Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏଥର ରଥଯାତ୍ରାରେ ୩୪୩ ସ୍ଥାନରେ ଲାଗିବ ସିସିଟିଭି, ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ
ବିଶେଷ ଖବର

ଏଥର ରଥଯାତ୍ରାରେ ୩୪୩ ସ୍ଥାନରେ ଲାଗିବ ସିସିଟିଭି, ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ

February 26, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଏଥର ରଥଯାତ୍ରାରେ ୩୪୩ ସ୍ଥାନରେ ଲାଗିବ ସିସିଟିଭି, ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ

ଭୁବନେଶ୍ବର: ଆଗାମୀ ପୁରୀ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା-୨୦୨୫କୁ ଦୃଷ୍ଟିରେ ରଖି ଏକ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।

ବୈଠକରେ ରାଜ୍ୟ ଗୃହ (ସ୍ୱରାଷ୍ଟ୍ର) ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ରାଜ୍ୟ ପୁଲିସ ମହା ନିର୍ଦ୍ଦେଶକ ଶ୍ରୀ ଓ୍ୱାଇ.ବି ଖୁରାନିଆଙ୍କ ସମେତ ପୁରୀ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ, ପୁରୀ ଏବଂ ରାଜ୍ୟ ପୁଲିସ ପ୍ରଶାସନର ଅନ୍ୟ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ବୈଠକରେ ବିଶେଷ କରି ଆଗାମୀ ରଥଯାତ୍ରା ପରିପ୍ରେକ୍ଷୀରେ ସମ୍ଭାବ୍ୟ ଜନଗହଳି ଓ ଭିଡ଼ ନିୟନ୍ତ୍ରଣକୁ ଦୃଷ୍ଟିରେ ଏହାର ସୁପରିଚାଳନା ଓ ସୁବ୍ୟବସ୍ଥା ନିମନ୍ତେ ପ୍ରସ୍ତୁତି ନେଇ  ଆଲୋଚନା କରାଯାଇଥିଲା ।

ପୁରୀ ଏକ ପ୍ରମୁଖ ଧାର୍ମିକ ଓ ପର୍ଯ୍ୟଟନସ୍ଥଳୀ ହୋଇଥିବାରୁ ରଥଯାତ୍ରା ସମେତ ଅନ୍ୟ ସମୟରେ ମଧ୍ୟ ବର୍ଷସାରା ବହୁ ସଂଖ୍ୟାରେ ଜନସାଧାରଣ ଓ ପର୍ଯ୍ୟଟକଙ୍କର ଆଗମନ  ହୋଇଥାଏ। ଶ୍ରୀଜଗନ୍ନାଥ ମନ୍ଦିର, ପୁରୀ ବଡଦାଣ୍ଡ  ଏବଂ ପୁରୀ ବେଳାଭୂମିରେ ନିୟମିତ ଭାବେ ଭିଡ଼ ଦେଖାଦେଇଥାଏ।

ରଥଯାତ୍ରା ସମୟରେ ଶ୍ରୀଗୁଣ୍ଡିଚା ମନ୍ଦିରରେ ମଧ୍ୟ ଭିଡ଼ ପରିଲକ୍ଷିତ ହୋଇଥାଏ। ତେଣୁ ଟ୍ରାଫିକ ପରିଚାଳନା ଓ ଭିଡ଼ ନିୟନ୍ତ୍ରଣ କରିବା, ଅପରାଧ ରୋକିବା ଓ ଆଇନଶୃଙ୍ଖଳା ପରିଚାଳନା ପାଇଁ ରିୟଲ ଟାଇମ ମନିଟରିଂ ଦୃଷ୍ଟିରୁ ପୁରୀକୁ ସଂଯୋଗ କରୁଥିବା ରାସ୍ତା, ପୁରୀ ସହର, ବଡ଼ଦାଣ୍ଡ ଓ ପୁରୀ ବେଳାଭୂମି ଆଦି ପ୍ରମୁଖ  ୩୪୩ ସ୍ଥାନରେ ସିସିଟିଭି ସ୍ଥାପନ ପାଇଁ ପୁଲିସ ପ୍ରଶାସନ ତରଫରୁ ପ୍ରସ୍ତାବ ଦିଆଯାଇଛି।

