କୋଠା ଭୁଶୁଡ଼ି ଜୀବନ ହାନି ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ: ଆର୍ଥିକ ସହାୟତା ଘୋଷଣା

Published: Apr 20, 2025, 11:10 am IST
ନୂଆଦିଲ୍ଲୀ: ଉତ୍ତର-ପୂର୍ବ ଦିଲ୍ଲୀର ଦୟାଲପୁର ଅଞ୍ଚଳରେ କୋଠା ଭୁଶୁଡ଼ି ଜୀବନ ହାନି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି। ସେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ କୁହାଯାଇଛି:

“ଉତ୍ତର-ପୂର୍ବ ଦିଲ୍ଲୀର ଦୟାଲପୁର ଅଞ୍ଚଳରେ କୋଠା ଭୁଶୁଡ଼ି ଜୀବନ ହାନି ଘଟଣାରେ ଦୁଃଖିତ। ନିକଟ ସମ୍ପର୍କୀୟଙ୍କୁ ଯେଉଁମାନେ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ପ୍ରଭାବିତଙ୍କୁ ସ୍ଥାନୀୟ ପ୍ରଶାସନ ସହାୟତା କରୁଛି। ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯିବ। ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ।

Related posts