚନାରୁ ଜଣାଯାଇଛି ଯେ, ଓଡ଼ିଶାରେ ଏନ୍‍.ସି.ସି.ର କାଡେଟ୍‍ ସଂଖ୍ୟା ୬୦ ହଜାର ରହିଛି । ଏହାକୁ ୯୦ ହଜାରକୁ ବୃଦ୍ଧି କରାଯିବ । ଏଥିପାଇଁ କେନ୍ଦ୍ରୀୟ ବିଦ୍ୟାଳୟ, ନବୋଦୟ ବିଦ୍ୟାଳୟ ସହିତ ରାଜ୍ୟର ଅନ୍ୟାନ୍ୟ ବିଦ୍ୟାଳୟରେ ମଧ୍ୟ ଏନ୍‍.ସି.ସି. ଶାଖା ପ୍ରତିଷ୍ଠା କରାଯିବ।

ରାଜ୍ୟରେ ଏନ୍‍.ସି.ସି. ପିଲାଙ୍କ ଦକ୍ଷତା ବୃଦ୍ଧି ପାଇଁ କଟକ, ବ୍ରହ୍ମପୁର ଓ ସମ୍ୱଲପୁରରେ ତିନୋଟି ଟ୍ରେନିଙ୍ଗ୍ ସେଣ୍ଟର ପ୍ରତିଷ୍ଠା କରାଯିବ । କଟକ ଓ ବ୍ରହ୍ମପୁରରେ ଏଥିପାଇଁ ୫ ଏକର ଲେଖାଏଁ ଜମି ଉପଲବ୍‍ଧ ଥିବାବେଳେ, ସମ୍ୱଲପୁରରେ ଏଥିପାଇଁ ୧୦ ଏକର ଜମି ଯୋଗାଇ ଦିଆଯିବ ।

ଏହା ସହିତ କୋରାପୁଟରେ ଏନ୍‍.ସି.ସି.ର ଗ୍ରୁପ୍‍ ହେଡ୍‍କ୍ୱାଟର୍ସ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଧିକାରୀ ଓ କର୍ମଚାରୀ ମଧ୍ୟ ଯୋଗାଇ ଦିଆଯିବ ।

ଝାରସୁଗୁଡ଼ା ଏୟାରପୋର୍ଟରେ ଏନ୍‍.ସି.ସି. ପିଲାମାନଙ୍କୁ ବିମାନ ଉଡାଣ ପ୍ରଶିକ୍ଷଣ ଦେବାପାଇଁ ମଧ୍ୟ ନିଷ୍ପତ୍ତି କରାଯାଇଛି । ଏଥିପାଇଁ ସେଠାରେ ଏକ ହ୍ୟାଙ୍ଗର ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧.୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏନ୍‍.ସି.ସି. ହେଉଛି ଦେଶର ଏକ ପ୍ରତିଷ୍ଠିତ ସଂସ୍ଥା । ଛାତ୍ର ଓ ଯୁବଶକ୍ତିର ସମ୍ଭାବନାକୁ ବିକଶିତ କରି ଦେଶର ସେବାରେ ନିୟୋଜିତ କରିବା କ୍ଷେତ୍ରରେ ଏହାର ତୁଳନା ନାହିଁ । ତେଣୁ ଓଡ଼ିଶାରେ ଏହି ସଂସ୍ଥାର ସମ୍ପ୍ରସାରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ଏବଂ ଏନ୍‍.ସି.ସି.ର ଉଚ୍ଚ ପଦାଧିକାରୀମାନେ ଉପସ୍ଥିତ ଥିଲେ।

ଏଥିପାଇଁ ଏନ୍‍.ସି.ସି. ପକ୍ଷରୁ ଡାଇରେକ୍ଟର କର୍ଣ୍ଣେଲ ସାଗର ମହାନ୍ତି ଓ ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ ଏନ୍‍.ସି.ସି. ଓ ରାଜ୍ୟ ସରକାର ମଧ୍ୟରେ ସମନ୍ୱୟ ରକ୍ଷା କରି ଏହି ନିଷ୍ପତ୍ତି ଗୁଡ଼ିକର ରୂପାୟନକୁ ତ୍ୱରାନ୍ୱିତ କରିବା ପାଇଁ ସ୍ଥିର ହୋଇଛି।

ncc ଏନସିସି ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Latest News

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.