Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୫-୨୬ ଜୁନ ସେସନରେ ନାମଲେଖା: ଆଜି ଅନଲାଇନ ଆବେଦନର ଶେଷ ତାରିଖ
ଆଜିର ଖବର

ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୫-୨୬ ଜୁନ ସେସନରେ ନାମଲେଖା: ଆଜି ଅନଲାଇନ ଆବେଦନର ଶେଷ ତାରିଖ

May 3, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୁବନେଶ୍ୱର ମଞ୍ଚେଶ୍ୱରଠାରେ ରାଜ୍ୟ ସରକାରଙ୍କ ଦ୍ୱାରା ସ୍ଥାପିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୫-୨୬ ଜୁନ ସେସନରେ ନାମଲେଖା ଲାଗି ଅନଲାଇନ ଆବେଦନ ପ୍ରକ୍ରିୟା ଜାରି ରହିଛି। ଏଥିପାଇଁ ମେ’ ୩ ହେଉଛି ଶେଷ ତାରିଖ। ବିଭିନ୍ନ ଶିଳ୍ପ ଉପଯୋଗୀ ତାଲିମ ପାଠ୍ୟକ୍ରମ ପାଇଁ ଆଗ୍ରହୀ ଯୋଗ୍ୟ ପ୍ରାର୍ଥୀମାନଙ୍କଠାରୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ଦରଖାସ୍ତ ଆହ୍ୱାନ କରାଯାଉଛି।

ଆବେଦନ ପ୍ରକ୍ରିୟା ଶେଷ ହେବା ପରେ ମେ’ ୧୧ରେ ଅନଲାଇନ ପ୍ରବେଶିକା ପରୀକ୍ଷା କରାଯିବ। ଜୁନରୁ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ ହେବ ବୋଲି ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏହି କେନ୍ଦ୍ରରେ “ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ବିଭାଗ ଅଧୀନରେ ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସ୍‌, ମେକାଟ୍ରୋନିକ୍ସ, ଇଲେକ୍ଟ୍ରିକାଲ ଟେକ୍ନୋଲୋଜି, ଏୟାର କଣ୍ଡିସନିଂ ଆଣ୍ଡ ରେଫ୍ରିଜରେସନ, ଭର୍ଟିକାଲ ଟ୍ରାନ୍ସପୋର୍ଟେସନ (ଲିଫ୍ଟ ଟେକ୍ନୋଲୋଜି) ଏବଂ ପ୍ରିସିସନ ଇଞ୍ଜିନିୟରିଂ ଆଦି ବିଷୟ ରହିଛି। ଏଥିପାଇଁ ପ୍ରାର୍ଥୀମାନେ କୌଣସି ସରକାରୀ ବା ଘରୋଇ ଶିଳ୍ପ ତାଲିମ କିମ୍ବା ବୈଷୟିକ ଶିକ୍ଷାନୁଷ୍ଠାନରୁ ୨ ବର୍ଷିଆ ଆଇଟିଆଇ/୩ ବର୍ଷିଆ ଡିପ୍ଲୋମା କରିଥିବା ଆବଶ୍ୟକ।

ସେହିପରି “ସ୍କୁଲ ଅଫ୍ ସର୍ଭିସେସ୍‌’ ବିଭାଗ ଅଧୀନରେ ଅତ୍ୟାଧୁନିକ “ବ୍ୟୁଟି ଆଣ୍ଡ ୱେଲନେସ୍‌’ ପାଠ୍ୟକ୍ରମରେ ନାମଲେଖା ପାଇଁ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ଏଥିପାଇଁ ପ୍ରାର୍ଥୀ ଯୁକ୍ତ ୨ କିମ୍ବା ସଂପୃକ୍ତ ବିଷୟରେ ଆଇଟିଆଇ ଓ କୌଣସି ବିଷୟରେ ଡିପ୍ଲୋମା କରିଥିବା ଆବଶ୍ୟକ।

ଚଳିତ ବ୍ୟାଚରୁ ଓଡ଼ିଶା ସହିତ ଅନ୍ୟ ରାଜ୍ୟର ପ୍ରାର୍ଥୀମାନେ ଆବେଦନ କରିପାରିବେ। ଅନ୍ୟ ରାଜ୍ୟର ପ୍ରାର୍ଥୀମାନଙ୍କ ପାଇଁ ୧୦ ପ୍ରତିଶତ ପର୍ଯ୍ୟନ୍ତ ସିଟ୍ ସଂରକ୍ଷଣ ବ୍ୟବସ୍ଥା କରାଯାଇଛି।

