
ଭୁବନେଶ୍ବର: ଆସନ୍ତା ମଇ ୫ ତାରିଖ ସୋମବାର ସମସ୍ତ ଜିଲ୍ଲାରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ମଇ ୨ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ ।
ଏଥି ନିମନ୍ତେ ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ବ୍ୟବହାର କରି ସଂପୃକ୍ତ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ ।
ଜନସାଧାରଣ ପଞ୍ଜୀକରଣ ପ୍ରାପ୍ତି ସ୍ଵୀକାର ପତ୍ର, ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ଜଣାଇପାରିବେ । ଏତଦ୍ ଭିନ୍ନ, ଅଣପଞ୍ଜୀକୃତ ଆବେଦନକାରୀମାନଙ୍କର ଅଭିଯୋଗପତ୍ରଗୁଡିକୁ ମଧ୍ୟ ଯୁଗ୍ମ ଶୁଣାଣି ଶିବିରରେ ସିଧାସଳଖ ଗ୍ରହଣ କରାଯାଇପାରିବ ।
ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଜାରି କରାଯାଇଛି l