ତନ୍ମଧ୍ୟରେ ଉତ୍ତରା ଛକରୁ  ମାଳତୀପାଟପୁର , ପୁରୀ ଗ୍ରୀଡ୍ ଷ୍ଟେସନରୁ କୋଣାର୍କ, ବାଲିଘାଇରୁ ନିମାପଡ଼ା, ମଙ୍ଗଳାଘାଟରୁ ସାତପଡ଼ା,  ମାଳତିପାଟପୁରରୁ ମଙ୍ଗଳାଘାଟ, ମଙ୍ଗଳାଘାଟରୁ ବଡଦାଣ୍ଡ, ପୁରୀ ବଡ଼ଦାଣ୍ଡ, ବଡ଼ଦାଣ୍ତରୁ ସମୁଦ୍ରକୂଳ, ସମୁଦ୍ର  କୂଳ ଅଂଚଳ, ବଡଦାଣ୍ଡରୁ ଗ୍ରୀଡ୍ ଷ୍ଟେସନ, ପାର୍କିଂ ସ୍ଥଳ, ବସ୍ ଷ୍ଟାଣ୍ଡ ଓ ରେଳ ଷ୍ଟେସନ ସହିତ  ପୁରୀ ସହରର ଗଳି  ଓ ଉପଗଳି ଆଦିରେ ବିଭିନ୍ନ ସ୍ଥାନରେ ଏହି ସମସ୍ତ ସିସିଟିଭି ଲଗାଯିବା ପାଇଁ ପ୍ରସ୍ତାବ ରଖାଯାଇଛି। ଏଥି ପାଇଁ ଭିତ୍ତିଭୂମି ଓ ବୈଷୟିକ  ଆବଶ୍ୟକତା ସଂପର୍କରେ ବୈଠକରେ ଆଲୋଚନା କରାଯାଇଥିଲା।

ଆମର ସିସିଟିଭି ବ୍ୟବସ୍ଥା ଯେପରି ଜାତୀୟସ୍ତରୀୟ ହେବ,  ସେଥିପ୍ରତି ଭିତ୍ତିଭୂମି ପ୍ରସ୍ତୁତି ଓ  ବୈଷୟିକ ଜ୍ଞାନ କୌଶଳର ଉପଯୋଗ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇଛନ୍ତି । ଏଥି ସହିତ ରଥଯାତ୍ରା ପରିଚାଳନା ସଂପର୍କିତ ସମସ୍ତ କାର୍ଯ୍ୟ ପ୍ରସ୍ତୁତି ପାଇଁ ମାନବ ପରିଚାଳନା ପଦ୍ଧତି (ଏସ.ଓ.ପି) ପ୍ରସ୍ତୁତି କରିବାକୁ ପୁଲିସ ପ୍ରଶାସନ ଓ ପୁରୀ ଜିଲ୍ଲାପାଳଙ୍କୁ   ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ନିର୍ଦ୍ଦେଶ  ଦେଇଛନ୍ତି ।

ବୈଠକରେ ଆଗାମୀ ରଥଯାତ୍ରା-୨୦୨୫ ପରିପ୍ରେକ୍ଷୀରେ ସମନ୍ୱିତ କମାଣ୍ଡ କଣ୍ଟ୍ରୋଲ ସେଣ୍ଟର ପରିଚାଳନା କେନ୍ଦ୍ର କାର୍ଯ୍ୟ କରିବ। ବିଭିନ୍ନ ବିଭାଗର ଅଧିକାରୀମାନେ ସେହି ନିୟନ୍ତ୍ରଣ କକ୍ଷରେ ରହି ବିଭାଗ ସମ୍ପର୍କିତ କାର୍ଯ୍ୟ ପରିଚାଳନା କରିବେ। ସିସିଟିଭି ସ୍ଥାପନ ଓ ସମନ୍ୱିତ କମାଣ୍ଡ କଣ୍ଟ୍ରୋଲ ସେଣ୍ଟର ଦ୍ୱାରା ସୁରକ୍ଷା,ଅପରାଧ ନିୟନ୍ତ୍ରଣ, ଭିଡ଼ ନିୟନ୍ତ୍ରଣ, ଆକସ୍ମିକ ଦୁର୍ଘଟଣା ଘଟିଲେ ଠିକ୍‌ ସମୟରେ ତ୍ୱରିତ ପଦକ୍ଷେପ ନିଆଯିବା ସହ ସମ୍ଭାବ୍ୟ ବିପର୍ଯ୍ୟୟ ପରିଚାଳନା ଓ ଜରୁରୀ କାଳୀନ ପଦକ୍ଷେପ ନିଆଯାଇପାରିବ।

ପୁରୀ ଜିଲ୍ଲାପାଳ ଓ  ଜିଲ୍ଲା  ଆରକ୍ଷୀ ଅଧିକ୍ଷକ ଗତ ୨୦୨୪ ବର୍ଷ ରଥଯାତ୍ରାରେ ପୁରୀରେ ଗହଳି ଓ ଭିଡ଼ ନିୟନ୍ତ୍ରଣ ପାଇଁ ନିଆଯାଇଥିବା ପଦକ୍ଷେପ ଏବଂ ପୂର୍ବ ଅନୂଭୂତି ଉପସ୍ଥାପନା କରିବା ସହିତ ଓ ଆଗାମୀ ୨୦୨୫ ରଥଯାତ୍ରା ପାଇଁ ପ୍ରସ୍ତୁତି ସଂପର୍କରେ ତଥ୍ୟ ରଖିଥିଲେ। ଉପସ୍ଥିତ ବରିଷ୍ଠ ପଦାଧିକାରୀମାନେ ମଧ୍ୟ ଆଗାମୀ ଶୃଙ୍ଖଳିତ ରଥଯାତ୍ରା ପ୍ରସ୍ତୁତି ନେଇ ନିଜ ନିଜର ସୁଚିନ୍ତିତ ମତ ଦେଇଥିଲେ। ବୈଠକରେ ସମନ୍ୱିତ ଡାକବାଜି ଯନ୍ତ୍ର ବ୍ୟବସ୍ଥା କରାଯିବା ଉପରେ ଗୁରୁତ୍ୱ ଦିଆଯାଇଛି।

