Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜନ୍ମ ଓ କର୍ମଭୂମିର ସଂରକ୍ଷଣ ଓ ବିକାଶ ରାଜ୍ୟ ସରକାରଙ୍କ ପ୍ରାଥମିକ ଦାୟିତ୍ୱ: ଆଇନ ମନ୍ତ୍ରୀ
ଆଜିର ଖବର

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜନ୍ମ ଓ କର୍ମଭୂମିର ସଂରକ୍ଷଣ ଓ ବିକାଶ ରାଜ୍ୟ ସରକାରଙ୍କ ପ୍ରାଥମିକ ଦାୟିତ୍ୱ: ଆଇନ ମନ୍ତ୍ରୀ

March 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୀବନୀ ଏବଂ ଆଦର୍ଶର ପଟାନ୍ତର ନାହିଁ। ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଠାରୁ ଆରମ୍ଭ କରି ସ୍ୱାଧୀନତା ସଂଗ୍ରାମ ପର୍ଯ୍ୟନ୍ତ ସବୁଠି ମଧୁସୂଦନଙ୍କ ନାମ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇରହିଛି। ଏହି ମହାନ ଯୋଗଜନ୍ମା ମହାପୁରୁଷଙ୍କ ଜନ୍ମ ଓ କର୍ମଭୂମିର ସଂରକ୍ଷଣ ଓ ବିକାଶ ରାଜ୍ୟ ସରକାରଙ୍କ ପ୍ରାଥମିକ ଦାୟିତ୍ୱ। ଏହି ଦାୟିତ୍ୱକୁ ସଠିକ୍‌ ରୂପେ ପାଳନ କରିବା ପାଇଁ ଆମ ସରକାର ସମ୍ପୂର୍ଣ୍ଣ ବଦ୍ଧପରିକର।

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜନ୍ମ ଓ କର୍ମଭୂମିର ଉନ୍ନତିକରଣ ନେଇ ଅନୁଷ୍ଠିତ ସମୀକ୍ଷା ବୈଠକରେ ଓଡ଼ିଶା ସରକାରଙ୍କ ମାନ୍ୟବର ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଅଧ୍ୟକ୍ଷତା କରି ମଧୁବାବୁଙ୍କ ଜନ୍ମଭୂମି, ଏନ୍ତୁଡ଼ିଶାଳ, ମଧୁକୋଠି, ବାଲିପୋଖରୀ ଏବଂ କର୍ମସ୍ଥଳୀ ଆଦିର ଉନ୍ନତିକରଣ ନେଇ ସେ ସମ୍ପର୍କରେ ବିଭାଗୀୟ ଅଧିକାରୀ, ଜିଲ୍ଲା ପ୍ରଶାସନ ଏବଂ ବିଭିନ୍ନ ଟ୍ରଷ୍ଟ ଏବଂ ପ୍ରତିଷ୍ଠାନର କର୍ମକର୍ତ୍ତାଙ୍କ ସହିତ ଆଲୋଚ଼ନା କରିଥିଲେ।

ଏଥି ସହିତ ସେଠାରେ ପାର୍କିଂସ୍ଥଳ, ଲାଇବ୍ରେରୀ, ବହୁମୁଖୀ କେନ୍ଦ୍ର, ଦୃଶ୍ୟଶ୍ରାବ୍ୟ ଗୃହ ଏବଂ ମ୍ୟୁଜିୟମ୍‌ ନିର୍ମାଣ ସହ ପୂର୍ବରୁ ଥିବା ସମସ୍ତ ଐତିହ୍ୟସ୍ଥଳୀର ପ୍ରାକୃତିକ ଶୈଳୀରେ ସଂରକ୍ଷଣ ଉପରେ ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ଆଲୋଚନା କରିଥିଲେ।

