Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଭିନ୍ନ କ୍ଷେତ୍ରରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ୧୮ ଜଣ ମହିଳା ରେଳ କର୍ମଚାରୀ ସମ୍ମାନିତ
ଆଜିର ଖବର

ବିଭିନ୍ନ କ୍ଷେତ୍ରରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ୧୮ ଜଣ ମହିଳା ରେଳ କର୍ମଚାରୀ ସମ୍ମାନିତ

March 8, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ପୂର୍ବତଟ ରେଳପଥ ଦ୍ୱାରା ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଂଗଠନ (ଇକୋରୋ) ସହ ମିଳିତ ଭାବେ ଭୁବନେଶ୍ୱରର ରେଳ ଅଡିଟୋରିୟମ୍‌ରେ ଆନ୍ତର୍ଜାତୀୟ ମହିଳା ଦିବସ 2025 ପାଳନ କରାଯାଇଥିଲା।

ଏହି ଅବସରରେ ମହିଳା ରେଳ କର୍ମଚାରୀମାନଙ୍କୁ ସମ୍ବୋଧିତ କରି ଇକୋରୋ ସଭାପତି କବିତା ଫୁଙ୍କୱାଲ୍ ଗୁରୁତ୍ୱାରୋପ କରି କହିଛନ୍ତି ଯେ ପ୍ରତ୍ୟେକ ମହିଳା ନିଜ ଅନ୍ତର୍ନିହିତ ଶକ୍ତିକୁ ଚିହ୍ନିବା, ବିଭିନ୍ନ ଆହ୍ୱାନକୁ ଦୂର କରିବା ଏବଂ ନିଜ ଅନ୍ତର୍ନିହିତ ପ୍ରତିଭା ପ୍ରଦର୍ଶନ କରିବା ସହିତ ନିଜ ଲକ୍ଷ୍ୟ ହାସଲ କରିବାକୁ ଚେଷ୍ଟା କରିବା ଉଚିତ।

ଶ୍ରୀମତୀ ଫୁଙ୍କୱାଲ୍ ମଧ୍ୟ ରେଳପଥ ମହିଳା କର୍ମଚାରୀମାନଙ୍କୁ ସେମାନଙ୍କର ଉତ୍କୃଷ୍ଟ ଓ ଅସାଧାରଣ ଅବଦାନ ପାଇଁ ସମ୍ମାନିତ କରିଥିଲେ। ଏହି ଅବସରରେ, ଖୋର୍ଦ୍ଧା ରୋଡ ମଣ୍ଡଳର ମଣ୍ଡଳ ସ୍ୱାସ୍ଥ୍ୟ ଅଧିକାରୀ ଡକ୍ଟର ପି. ଭରଲକ୍ଷ୍ମୀ ମହିଳାମାନଙ୍କ ମଧ୍ୟରେ ଥିବା ସାଧାରଣ ସ୍ତ୍ରୀ ରୋଗ ସ୍ୱାସ୍ଥ୍ୟ ସମସ୍ୟା ବିଷୟରେ ଆଲୋକପାତ କରିଥିଲେ । ଏହା ସହିତ, ବିଶାଖାପାଟଣାର ଷ୍ଟେସନ ସୁପରିଣ୍ଟେଣ୍ଡେଣ୍ଟ ଶ୍ରୀମତୀ ଆଲା ଅରୁଣାଶ୍ରୀ ରେଳ ପରିଚାଳନାର ବିଭିନ୍ନ ଦିଗରେ ମହିଳାମାନଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ଉପରେ ଆଲୋକପାତ କରି ଭାରତୀୟ ରେଳପଥକୁ ପରିବର୍ତ୍ତନ କରିବାରେ ସେମାନଙ୍କୁ ଯୋଦ୍ଧା ଭାବରେ ବର୍ଣ୍ଣନା କରିଥିଲେ।

ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୋଟ 28 ଜଣ ମହିଳା ରେଳ କର୍ମଚାରୀଙ୍କୁ ସମ୍ମାନିତ କରାଯାଇଥିଲା, ଯେଉଁଥିରେ ଅନ୍ତର୍ଭୁକ୍ତ:

▪ ବିଭିନ୍ନ କ୍ଷେତ୍ରରେ ଅସାଧାରଣ ଓ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ 18 ଜଣ ମହିଳା ରେଳ କର୍ମଚାରୀଙ୍କୁ ସମ୍ମାନିତ କରାଯାଇଥିଲା।

▪ କବିତା ପାଠ, ରଙ୍ଗୋଲି ଏବଂ ପୂଜା ଥାଳି ସାଜସଜ୍ଜା ଇତ୍ୟାଦି ବିଭିନ୍ନ ପ୍ରତିଯୋଗିତାରେ ଉତ୍କର୍ଷତା ପାଇଁ 10 ଜଣ ମହିଳା ରେଳ କର୍ମଚାରୀଙ୍କୁ ପୁରସ୍କୃତ କରାଯାଇଥିଲା।

ଖୋର୍ଦ୍ଧା ରୋଡ, ୱାଲଟିୟର, ରାୟଗଡା ଏବଂ ସମ୍ବଲପୁର ରେଳ ମଣ୍ଡଳ ମୁଖ୍ୟାଳୟ ସହ ରେଳପଥର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଷ୍ଟେସନ ମାନଙ୍କରେ ମଧ୍ୟ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇଥିଲା।

ପୂର୍ବତଟ ରେଳପଥର ମୁଖ୍ୟ କାର୍ମିକ ଅଧିକାରୀ (ସାଧାରଣ) ସୂର୍ଯ୍ୟ ପ୍ରକାଶ ଆୟୋଜିତ କାର୍ଯ୍ୟକ୍ରମର ସଂଯୋଜନା କରି ରେଳପଥରେ ମହିଳା କର୍ମଚାରୀମାନଙ୍କ ଆନ୍ତରିକ ଅବଦାନ ପାଇଁ ଅଭିନନ୍ଦନ ଜଣାଇଥିଲେ। ଏହି ଉତ୍ସବକୁ ସ୍ମରଣୀୟ କରିବା ପାଇଁ ମହିଳା ରେଳ କର୍ମଚାରୀଙ୍କ ଦ୍ୱାରା ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

ଆନ୍ତର୍ଜାତୀୟ ମହିଳା ଦିବସ ପୂର୍ବତଟ ରେଳପଥ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026
Latest News

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.