
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା ୮ ତାରିଖରେ ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଗସ୍ତରେ ଯିବେ। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ପୁରୁଷୋତ୍ତମପୁର ବ୍ଲକର ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ସମାରୋହରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ସମେତ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତିଭୂଷଣ ଯେନା, ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲିକ ଓ ଜିଲ୍ଲାର ସମସ୍ତ ବିଧାୟକ ମଧ୍ୟ ଯୋଗ ଦେବେ।
ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ବିଦ୍ୟାଳୟ ପରିଦର୍ଶନ କରି ଭିତ୍ତଭୂମି ଓ ପାରିପାର୍ଶିକ ସ୍ଥିତିର ସମୀକ୍ଷା କରି ବିଭିନ୍ନ ପରାମର୍ଶ ଦେଇଛନ୍ତି। ଏହି ସମୟରେ ଜିଲ୍ଲା ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ମଧୁମିତା, ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରା, ବିଡିଓ ଶରତକୁମାର ପାତ୍ର,ଏବିଡିଓ ନିରାକାର ଯେନା, ଜିଲା ଶିକ୍ଷାଅଧିକାରୀ ଅଜୟ କୁମାର ପାତ୍ର, ବ୍ଲକ ଶିକ୍ଷାଅଧୂକାରୀ କିଶୋରକୁମାର ବେହେରା, ପ୍ରଧାନଶିକ୍ଷୟିତ୍ରୀ ଅନୁକମ୍ପା କାନୁନଗୋ ପ୍ରମୁଖଙ୍କ ସମେତ ସମସୃଶିକ୍ଷକ ଶିକ୍ଷୟିତ୍ରୀ, ପୁରାତନ ଛାତ୍ର ଓ ଜନ ପ୍ରତିନିଧିମାନେ ଉପସ୍ଥିତ ଥିଲେ।