
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଛତ୍ରପୁର ଜାତୀୟ ରାଜପଥ ଉଜ୍ଜଳେଶ୍ଵର ମନ୍ଦିର ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ବୋଲେରୋ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା କଡକୁ ଖସି ପଡ଼ିଛି। ଯେଉଁଥିରେ ୫ ଛାତ୍ରଛାତ୍ରୀ ସମେତ ଅଭିଭାବକ ଓ ଡ଼୍ରାଇଭର ଗୁରୁତର ଆହତ ହୋଇ ଛତ୍ରପୁର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।
ସୁଚନା ଅନୁଯାୟୀ ଭୁବନେଶ୍ୱରର ଏକ ଶିକ୍ଷାନୁଷ୍ଠାନରେ ପଢୁଥିବା ଆହତ ଛାତ୍ରଛାତ୍ରୀମାନେ ସ୍କୁଲ୍ ଛୁଟି ହେତୁ ଗଜପତି ଜିଲ୍ଲା ଚନ୍ଦ୍ରଗିରି ଅଞ୍ଚଳର ନିଜ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ଗ୍ରସ୍ତ ବୋଲେରୋ ଗାଡ଼ିଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଇଛି। ଜନୈକ ସମାଜସେବୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।
Tags: ଛତ୍ରପୁର, ମର୍ମନ୍ତୁଦ ସଡକ ଦୁର୍ଘଟଣା