Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ତରଫରୁ ୨ ଦିନିଆ ଉତ୍ସବର ଶୁଭାରମ୍ଭ
ଆଜିର ଖବର

ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ତରଫରୁ ୨ ଦିନିଆ ଉତ୍ସବର ଶୁଭାରମ୍ଭ

March 12, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ୨ ଦିନିଆ ଉତ୍ସବର ଶୁଭାରମ୍ଭ

ଭୁବନେଶ୍ବର: ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ସାଂସ୍କୃତିକ ଓ କ୍ରୀଡ଼ା ସଂସଦ ପକ୍ଷରୁ ଆୟୋଜିତ ୨ ଦିନିଆ ବାର୍ଷିକ ସାଂସ୍କୃତିକ ଉତ୍ସବ-୨୦୨୫ ରବୀନ୍ଦ୍ର ମଣ୍ଡପ ଠାରେ ଆଜିଠାରୁ ଆରମ୍ଭ ହୋଇଛି ।

କାର୍ଯ୍ୟକ୍ରମର ଉଦଘାଟନୀ ସଂଧ୍ୟାରେ ମୁଖ୍ୟ ଅତିଥି ଭାବେ ମୁଖ୍ୟ ଶାସନ ସଚିବ ଶ୍ରୀଯୁକ୍ତ ମନୋଜ ଆହୁଜା ଯୋଗଦାନ କରି ପ୍ରଦୀପ ପ୍ରଜ୍ଜଳନ ପୂର୍ବକ ଉତ୍ସବକୁ ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମରେ ଯୋଗଦାନ ଅବସରରେ ଶ୍ରୀ ଆହୁଜା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ସାଂସ୍କୃତିକ ଓ କ୍ରୀଡା ସଂସଦର ସମସ୍ତ କର୍ମକତ୍ତା ଓ ସଦସ୍ୟମାନଙ୍କୁ ଶୁଭେଚ୍ଛା ଜଣାଇ କହିଥିଲେ ଯେ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ରାଜ୍ୟ ସରକାରଙ୍କ ଏକ ଗୁରୁତ୍ଵପୂର୍ଣ୍ଣ ବିଭାଗ।

ସରକାରଙ୍କ ବିଭିନ୍ନ କାର୍ଯ୍ୟନିୟମ, ସାଧାରଣ ସେବା ନିୟମ ଏବଂ ସର୍ତ୍ତାବଳୀ ଆଦି ସଂପର୍କରେ ସରକାରୀ ବିଭାଗଗୁଡ଼ିକୁ ପରାମର୍ଶ ଦେବା ତଥା ପ୍ରଶାସନିକ ସଂସ୍କାରରେ ବିଭାଗ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥାଏ । ବ୍ୟସ୍ତ ବହୁଳ ଜୀବନ ଶୈଳୀ ମଧ୍ୟରେ ବିଭାଗର କର୍ମଚାରୀମାନେ ସଂସଦ ମାଧ୍ୟରେ ବିଭିନ୍ନ ସାମାଜିକ, ସାଂସ୍କୃତିକ ଓ କ୍ରୀଡ଼ା ଆଦି କାର୍ଯ୍ୟକ୍ରମ ଆୟୋଜନ କରୁଥିବା ପ୍ରଶଂସନୀୟ ପଦକ୍ଷେପ ବୋଲି ସେ କହିଥିଲେ ।

ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର ଏବଂ ଅତିରିକ୍ତ ଶାସନ ସଚିବ ଶ୍ରୀ ମନୋଜ କୁମାର ମହାନ୍ତି ଯୋଗଦେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଆୟୋଜନ କରୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ଓଡ଼ିଶାର ନାଟ୍ୟ ପରମ୍ପରା, ସାମାଜିକ ଓ ସାଂସ୍କୃତିକ ଐତିହ୍ୟକୁ ବଜାୟ ରଖିବାରେ ଅନନ୍ୟ ପ୍ରୟାସ କରିଆସିଛି ବୋଲି ପ୍ରକାଶ କରିଥିଲେ ।

ବିଭାଗର ସାଂସ୍କୃତିକ ଓ କ୍ରୀଡା ସଂସଦର କାର୍ଯ୍ୟକାରୀ ସଭାପତି ଶ୍ରୀ ଅମୀୟ କୁମାର ଦାସ ସ୍ୱାଗତ ଅଭିଭାଷଣ ଦେଇଥିବା ବେଳେ ସାଧାରଣ ସମ୍ପାଦକ ଶ୍ରୀ ନୀଳକଣ୍ଠ ଶର୍ମା ସଂସଦର ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ । କ୍ରୀଡ଼ା ସଚିବ ଶ୍ରୀ ଲୋକନାଥ ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ସଭା ପରେ ପରେ ସଂସଦ ତରଫରୁ ସଂଗୀତ କାର୍ଯ୍ୟକ୍ରମ ଓ ନାଟକ “ମାୟାବୀ ସହର” ପରିବେଷଣ କରାଯାଇଥିଲା । ନାଟ୍ୟକାର ତଥା ନିର୍ଦ୍ଦେଶକ ଶ୍ରୀ ମଳୟ ରାଉତଙ୍କ ନିର୍ଦ୍ଦେଶନାରେ ସଂସଦର କଳାକାରମାନଙ୍କ ଦ୍ୱାରା ଅନୁଷ୍ଠିତ ଏହି ନାଟକକୁ ଦର୍ଶକମାନେ ଉପସ୍ଥିତ ରହି ଉପଭୋଗ କରିଥିଲେ ।

ମନୋଜ ଆହୁଜା ମୁଖ୍ୟ ଶାସନ ସଚିବ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026

ଆଜି ଜାନୁୟାରୀ ୧୦ ତାରିଖ ଶନିବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

January 10, 2026

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026
Latest News

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026

ଆଜି ଜାନୁୟାରୀ ୧୦ ତାରିଖ ଶନିବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

January 10, 2026

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.