ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ସମୟରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟଣାରେ  ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ସହାୟତା ଘୋଷଣା

Published: Mar 4, 2025, 1:17 pm IST

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ୍ ଷ୍ଟକ ଇନ୍‌ସ୍ପେକ୍ଟର ପଦବୀ ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡର ପ୍ରବୀଣ କୁମାର ପଣ୍ଡାଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

ଏହା ସହିତ ମୁଖ୍ୟମନ୍ତ୍ରୀ ଏହି ଦୁଇ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବ।

Related posts