ଏହି ବୈଠକରେ ମାନନୀୟ କଟକ ସାଂସଦ ଭର୍ତ୍ତୃହରି ମହତାବ, ମାହାଙ୍ଗା ବିଧାୟକ ସାରଦା ପ୍ରସାଦ ପ୍ରଧାନ, କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ, ଓବିସିସିର ପରିଚାଳନା ନିର୍ଦ୍ଦେଶକ ସମୀର ହୋତା, ଭାଜପା ଯୁବନେତା ଅରିନ୍ଦମ ରାୟ, ଉତ୍କଳଗାନ୍ଧୀ ସ୍ମାରକନିଧିର ସଭାନେତ୍ରୀ କୃଷ୍ଣା ମହାନ୍ତି, କସ୍ତୁରବା ଗାନ୍ଧୀ ରାଷ୍ଟ୍ରୀୟ ସ୍ମାରକ ଟ୍ରଷ୍ଟର ଜାତୀୟ ଉପସଭାନେତ୍ରୀ ଗାୟତ୍ରୀ ଦାସ, ମଧୁସ୍ମୃତି କମିଟିର ସଭାପତି ଗୋପାଳକୃଷ୍ଣ ବେହେରା, ସତ୍ୟଭାମାପୁର ମଧୁପୀଠ ଉନ୍ନୟନ କମିଟିର ସଂଯୋଜକ ଜଷ୍ଟିସ୍‌ ମନୋରଞ୍ଜନ ମହାନ୍ତିଙ୍କ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ।

heritage ଉତ୍କଳଗୌରବ ମଧୁସୂଦନ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

‘ଭାରତ ଏବଂ ଆମେରିକା ମଧ୍ୟରେ ଖୁବ୍‌ଶୀଘ୍ର ମୁକ୍ତ ବାଣିଜ୍ୟ ଚୁକ୍ତିନାମା ହେବ’: ପୂର୍ବତନ ବୈଦେଶିକ ସଚିବ

August 27, 2025

ବୈଷ୍ଣୋ ଦେବୀ ଭୂସ୍ଖଳନ: ମୃତ୍ୟୁ ସଂଖ୍ୟା ୩୨ କୁ ବୃଦ୍ଧି

August 27, 2025

ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରଠାରେ ଆହାର କେନ୍ଦ୍ରର ଉଦଘାଟନ କାର୍ଯ୍ୟକ୍ରମ

August 27, 2025

ପ୍ୟାକ୍ସ ଗୁଡ଼ିକ ଗୋଟିଏ ଗୋଟିଏ ୱାନ୍-ଷ୍ଟପ୍ ସପ୍ ଭଳି କାର୍ଯ୍ୟ କରିବ: ରାଜେଶ ପ୍ରଭାକର ପାଟିଲ

August 27, 2025
Latest News

‘ଭାରତ ଏବଂ ଆମେରିକା ମଧ୍ୟରେ ଖୁବ୍‌ଶୀଘ୍ର ମୁକ୍ତ ବାଣିଜ୍ୟ ଚୁକ୍ତିନାମା ହେବ’: ପୂର୍ବତନ ବୈଦେଶିକ ସଚିବ

August 27, 2025

ବୈଷ୍ଣୋ ଦେବୀ ଭୂସ୍ଖଳନ: ମୃତ୍ୟୁ ସଂଖ୍ୟା ୩୨ କୁ ବୃଦ୍ଧି

August 27, 2025

ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରଠାରେ ଆହାର କେନ୍ଦ୍ରର ଉଦଘାଟନ କାର୍ଯ୍ୟକ୍ରମ

August 27, 2025

ପ୍ୟାକ୍ସ ଗୁଡ଼ିକ ଗୋଟିଏ ଗୋଟିଏ ୱାନ୍-ଷ୍ଟପ୍ ସପ୍ ଭଳି କାର୍ଯ୍ୟ କରିବ: ରାଜେଶ ପ୍ରଭାକର ପାଟିଲ

August 27, 2025

ପୂର୍ବତଟ ରେଳପଥ ପକ୍ଷରୁ ପୋସ୍ ଆଇନ ଅନୁପାଳନ ଉପରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

August 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.