
ଭୁବନେଶ୍ବର: ଭୁବନେଶ୍ବରରେ ମଡର୍ଣ୍ଣ ଆର୍ଟ ଗ୍ୟାଲେରୀର ଏକ ଶାଖା ପ୍ରତିଷ୍ଠା କରାଯିବ। ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏ ସଂପର୍କରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତଙ୍କ ସହ ଗତ ୧୩ ତାରିଖରେ ଆଲୋଚନା କରିଥିଲେ। ଏ ଦିଗରେ ଖୁବଶୀଘ୍ର ପଦକ୍ଷେପ ନିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ଭୁବନେଶ୍ବର ସାଂସଦଙ୍କୁ ଆଶ୍ବାସନା ଦେଇଛନ୍ତି।