Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହିଳା ସଶକ୍ତ ହେଲେ ହିଁ ସମାଜ ଆଗକୁ ବଢ଼ିବ: ସୋଆ ଉପସଭାପତି
ଆଜିର ଖବର

ମହିଳା ସଶକ୍ତ ହେଲେ ହିଁ ସମାଜ ଆଗକୁ ବଢ଼ିବ: ସୋଆ ଉପସଭାପତି

March 9, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ କାର୍ଯ୍ୟରତ ମହିଳାମାନଙ୍କ ପକ୍ଷରୁ ଶୁକ୍ରବାର ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ସୋଆର ଉପସଭାପତି ଶାଶ୍ୱତି ଦାସ ସୋଆର ମହିଳା କର୍ମଚାରୀମାନଙ୍କୁ ଅଭିନନ୍ଦନ ଜଣାଇବା ସହ ସେମାନଙ୍କର ଉଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।

ଏହି ଅବସରରେ ଶ୍ରୀମତି ଦାସ ନିଜର ଅଭିଭାଷଣରେ କହିଛନ୍ତି ଯେ ନାରୀ ସମ୍ମାନର ଅଧିକାରିଣୀ। ଆଜି ପୁରୁଷ ସହ ସମସ୍କନ୍ଧ ହୋଇ ଉତୁଙ୍ଗ ଶିଖର ଛୁଇଁବା ସହ ଯୁଦ୍ଧ ବିମାନର ସଫଳ ଚାଳିକା ହୋଇପାରିଛି ନାରୀ। ଉଦ୍ୟୋଗ ଜଗତରେ ସଫଳତା ହାସଲ କରିବା ସହ କଳା, ଭାସ୍କର୍ଯ୍ୟ ଓ ଗବେଷଣା କ୍ଷେତ୍ରରେ ସେ ବେଶ ନିପୁଣା। ଘର ସମ୍ଭାଳିବାରେ ମଧ୍ୟ ନାରୀ ବେଶ ପାରଙ୍ଗମ ବୋଲି କହିଛନ୍ତି ଶ୍ରୀମତି ଦାସ।

ମହିଳା ସଶକ୍ତ ହେଲେ ହିଁ ସମାଜ ଆଗକୁ ବଢ଼ିବ। ନାରୀ ସଶକ୍ତୀକରଣ କ୍ଷେତ୍ରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ତା’ର ପ୍ରୟାସ ନିରବଚ୍ଛିନ୍ନ ଭାବେ ଜାରି ରଖିଛି ବୋଲି ଶ୍ରୀମତି ଦାସ କହିଛନ୍ତି।

କେବଳ ଶିକ୍ଷା କିମ୍ବା ସ୍ୱାସ୍ଥ୍ୟ କ୍ଷେତ୍ରରେ ନୁହେଁ ବରଂ ବିଭିନ୍ନ ବିଭାଗରେ ନିଜର ବହୁମୂଲ୍ୟ ଯୋଗଦାନ ଦେଇ ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ଏହି ଦୃଷ୍ଟିରୁ ସେମାନେ ବିଶ୍ୱବିଦ୍ୟାଳୟ ଓ ସାରା ରାଜ୍ୟରେ ଉଦାହରଣ ପାଲଟିଛନ୍ତି ବୋଲି ଆନନ୍ଦ ବ୍ୟକ୍ତ କରିଛନ୍ତି ସୋଆର ଉପସଭାପତି ଶ୍ରୀମତି ଦାସ।

ଏହି କାର୍ଯ୍ୟକ୍ରମରେ ଉପକୁଳପତି ପ୍ରଫେସର ନୀତା ମହାନ୍ତି, ସୋଆର କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ପ୍ରାଚୀନ୍‌ର ମୁଖ୍ୟ ପ୍ରଫେସର ଗାୟତ୍ରୀବାଳା ପଣ୍ଡା ନାରୀ ସଶକ୍ତୀକରଣ ଏବଂ ଅଧିକାର ସମ୍ପର୍କରେ ଆଲୋକପାତ କରିଥିଲେ। ନିଜ ଅନୁଭୂତି ବଖାଣି ଏହି ପ୍ରମୁଖ ମହିଳାମାନେ ଝିଅମାନଙ୍କ ସମେତ ପୁଅମାନଙ୍କୁ ମଧ୍ୟ ଉପଯୁକ୍ତ ସଂସ୍କାର ଦେବା ଉପରେ ଗୁରୁତ୍ୱାରୋପ କରିଥିଲେ।

ଏହି ଅବସରରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନ୍‌ସେସ୍‌ର ଡିନ୍ ପ୍ରଫେସର ରୁଚି ଭୂୟାଁ, ସମ୍ ନର୍ସିଂ କଲେଜର ନିର୍ଦ୍ଦେଶିକା ପ୍ରଫେସର ପ୍ରଭାତୀ ତ୍ରିପାଠୀ ଓ ଏସ୍‌ଏନ୍‌ସି -୧ର ଡିନ୍ ପ୍ରଫେସର ସସ୍ମିତା ଦାସଙ୍କ ସମେତ ବିଭିନ୍ନ ବିଭାଗୀୟ ମୁଖ୍ୟ, ପ୍ରଫେସର, ଫ୍ୟାକଲି୍ଟ. କାର୍ଯ୍ୟରତ ମହିଳା କର୍ମଚାରୀ ଏବଂ ସୁମା ରିୟଲ୍ ମିଡିଆ ପ୍ରାଇଭେଟ ଲିମିଟେଡ୍‌ର ମହିଳା ସାମ୍ବାଦିକାମାନେ ଯୋଗ ଦେଇଥିଲେ।

ସୂଚନା ଯୋଗ୍ୟ ଯେ, ସୋଆର ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ମଧ୍ୟରେ ୫୪ ପ୍ରତିଶତ ଛାତ୍ରୀ ହୋଇଥିବା ବେଳେ ବିଭିନ୍ନ ଅନୁଷ୍ଠାନର ମହିଳା ଫ୍ୟାକଲ୍ଟି ଓ କର୍ମଚାରୀଙ୍କ ସଂଖ୍ୟା ୪୨ ପ୍ରତିଶତ ମହିଳା। ସେହିପରି ୪୬ ଜଣ ମହିଳା ସୋଆର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟରତ ଅଛନ୍ତି।

ଏହି କାର୍ଯ୍ୟକ୍ରମରେ ଆଡିସ୍‌ନାଲ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ) ଆଇଟିିଆର୍ , ପ୍ରଫେସର ରେଣୁ ଶର୍ମା ସ୍ୱାଗତ ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଆନ୍ତର୍ଜାତିକ ମହିଳା ଦିବସ ଶିକ୍ଷା ଓ ଅନୁସନ୍ଧାନ ସୋଆ ଉପସଭାପତି
Share. Facebook Twitter LinkedIn Email WhatsApp Copy Link

Related Posts

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Latest News

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.