
ବାଣପୁର: ବାଣପୁର ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ସାନହନ୍ତୁଆଡ ଠାରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଏଇ ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗଙ୍ଗାଧର ମହାପାତ୍ରଙ୍କ ସଭାପତିତ୍ୱରେ ଜଗନ୍ନାଥ ସଂସ୍କୃତି ତଥା ଐତିହାସିକ ଶ୍ରୀମାନ ମଦନ ମୋହନ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ର ଛାତ୍ରୀମାନଙ୍କୁ ଏଇ ଦିବସର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ।
ବିଦ୍ୟାଳୟରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତା ବକୃତା, ରଚନା ଚିତ୍ରାଙ୍କନ ରେ କୃତି ପ୍ରତିଯୋଗୀ ମାନଙ୍କୁ ପ୍ରମାଣ ପତ୍ର ସହ ପାଠ୍ୟ ଉପକରଣ ପ୍ରଦାନ କରାଯାଇଥିଲା। ବିଦ୍ୟାଳୟର ଶିକ୍ଷୟତ୍ରୀ ଅପରାଜିତା ମିଶ୍ର ଧନ୍ୟବାଦ ଅର୍ପଣ କରିବା ସହ ଶିକ୍ଷକ ହରଷ ଦାସ, ପ୍ରମିଳା ଦେଇ କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ।