Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାର ସଂସ୍କୃତି ଓ ପରମ୍ପରାକୁ ବାନ୍ଧି ରଖିବାର ମାଧ୍ୟମ ହେଉଛି ‘ପଖାଳ’: ସୋଆ ଉପସଭାପତି
ଆଜିର ଖବର

ଓଡ଼ିଶାର ସଂସ୍କୃତି ଓ ପରମ୍ପରାକୁ ବାନ୍ଧି ରଖିବାର ମାଧ୍ୟମ ହେଉଛି ‘ପଖାଳ’: ସୋଆ ଉପସଭାପତି

April 10, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପଖାଳ ସବୁ ଓଡ଼ିଆଙ୍କର ପ୍ରିୟ ଖାଦ୍ୟ। ଓଡ଼ିଶାର ଘରେ ଘରେ ଏହି ପାରମ୍ପରିକ ଖାଦ୍ୟ ବେଶ ଆଦୃତ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶାଶ୍ୱତୀ ଦାସ। ପଖାଳର ପ୍ରଚାର ଓ ପ୍ରସାର କରିବା ଉଦ୍ଦେଶ୍ୟରେ ସୋଆ ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍ ) ପକ୍ଷରୁ ବୁଧବାର ଆରମ୍ଭ ହୋଇଥିବା ପଖାଳ ଉତ୍ସବକୁ ଉଦ୍‌ଘାଟନ କରି ଏହା କହିଛନ୍ତି ଶ୍ରୀମତି ଦାସ।

ଓଡ଼ିଶାର ଜନଜାତି ସଂପ୍ରଦାୟର ଇତିହାସ, ଜୀବନଶୈଳୀ, ପରମ୍ପରା ଓ ସଂସ୍କୃତିକୁ ବାନ୍ଧି ରଖିବାର ପ୍ରୟାସ ଏହି ପଖାଳ ଉତ୍ସବର ଉଦ୍ଦେଶ୍ୟ ବୋଲି ସେ କହିଛନ୍ତି।

ସବୁ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଏସ୍‌ଏଚ୍‌ଏମ୍ ପକ୍ଷରୁ ଏପ୍ରିଲ୍ ୯ ରୁ ୧୩ ତାରିଖ ପର୍ଯ୍ୟନ୍ତ ‘ପଖାଳ ଉତ୍ସବ’ର ଆୟୋଜନ କରାଯାଇଛି। ୫ ଦିନ ବ୍ୟାପି ଚାଲିବାକୁ ଥିବା ଏହି ଉତ୍ସବରେ ପଖାଳ ସାଙ୍ଗକୁ ବିଭିନ୍ନ କିସମର ବ୍ୟଞ୍ଜନ ପ୍ରସ୍ତୁତ କରାଯାଇଛି। ପାରମ୍ପରିକ ବ୍ୟଞ୍ଜନ ପରିବେଷଣ ସହିତ ଓଡ଼ିଶାର ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖି ପ୍ରତ୍ୟେକ ଓଡିଆଙ୍କ ଖାଦ୍ୟରୁଚି ତଥା ଭାବଧାରାକୁ ସର୍ବସାଧାରଣଙ୍କ ନିକଟରେ ପହଂଚାଇବା ଏହି ଉତ୍ସବର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି କହିଛନ୍ତି।

ଖରାଦିନେ ପ୍ରତ୍ୟେକ ଓଡ଼ିଆ ଖରା ତାତିକୁ ଏଡ଼ାଇବା ପାଇଁ ପଖାଳ ଖାଇବାକୁ ହିଁ ପସନ୍ଦ କରିଥାନ୍ତି ବୋଲି ସେ କହିଛନ୍ତି।

ଓଡ଼ିଶାର ସଂସ୍କୃତି, ପରମ୍ପରା ଓ ଗ୍ରାମୀଣ ପରିବେଶର ଏକ ଝଲକ ଏହି ପଖାଳ ଉତ୍ସବର ଆୟୋଜନରେ ଦେଖିବାକୁ ମିଳିଛି।

