Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଚଳିତ ବର୍ଷରେ ଅନ୍ୟୁନ 85 ପ୍ରତିଶତ ଖର୍ଚ୍ଚ କରିବାକୁ ପରାମର୍ଶ
ଜାତୀୟ ଖବର

ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଚଳିତ ବର୍ଷରେ ଅନ୍ୟୁନ 85 ପ୍ରତିଶତ ଖର୍ଚ୍ଚ କରିବାକୁ ପରାମର୍ଶ

February 27, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଭିନ୍ନ ବିଭାଗର ଖର୍ଚ୍ଚ
ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଚଳିତ ବର୍ଷରେ ଅନ୍ୟୁନ 85 ପ୍ରତିଶତ ଖର୍ଚ୍ଚ କରିବାକୁ ପରାମର୍ଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା (2024-25) ସମୁଦାୟ ଖର୍ଚ୍ଚ ପରିମାଣ ଅନ୍ୟୁନ 85 ପ୍ରତିଶତ କରିବାକୁ ପରାମର୍ଶ ଦେଇଛନ୍ତି । 2023-24 ଆର୍ଥିକ ବର୍ଷରେ ସମୁଦାୟ ଖର୍ଚ୍ଚ ପରିମାଣ ମୋଟ ବଜେଟର 81 ପ୍ରତିଶତ ଥିଲା ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚଳିତ ବର୍ଷ ନିର୍ବାଚନ, ନୂଆ ସରକାରଙ୍କ ଦାୟିତ୍ୱ ଗ୍ରହଣ ଏବଂ ସଂପୂର୍ଣ୍ଣ ବଜେଟ ସେପ୍ଟେମ୍ୱର ମାସରେ ହୋଇଥିବାରୁ ଖର୍ଚ୍ଚ ହେବାରେ ସମସ୍ୟା ରହିଥିଲା । ସେ ଦୃଷ୍ଟିରୁ ବର୍ତ୍ତମାନ ସୁଦ୍ଧା ଅନେକ ବିଭାଗର ଖର୍ଚ୍ଚ ପରିମାଣ ସନ୍ତୋଷଜନକ ରହିଛି । ତେବେ ଆଉ ଯେଉଁ ଗୋଟିଏ ମାସ ସମୟ ରହିଲା, ତାକୁ ସଂପୂର୍ଣ୍ଣ ଉପଯୋଗ କରି ବଜେଟର ଅନ୍ୟୁନ 85 ପ୍ରତିଶତ ଖର୍ଚ୍ଚ କରିବାକୁ ସେ କହିଥିଲେ।

ମନ୍ତ୍ରୀ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବିଭାଗୀୟ ମନ୍ତ୍ରୀ ମାନେ ଯେଉଁସବୁ ଖର୍ଚ୍ଚ ପ୍ରସ୍ତାବ ଅଛି (Expenditure Proposal), ତାକୁ ତୁରନ୍ତ ଅନୁଧ୍ୟାନ କରି ଆବଶ୍ୟକ ଅନୁମୋଦନ କରିବା ଉଚିତ । ବିଭିନ୍ନ କଲ୍ୟାଣ ଯୋଜନାରେ ଯେଉଁସବୁ ଦେୟ ପ୍ରଦାନ ବାକି ରହିଛି, ସେଗୁଡିକୁ ମଧ୍ୟ ନିୟମାନୁଯାୟୀ ତୁରନ୍ତ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କାର୍ଯ୍ୟକ୍ରମ ବ୍ୟୟ (Programme Expenditure) ଓ ପୁଞ୍ଜି ବ୍ୟୟ (Capital Expenditure) ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଏହାଦ୍ୱାରା ରୋଜଗାର ସୃଷ୍ଟି ହୁଏ ଓ ଅଭିବୃଦ୍ଧିରେ ଉନ୍ନତି ଆସେ। ଓଡିଶା ନିଜ ଘରୋଇ ଉତ୍ପାଦ (GSDP)ର 6.1 ପ୍ରତିଶତ ପୁଞ୍ଜି ବ୍ୟୟ ବରାଦ କରିଛି । ସାରା ଦେଶରେ ଏହା ସବୁଠାରୁ ଅଧିକ। ଆମର ଲକ୍ଷ୍ୟ ହେଉଛି, କୃଷିଭିତ୍ତିକ ଅର୍ଥନୀତି ସହିତ ଅନ୍ୟାନ୍ୟ କ୍ଷେତ୍ରରେ ଅର୍ଥନୈତିକ କାର୍ଯ୍ୟକଳାପ ବୃଦ୍ଧି କରିବା। ଏଥିପାଇଁ ଭିତ୍ତିଭୂମିର ବ୍ୟାପକ ବିକାଶ ଆବଶ୍ୟକ।

ତେଣୁ ଏ କ୍ଷେତ୍ରରେ ମଧ୍ୟ ବ୍ୟାପକ ବିନିଯୋଗ ହେବା ଜରୁରୀ। ଲୋକଙ୍କ ସରକାର, ଲୋକଙ୍କ ବଜେଟ ପ୍ରସ୍ତୁତ କରିଛି । ଏସବୁ ଲୋକଙ୍କ ପାଇଁ ଯେପରି ଖର୍ଚ୍ଚ ହେବ, ସେଥିପାଇଁ ପ୍ରଶାସନ ଅଧିକ ଗୁରୁତ୍ୱ ଦେବା ଆବଶ୍ୟକ।

ବୈଠକରୁ ଜଣାଯାଇଥିଲା ଯେ କୃଷି, ମତ୍ସ୍ୟ ଓ ପ୍ରାଣୀସଂପଦ, ସ୍ୱାସ୍ଥ୍ୟ, ଜଳସଂପଦ, ପୂର୍ତ୍ତ, ଭିନ୍ନକ୍ଷମ ଓ ସାମାଜିକ ନ୍ୟାୟ ବିଭାଗ, ଯୋଗାଣ ବିଭାଗ ଏବଂ ସମବାୟ ବିଭାଗ ଆଦି ବିଭାଗ ଗୁଡିକର ଖର୍ଚ୍ଚ ଅପେକ୍ଷାକୃତ ଭଲ ରହିଛି । ଅନ୍ୟ ବିଭାଗ ଗୁଡିକ ମଧ୍ୟ ଖର୍ଚ୍ଚ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ତଥା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ଏବଂ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ପରିବହନ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ ପ୍ରାଣୀସଂପଦ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରମୁଖ ସମୀକ୍ଷାରେ ଅଂଶଗ୍ରହଣ କରିଥିଲେ ।

ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଓ ଶାସନ ସଚିବ ମାନେ ଉପସ୍ଥିତ ଥିଲେ । ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ବିଭିନ୍ନ ବିଭାଗର ଖର୍ଚ୍ଚ ସଂପର୍କରେ ଉପସ୍ଥାପନା ରଖିଥିଲେ।

budget ବଜେଟ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.