Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ଇଂରାଜୀ ଭାଷା ସାହିତ୍ୟ ସମାଜର କର୍ମଶାଳା
ଆଞ୍ଚଳିକ

ବାଲୁଗାଁ: ଇଂରାଜୀ ଭାଷା ସାହିତ୍ୟ ସମାଜର କର୍ମଶାଳା

February 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟର ଇଂରାଜୀ ଭାଷା ସାହିତ୍ୟ ସମାଜ ପକ୍ଷରୁ “ସାହିତ୍ୟ ଓ ଜୀବନ” ଶୀର୍ଷକ ଏକ କର୍ମଶାଳା ଅନୁଷ୍ଠିତ ହେବା ସହ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଲଷ୍ମୀଧର ସୁବୁଦ୍ଧିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମର ଆବାହିକା ତଥା ଇଂରାଜୀ ବିଭାଗ ମୁଖ୍ୟ ଅଧ୍ୟାପିକା ଡକ୍ଟର ମୋନାଲିସା ମାନସିଂହ ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ।

ଉକ୍ତ ଉତ୍ସବରେ ନିମନ୍ତ୍ରିତ ଅତିଥି ମାନଙ୍କୁ ସମ୍ବର୍ଦ୍ଧିତ କରିବା ପରେ ଅଧ୍ୟକ୍ଷ ଡକ୍ଟର ଲକ୍ଷ୍ମୀଧର ସୁବୁଦ୍ଧି ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଉତ୍ସବର ମୁଖ୍ୟ ଅତିଥି ତଥା ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଡକ୍ଟର କଳ୍ପନା ଦାଶ ଓ ମୁଖ୍ୟ ବକ୍ତା ତଥା ପ୍ରାକ୍ତନ ଇଂରାଜୀ ବିଭାଗ ମୁଖ୍ୟ ଡକ୍ଟର ଜୟନ୍ତୀ ଯୋଗଦେଇ ସାହିତ୍ୟ ଓ ସର୍ଜନଶୀଳତା ସହିତ ଦୈନନ୍ଦିନ ଜୀବନର ସମ୍ପର୍କ ପ୍ରସଙ୍ଗରେ ଆଲୋଚନା କରି ଶିକ୍ଷାର୍ଥୀମାନଙ୍କୁ ଅନୁପ୍ରାଣିତ କରିଥିଲେ। ଯୁକ୍ତ ଦୁଇ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ଶ୍ରୀଚନ୍ଦନ ମଧ୍ୟ ସାମ୍ପ୍ରତିକ ସମୟରେ ଇଂରାଜୀ ଭାଷା ସାହିତ୍ୟର ଗୁରୁତ୍ୱ ଓ ନିଯୁକ୍ତି ପ୍ରୟୋଜନୀୟତା ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଅଧ୍ୟାପକ ଡକ୍ଟର କୈଳାସ ଚନ୍ଦ୍ର ମହାରଣା କାର୍ଯ୍ୟକ୍ରମ ସଂଯୋଜନା କରିବା ସହ ସାହିତ୍ୟ, ସର୍ଜନଶୀଳତା ଓ ଦୃଷ୍ଟି ସମ୍ପ୍ରସାରଣର ବିଭିନ୍ନ ଦିଗ ଦିଗନ୍ତ ଉପରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ।

ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିବା ଇଂରାଜୀ କଥନ, ଶ୍ରବଣ, ପଠନ ଲିଖନ ଦକ୍ଷତା ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଧନ୍ୟବାଦ ଅର୍ପଣ କରିଥିଲେ ଅଧ୍ୟାପକ ପତିତପାବନ ପଣ୍ଡା।

ବାଲୁଗାଁ ବାଲୁଗାଁ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026

ଚିଲିକା ସାମ୍ବାଦିକଙ୍କ ମାତୃ ବିୟୋଗ

February 14, 2026

ବାଲୁଗାଁରେ ମାତିଲେ ଲୁଟେରା ଗ୍ୟାଙ୍ଗ: ୫ ଟି ସ୍ଥାନରୁ ୮ ମନ୍ଦିରରୁ ସିରିଜ ଲୁଟ

February 14, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026
Latest News

ଆର୍ଯ୍ୟ ସମାଜ ପକ୍ଷରୁ ମହର୍ଷି ଦୟାନନ୍ଦ ଋଷିବୋଧ ଉତ୍ସବ ପାଳିତ

February 15, 2026

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ୬୧ ରନରେ ଜିତିଲା ଟିମ ଇଣ୍ଡିଆ

February 15, 2026

ମହାଶିବରାତ୍ରୀ: ନିର୍ଦ୍ଧାରିତ ସମୟ ପୂର୍ବରୁ ଉଠିଲା ପ୍ରଭୃ ଲିଙ୍ଗରାଜଙ୍କ ମହାଦୀପ 

February 15, 2026

ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଆଉ ନାହାଁନ୍ତି, ମହାଶିବରାତ୍ରୀରେ ପରଲୋକ

February 15, 2026

ଇଶାନ କିଶାନଙ୍କ ବିସ୍ଫୋରକ ବ୍ୟାଟିଂ: ପାକିସ୍ତାନକୁ ୧୭୬ ରନର ଟାର୍ଗେଟ ଦେଲା ଭାରତ

February 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.