ଅତିଥିମାନଙ୍କୁ ୫ ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବରେ ପ୍ରତ୍ୟେକ ଦିନ ୧୨ ଟାରୁ ୩ ଟା ପର୍ଯ୍ୟନ୍ତ ପଖାଳ ପରଷା ଯିବ। ଏହି ଉତ୍ସବକୁ ଏସ୍‌ଏଚ୍‌ଏମ୍‌ର ଛାତ୍ରଛାତ୍ରୀମାନେ ହିଁ ସଂଚାଳନ କରୁଥିବା ବେଳେ ସେମାନଙ୍କୁ ଫ୍ୟାକଲ୍ଟି ଓ ଅନ୍ୟାନ୍ୟ କର୍ମଚାରୀମାନେ ସହଯୋଗ କରୁଛନ୍ତି।

ଏହି ୫ ଦିନିଆ ପଖାଳ ଉତ୍ସବରେ ଅତିଥି ମାନଙ୍କୁ ଉଷୁନା ପଖାଳ, ଅରୁଆ ପଖାଳ, ଦହି ପଖାଳ, ଅଦା ପଖାଳ, ଛୁଙ୍କ ପଖାଳ ଏବଂ ଲେମ୍ବୁ ପଖାଳ ପ୍ରଭୃତି ପରଷା ଯିବାର ବ୍ୟବସ୍ଥା ହେବ। ସେହିପରି ପଖାଳକୁ ସୁହାଇଲା ଭଳି ବିଭିନ୍ନ ପ୍ରକାରର ଆମିଷ ଓ ନିରାମିଷ ବ୍ୟଞ୍ଜନ ଯେପରିକି – ମାଛ ପତ୍ରପୋଡା, ଚିଙ୍ଗୁଡି ଛେଚା, ଶୁଖୁଆ ଭଜା, କୁକୁଡା କଷା, ଚୁନା ମାଛ ଭଜା, ଚିଙ୍ଗୁଡି ଝରଝରି, ପୋହଳା ମାଛ ଭଜା, ଅଣ୍ଡା, ଛତୁ ପତ୍ରପୋଡା, ଆଳୁ ଭଜା, ବାଇଗଣ ଭଜା, ଆଳୁ ଓ ବାଇଗଣ ଭର୍ତା, ପୋଡା ଆଳୁ , ଗୋଟା ଭେଣ୍ଡି ଭଜା, ନଡ଼ିଆ ଭଜା, ସାଗ ବଡ଼ି ଭଜା, ପରିବା ଭଜା, ଚିପ୍ସ, ଆମ୍ବ ଛେଚା ଚଟଣୀ, ପୋଡା ଟମାଟୋ ଚଟଣୀ, ପଣସ ପିଠଉ ଭଜା, ପନିର ଭୁର୍ଜି, ଆଳୁ କଲରା ବାଟି ତରକାରୀ ଓ ବଡି ଚୁରା ସହିତ କାକୁଡି, ପିଆଜ, ଲଙ୍କା ଓ ଲେମ୍ବୁ ପ୍ରଭୃତି ପରିବେଷଣ କରାଯିବାର ବ୍ୟବସ୍ଥା କରାଯାଇଛି।

ପଖାଳ ଶାଶ୍ୱତୀ ଦାସ ସୋଆ ଉପସଭାପତି
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାରେ ପ୍ରଥମଥର ପାଇଁ ଜଳକ୍ରୀଡା ପ୍ରଶିକ୍ଷଣ ଶିବିର: ଉଦଘାଟନ କଲେ କ୍ରୀଡା ମନ୍ତ୍ରୀ

February 23, 2026

ସୁପର-8 ରେ ଦକ୍ଷିଣ ଆଫ୍ରିକାଠାରୁ କାହିଁକି ହାରିଲା ଭାରତ: ଜାଣନ୍ତୁ ବଡ କାରଣ

February 23, 2026

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026
Latest News

ଓଡିଶାରେ ପ୍ରଥମଥର ପାଇଁ ଜଳକ୍ରୀଡା ପ୍ରଶିକ୍ଷଣ ଶିବିର: ଉଦଘାଟନ କଲେ କ୍ରୀଡା ମନ୍ତ୍ରୀ

February 23, 2026

ସୁପର-8 ରେ ଦକ୍ଷିଣ ଆଫ୍ରିକାଠାରୁ କାହିଁକି ହାରିଲା ଭାରତ: ଜାଣନ୍ତୁ ବଡ କାରଣ

February 23, 2026

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026

ଆଉ ଏକ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସୁରକ୍ଷିତ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.