ଆଗ୍ରହୀ ପ୍ରାର୍ଥୀମାନେ ବିଶ୍ୱ ଦକ୍ଷତା କେନ୍ଦ୍ରର ୱେବସାଇଟରେ www.worldskillcenter.org ପ୍ରଥମେ ପଞ୍ଜୀକରଣ କରିବା ପରେ ନାମଲେଖା ପାଇଁ ଆବେଦନ କରିପାରିବେ। ନାମଲେଖା ବିଷୟରେ ଅଧିକ ଜାଣିବା ପାଇଁ ପ୍ରାର୍ଥୀମାନେ ୧୮୦୦ ୨୬୬ ୬୦୦୨ ଟୋଲ ଫ୍ରି ନମ୍ବରରେ ଯୋଗାଯୋଗ କରିପାରିବେ।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅନ୍ତର୍ଜାତୀୟ ଢାଞ୍ଚାର ପାଠ୍ୟକ୍ରମ ସହ ଆବଶ୍ୟକ ଭିତ୍ତିଭୂମି, ଅତ୍ୟାଧୁନିକ ଲାବୋରେଟୋରି ଏବଂ ବିଶ୍ୱସ୍ତରୀୟ ଯନ୍ତ୍ରପାତି ରହିଛି। ଏହି କେନ୍ଦ୍ରରେ ଫିନିସିଙ୍ଗ୍ ସ୍କୁଲ ଢାଞ୍ଚାରେ ଯୁବକ ଯୁବତୀମାନଙ୍କୁ ଆବଶ୍ୟକ ଶିକ୍ଷା ଓ ତାଲିମ ଦିଆଯାଇ ସେମାନଙ୍କୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଶିଳ୍ପ ଓ ସେବା କ୍ଷେତ୍ର ଲାଗି ପ୍ରସ୍ତୁତ କରାଯାଉଛି।

ଛାତ୍ରଛାତ୍ରୀଙ୍କ ରହିବା ଲାଗି ହଷ୍ଟେଲ, ଖାଇବା, ୟୁନିଫର୍ମ ଏବଂ ଯିବା ଆସିବା ଲାଗି ବସ୍ ସୁବିଧା ଆଦି ମାଗଣାରେ ଦିଆଯାଉଛି। ଶିକ୍ଷା ଓ ତାଲିମ ଶେଷ ହେବା ପରେ ଛାତ୍ରଛାତ୍ରୀମାନେ କିପରି ଦେଶ ବିଦେଶର ବିଭିନ୍ନ ପ୍ରମୁଖ ସଂସ୍ଥାରେ ନିଯୁକ୍ତି ପାଇପାରିବେ ସେଥିପାଇଁ “ପ୍ଲେସମେଣ୍ଟ’ ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି।

ଅନଲାଇନ ଆବେଦନ ବିଶ୍ୱ ଦକ୍ଷତା କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବିଧାନସଭାରେ ପାରିତ ହେଲା ଅତିରିକ୍ତ ବ୍ୟୟ ମଞ୍ଜପରୀ ବିଲ୍, ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ

December 8, 2025

ଭୁବନେଶ୍ୱର-ଏଲଟିଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ: ଆସନ୍ତାକାଲି ଫେରିବ ସମ୍ବଲପୁର

December 8, 2025

ନଭେମ୍ବରରେ ଖୁଚୁରା ଯାନ ବିକ୍ରୟରେ 2% ବୃଦ୍ଧି

December 8, 2025

ରାଜ୍ୟ ସ୍ତରୀୟ କ୍ୟାରମ ପ୍ରତିଯୋଗିତା

December 8, 2025
Latest News

ବିଧାନସଭାରେ ପାରିତ ହେଲା ଅତିରିକ୍ତ ବ୍ୟୟ ମଞ୍ଜପରୀ ବିଲ୍, ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ

December 8, 2025

“ବନ୍ଦେ ମାତରମ୍”ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଲୋକସଭାର ସ୍ୱତନ୍ତ୍ର ଆଲୋଚନାରେ ପ୍ରଧାନମନ୍ତ୍ରୀ

December 8, 2025

ଭୁବନେଶ୍ୱର-ଏଲଟିଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ: ଆସନ୍ତାକାଲି ଫେରିବ ସମ୍ବଲପୁର

December 8, 2025

ଭାରତରେ କ୍ୟାମ୍ପସ ଖୋଲିବ ଅଷ୍ଟ୍ରେଲିଆର ‘ନ୍ୟୁ ସାଉଥ୍ ୱେଲ୍ସ ବିଶ୍ୱବିଦ୍ୟାଳୟ’: ଧର୍ମେନ୍ଦ୍ର ପ୍ରଧାନ

December 8, 2025

ନଭେମ୍ବରରେ ଖୁଚୁରା ଯାନ ବିକ୍ରୟରେ 2% ବୃଦ୍ଧି

December 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.