ପ୍ରକାଶ ଥାଉକି, ଚଳିତ ବର୍ଷ ଦେବସ୍ନାନ ପୂର୍ଣ୍ଣିମା ଜୁନ୍‌ ୧୧, ଶ୍ରୀଗୁଣ୍ଡିଚା ଯାତ୍ରା ଜୁନ୍‌ ୨୭,  ବାହୁଡା ଯାତ୍ରା ଜୁଲାଇ ୫ ଓ  ସୁନାବେଶ ଜୁଲାଇ ୬ ତାରିଖରେ ଅନୁଷ୍ଠିତ ହେବ ।  ତେବେ ଚନ୍ଦନ ଯାତ୍ରା ଠାରୁ ଆରମ୍ଭ କରି ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ  ରଥଯାତ୍ରା ସମୟର ସମେତ  କାର୍ଯ୍ୟକ୍ରମକୁ  ସବୁ ବିଭାଗର ସମନ୍ୱୟରେ ଯେପରି ଶୃଙ୍ଖଳିତ ଭାବେ  ଅନୁଷ୍ଠିତ ହେବ, ସେଥି ପ୍ରତି  ସ୍ୱତନ୍ତ୍ର ଦୃଷ୍ଟି ରଖିବ ବୋଲି ଗୃହ ବିଭାଗ  ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସାହୁ ପ୍ରକାଶ କରିଛନ୍ତି ।

ପୁଲିସ ମହାନିର୍ଦ୍ଦେଶକ  ଶ୍ରୀ ଖୁରାନିଆ କହିଛନ୍ତି ଯେ, ଲୋକମାନଙ୍କ ଧାର୍ମିକ ଭାବନା  ବୃଦ୍ଧି ପାଉଛି ।  ଆଗାମୀ ରଥଯାତ୍ରାରେ ଗତ ବର୍ଷ ଅପେକ୍ଷା ଅଧିକ ଜନଗହଳି  ଆଶା କରାଯାଉଛି। ଏଥି ପାଇଁ ଏବେଠାରୁ ଯଥେଷ୍ଟ ପ୍ରସ୍ତୁତି କରିବାର  ଆବଶ୍ୟକତା ରହିଛି। ବୈଠକରେ ମଧ୍ୟ ଯାନବାହନ ପରିଚାଳନା ଓ ପାର୍କିଂ ବ୍ୟବସ୍ଥା ଆଦି ସଂପର୍କରେ ଆଲୋଚନା କରାଯାଇଥିଲା।

RathYatra2025 ପୁରୀ ମୁଖ୍ୟଶାସନ ସଚିବ ରଥଯାତ୍ରା ରଥଯାତ୍ରା2025
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ପୋଲିସ ବୃତ୍ତିଗତ ପ୍ରତିଯୋଗିତା: ଉଦଯାପନୀ ଉତ୍ସବରେ ଯୋଗଦେଲେ ଆଇନ ମନ୍ତ୍ରୀ

October 19, 2025

ବିପୁଳ ପରିମାଣରେ ବେଆଇନ ବାଣ ଜବତ କଲା ବାଣପୁର ପୋଲିସ

October 19, 2025

“୫୦୦ ବର୍ଷର ଅପମାନ ଏବଂ ସଂଘର୍ଷ ପରେ ବିଶ୍ୱାସର ବିଜୟ”: ଦୀପୋତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗୀ

October 19, 2025

ଅନ୍ତ୍ୟୋଦୟ ଗୃହ ଯୋଜନା: ହିତାଧିକାରୀଙ୍କୁ ପ୍ରଥମ କିସ୍ତିର ୪୦ ହଜାର ଟଙ୍କା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

October 19, 2025
Latest News

ରାଜ୍ୟ ପୋଲିସ ବୃତ୍ତିଗତ ପ୍ରତିଯୋଗିତା: ଉଦଯାପନୀ ଉତ୍ସବରେ ଯୋଗଦେଲେ ଆଇନ ମନ୍ତ୍ରୀ

October 19, 2025

‘ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ

October 19, 2025

ଇସ୍ତଫା ଦେବେ ଅଜିତ ଅଗରକର, ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା ହେବେ କି ରବି ଶାସ୍ତ୍ରୀ?

October 19, 2025

ବିପୁଳ ପରିମାଣରେ ବେଆଇନ ବାଣ ଜବତ କଲା ବାଣପୁର ପୋଲିସ

October 19, 2025

ଭାରତୀୟମାନଙ୍କୁ କାହିଁକି ବଳପୂର୍ବକ ବିତାଡ଼ିତ କରୁଛନ୍ତି କାନାଡା ସରକାର?: ପ୍ରଧାନମନ୍ତ୍ରୀଙ୍କ ବଡ଼ ଖୁଲାସା

October 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.