Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯାଜପୁର ଜିଲ୍ଲାରେ ଜିଲ୍ଲା ସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ
ଆଜିର ଖବର

ଯାଜପୁର ଜିଲ୍ଲାରେ ଜିଲ୍ଲା ସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଯାଜପୁର: ସୂଚନା ଅଧିକାର ଆଇନ ୨୦୦୫ ଅଧିନିୟମର ପୂର୍ଣ୍ଣାଙ୍ଗ କର୍ଯ୍ୟନ୍ଵୟନ ଉଦ୍ଦେଶ୍ୟରେ ଯାଜପୁର ଜିଲ୍ଲା ପ୍ରଶାସନ ତରଫରୁ ଏକ ଜିଲ୍ଲା ସ୍ତରୀୟ କର୍ମଶାଳା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଠାରେ ଅନୁଷ୍ଠିତ ହୋଇଯାଇଅଛି। ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶ ଏବଂ ମାର୍ଗ ଦର୍ଶିକା ଅନୁଯାୟୀ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ଜରିଆରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

ଏହି କର୍ମଶାଳାରେ ଅଧ୍ୟକ୍ଷତା କରି ଅତିରିକ୍ତ ଜିଲ୍ଲାପାଳ ନବକ୍ରିଷ୍ଣ ଜେନା ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ସମସ୍ତ ନିୟମାବଳୀ ସମ୍ବନ୍ଧରେ ଉପସ୍ଥିତ ସମସ୍ତଙ୍କୁ ଅବଗତ କରାଇଥିଲେ। ଏଥିସହ ବିଭିନ୍ନ ବିଭାଗ ଅଧିକ କ୍ରିୟାଶୀଳ ଏବଂ ସଚେତନ ହୋଇ ସୂଚନା ଅଧିକାର ସମ୍ପର୍କିତ ଆସୁଥିବା ସମସ୍ତ ଆବେଦନଗୁଡିକର ଉତ୍ତର ନିର୍ଦ୍ଧାରିତ ସମୟ ମଧ୍ୟରେ ଦେବାକୁ ଆହ୍ୱାନ ଦେଇଥିଲେ। ଏହି କର୍ମଶାଳାରେ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅଶୋକ କୁମାର ବେହୁରିଆ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅନିରୁଦ୍ଧ ରାଉତରାୟ, ଉପ ଜିଲ୍ଲାପାଳ ଲମ୍ବୋଦର ଖୁଣ୍ଟିଆ, ଡେପୁଟି କଲେକ୍ଟର ଉପସ୍ଥିତ ରହି ସୂଚନା ଅଧିକାର ଆଇନ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ।

ଏହି କର୍ମଶାଳାରେ ବିଷୟ ବିଶାରଦ ଭାବେ ଲୁମିନସ୍ ଇନଫୋସିସର ମାଷ୍ଟର ଟ୍ରେନର ସୁନୀଲ କୁମାର ସେଠୀ ଯୋଗଦେଇ ସୂଚନା ଅଧିକାରୀମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ମଗାଯାଉଥିବା ତଥ୍ୟଗୁଡିକୁ ଠିକ୍ ସମୟରେ ପ୍ରଦାନ କରିବା ସହ ନିଜ ବିଭାଗର ତଥ୍ୟଗୁଡିକୁ ଉଭୟ ଇଂରାଜୀ ଓ ଓଡ଼ିଆ ଭାଷାରେ ସାର୍ବଜନିନ କରିବା ନିମନ୍ତେ ସେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନଙ୍କ ମନରେ ଏ ସମ୍ପର୍କିତ ଦ୍ୱନ୍ଦକୁ ସେ ଦୂର କରିଥିଲେ। ଜିଲ୍ଲାର ସମସ୍ତ ବ୍ଲକ, ତହସିଲ ତଥା ଅନ୍ୟାନ୍ୟ ବିଭାଗର ଜନ ସୂଚନା ଅଧିକାରୀମାନେ ଏହି କର୍ମଶାଳାରେ ଯୋଗ ଦେଇଥିଲେ।

ପରିଶେଷରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ ଧନ୍ୟବାଦ୍ ଅର୍ପଣ କରିଥିଲେ।

ଯାଜପୁର ସୂଚନା ଅଧିକାର ଆଇନ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Latest News

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026

ପୁଣେସ୍ଥିତ ଏଫଟିଆଇଆଇ ଏବଂ ଦୂରଦର୍ଶନ କେନ୍ଦ୍ର ପରିଦର୍ଶନ କଲେ ଚଞ୍ଚଲ କୁମାର 

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.