Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତିଙ୍କ ନୟାଗଡ଼ ଜ଼ିଲ୍ଲାର ବିଭିନ୍ନ ଧାନ ମଣ୍ଡି ପରିଦର୍ଶନ
ଆଜିର ଖବର

ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତିଙ୍କ ନୟାଗଡ଼ ଜ଼ିଲ୍ଲାର ବିଭିନ୍ନ ଧାନ ମଣ୍ଡି ପରିଦର୍ଶନ

February 16, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଓ ନୂଆଗାଁ ବ୍ଲକ ଅନ୍ତର୍ଗତ ସୁନାମୁହିଁ, ବେରୁଆବାରି, ବାହାଡ଼ାଝୋଲା ଓ ହରିପୁର ପ୍ରଭୃତି ଧାନମଣ୍ଡିକୁ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶ୍ଵର ସାହୁ ପରିଦର୍ଶନ କରିବା ସହିତ ଚାଷୀମାନଙ୍କ ସହ ଆଲୋଚନା କରିଥିଲେ। ଧାନମଣ୍ଡି ପରିଦର୍ଶନ ସମୟରେ ଧାନ କୁଇଣ୍ଟାଲ ପ୍ରତି ୩୧୦୦ ଟଙ୍କା କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଉପସ୍ଥିତ ଚାଷୀମାନେ ଧନ୍ୟବାଦ ଜଣାଇବା ସହିତ କୃତଜ୍ଞତା ଜଣାଇଥିଲେ।

ମୋହନ ଚରଣ ମାଝୀ ସରକାର ଓଡ଼ିଶାରେ ଧାନ କିଣା କାରବାର ସ୍ବଚ୍ଛତା ଓ ଶୃଙ୍ଖଳିତ ଭାବେ କରିବା ପାଇଁ ବ୍ୟାପକ ବ୍ୟବସ୍ଥା କରିଛନ୍ତି। ଯେଉଁମାନେ ଧାନ କିଣା କାରବାରରେ ବିଶୃଙ୍ଖଳା ଓ ଅସାଧୁ ଉପାୟ ଅବଲମ୍ବନ କରିବେ ସେମାନଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାଜ୍ୟ ସଭାପତି ଶ୍ରୀ ସାହୁ ଚେତାବନୀ ଦେଇଛନ୍ତି। ଯେଉଁଠାରେ ଧାନ କିଣା କାରବାରରେ ଅଭିଯୋଗ ଆସୁଛି ରାଜ୍ୟ ସରକାର ତୁରନ୍ତ ପଦକ୍ଷେପ ଗ୍ରହଣ କରୁଛନ୍ତି।

ନୟାଗଡ଼ ଜିଲ୍ଲା ଧାନମଣ୍ଡି ପରିଦର୍ଶନ ସମୟରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହୋଇଥିଲା। ଧାନମଣ୍ଡିମାନଙ୍କରେ ଚାଷୀମାନଙ୍କ ବିଶ୍ରାମ ନେବା ପାଇଁ କୌଣସି ବ୍ୟବସ୍ଥା ନଥିବା, ପିଇବା ପାଣିର ବ୍ୟବସ୍ଥା ନଥିବା, ଶୌଚ ହେବା ପାଇଁ ପାଇଖାନା ନଥିବା ଦେଖିବାକୁ ମିଳିଥିଲା। ଧାନକୁ ସୁରକ୍ଷିତ ରଖିବା ପାଇଁ ପଲିଥିନର ବ୍ୟବସ୍ଥା ନଥିବାର ରାଜ୍ୟ ସଭାପତି ଶ୍ରୀ ସାହୁ ପରିଦର୍ଶନ ସମୟରେ ଦେଖିବାକୁ ପାଇଥିଲେ।

ରାଇସ୍ ମିଲ୍‌କୁ ଧାନ ନେଦେବାକୁ ଧାନମଣ୍ଡି ଅଧିକାରୀମାନେ ଚାଷୀମାନଙ୍କୁ ବାଧ୍ୟ କରୁଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଦୀର୍ଘ ଦିନ ଧରି ଧାନମଣ୍ଡିରେ ଧାନ ଦେବାକୁ ଚାଷୀ ଅପେକ୍ଷା କରି ରହିଥିଲେ ସୁଦ୍ଧା ଚାଷୀମାନଙ୍କଠାରୁ ଧାନ ନିଆଯାଉନଥିବା ମଧ୍ୟ ଚାଷୀମାନେ ଅଭିଯୋଗ କରିଥିଲେ। ଚାଷୀମାନଙ୍କୁ ବସ୍ତା ଦିଆଯାଉ ନଥିବା ଚାଷୀମାନେ ଅଭିଯୋଗ କରିଥିଲେ। ଧାନର ମାନ ପରୀକ୍ଷା କରାନଯାଇ କଟୁନିଛଟନି କରାଯାଉଥିବା ଚାଷୀମାନେ ରାଜ୍ୟ ସଭାପତି ଶ୍ରୀ ସାହୁଙ୍କୁ ଅଭିଯୋଗ କରିଥିଲେ।

ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ସାହୁଙ୍କ ନେତୃତ୍ୱରେ ଏକ ପ୍ରତିନିଧ ଦଳ ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କୁ ଭେଟି ଜିଲ୍ଲାର ଧାନ କିଣା କାରବାର ଓ ଧାନମଣ୍ଡି ସମସ୍ୟା ଉପରେ ଆଲୋଚନା କରିଥିଲେ ଏବଂ ଏହାର ପ୍ରତିକାର ପାଇଁ ପରାମର୍ଶ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଂପାଦକ ପ୍ରଶାନ୍ତ କୁମାର ସ୍ବାଇଁ, ରାଜ୍ୟ ସଂଯୋଜକ ଡ.ଜଗନ୍ନାଥ ମହାପାତ୍ର, ବିଜେପି କୃଷକ ମୋର୍ଚ୍ଚା ନୟାଗଡ଼ ଜିଲ୍ଲା ସଭାପତି ଶ୍ରୀନିବାସ ପ୍ରଧାନ,ବିଜେପି ରାଜ୍ୟ କାର୍ଯ୍ୟକରିଣୀ ସଦସ୍ୟ ସନ୍ତୋଷ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

କୃଷକ ମୋର୍ଚ୍ଚା ନୟାଗଡ଼ ଜିଲ୍ଲା ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026

୧୫ ଅକ୍ଟୋବର ଶେଷ ତାରିଖ: PF ଜମାରେ ବିଳମ୍ବ କଲେ କମ୍ପାନୀ ଉପରେ ଲାଗିବ ସୁଧ ଓ ଜରିମାନା, ଜାଣନ୍ତୁ ECR ନିୟମ

October 11, 2026

ସିଏସ୍‌ଆର୍ ଓ ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟର ସମୀକ୍ଷା କଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

October 11, 2026
Latest News

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026

ପ୍ରେସକ୍ରିପସନ୍ ଔଷଧ ବିଜ୍ଞାପନ ଉପରେ କେନ୍ଦ୍ରର କଟକଣା! ଅନୁମତି ବିନା ପ୍ରଚାର କଲେ ଅଡୁଆରେ ପଡ଼ିପାରନ୍ତି ଔଷଧ ବ୍ୟବସାୟୀ

October 11, 2026

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026

୧୫ ଅକ୍ଟୋବର ଶେଷ ତାରିଖ: PF ଜମାରେ ବିଳମ୍ବ କଲେ କମ୍ପାନୀ ଉପରେ ଲାଗିବ ସୁଧ ଓ ଜରିମାନା, ଜାଣନ୍ତୁ ECR ନିୟମ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.